• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 3, 2023
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ
Share on FacebookShare on TwitterWhatsapp

ଜୁଲାଇ ମାସ ସୁଦ୍ଧା ବିଭିନ୍ନ ବିଭାଗର କାର୍ଯ୍ୟ ସଫଳତା ସମ୍ପର୍କରେ ଆଲୋଚନା

୩ ଅଗଷ୍ଟ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଆଜି ସଚିବସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗର ସଚିବମାନେ ଯୋଗ ଦେଇଥିଲେ । ଖାରବେଳ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ପ୍ରଥମେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଯୋଗଦେଇ ଗତ ଜୁଲାଇ ମାସ ଶେଷ ସୁଦ୍ଧା ବିଭିନ୍ନ ବିଭାଗର ସଚିବମାନେ ମୁଖ୍ୟ ଶାସନ ସଚିବଙ୍କୁ ପ୍ରଦାନ କରିଥିବା ବିଭାଗର ପ୍ରମୁଖ କାର୍ଯ୍ୟ ସଫଳତା ସଂପର୍କରେ ଉପସ୍ଥାପନ କରିଥିଲେ । ଏହି ପରିପ୍ରେକ୍ଷୀରେ ସୂଚନା ଦେଇ ଉନ୍ନୟନ କମିଶନର କହିଥିଲେ ଯେ, ଜୁଲାଇ ମାସ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ପାଇଁ ବହୁ ସଫଳତା ଆଣି ଦେଇଛି ।

ଚଳିତ ମାସରେ ‘ଜାତୀୟ ବହୁମୁଖୀ ଦାରିଦ୍ର୍ୟ ସୂଚକାଙ୍କ’ ସମୀକ୍ଷା ଅନୁସାରେ ଓଡିଶାରେ ଦାରିଦ୍ର୍ୟ ଦୂରୀକରଣ ହାର ଦେଶର ଅନ୍ୟ ପ୍ରମୁଖ ରାଜ୍ୟ ଭଳି ଦୃତତମ ରହିଥିବା ରିପୋର୍ଟ ପ୍ରକାଶ ପାଇଛି । ଗ୍ରାମୀଣ ବିକାଶ ଲକ୍ଷ୍ୟରେ ପୂର୍ବରୁ ଥିବା ‘ଆମ ଗାଁ ଆମ ବିକାଶ’ ନିର୍ଦ୍ଦେଶମାନାରେ ସଂଶୋଧନ କରାଯାଇ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ ପରିବର୍ତ୍ତିତ ହୋଇ ତଦନୁସାରେ ଗ୍ରାମୀଣ ବିକାଶ ପାଇଁ ପଦକ୍ଷେପ ନିଆଯାଉଛି । ରାଜ୍ୟର ବିକାଶ ଓ ଶିଳ୍ପାୟନ ପାଇଁ ଆବଶ୍ୟକ ଥିବା ଓଡିଶା ସେମିକଣ୍ଡକ୍ଟର ମାନ୍ୟୁଫ୍ୟାକ୍ଚରିଂ ଏବଂ ଫାବଲେସ୍ ପଲିସି ଅନୁମୋଦନ କରାଯାଇଛି । ଡିଜିଟାଲ୍‌ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡ ଆଧୁନିକୀକରଣ କାର୍ଯ୍ୟକ୍ରମର ଲକ୍ଷ୍ୟଗୁଡ଼ିକୁ ପୂରଣ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାକୁ ‘ଭୂମି ସମ୍ମାନ’ ପୁରସ୍କାର , ଓଡିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡକୁ ସ୍କଚ ପୁରସ୍କାର-୨୦୨୩ ପ୍ରାପ୍ତ ହେବା,

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀମାନଙ୍କ ହିତ ଦୃଷ୍ଟିରୁ ରାଜ୍ୟ ସରକାର କୃଷକମାନଙ୍କ ପ୍ରିମିୟମ ଅଂଶ ପ୍ରଦାନ ପାଇଁ ନିଷ୍ପତ୍ତି, ଜଳ ସଂପଦ ବିଭାଗ ପକ୍ଷରୁ ନୂତନ ଭାବେ ଲୋୟର ସୁକତେଲ ପ୍ରକଳ୍ପରେ ଜଳ ସଂରକ୍ଷଣ କରାଯିବା ସହିତ ଅନ୍ୟାନ୍ୟ ବିଭିନ୍ନ କ୍ଷେତ୍ରରେ ଜୁଲାଇ ମାସରେ ରାଜ୍ୟର ଉଲ୍ଲେଖନୀୟ ସଫଳତା ସଂପର୍କରେ ସେ ଆଲୋକପାତ କରିଥିଲେ । ବେଠକରେ ୨୦୨୩-୨୪ ଆର୍ଥିକ ବର୍ଷରେ ଜୁଲାଇ ମାସ ଶେଷ ସୁଦ୍ଧା ଖର୍ଚ୍ଚ ଓ ରାଜସ୍ୱ ଆୟ ସଂପର୍କରେ ସମୀକ୍ଷା କରାଯାଇଥିଲା । ବୈଠକରୁ ଜଣାଯାଇଛି ଯେ, ଗତବର୍ଷ ୨୦୨୨-୨୩ ଆର୍ଥିକ ବର୍ଷରେ ରାଜ୍ୟର ବଜେଟ୍ ଅନୁମୋଦନ ହିସାବରେ ଜୁଲାଇ ମାସ ଶେଷ ସୁଦ୍ଧା ଖର୍ଚ୍ଚ ୧୬.୪୩ ପ୍ରତିଶତ ଥିବା ବେଳେ ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ମାସ ଶେଷ ସୁଦ୍ଧା ଏହା ୨୦.୯୭ ପ୍ରତିଶତ ରହିଛି । ସେହିପରି ରାଜସ୍ୱ ଆଦାୟ ଗତବର୍ଷ ଜୁଲାଇ ମାସ ସୁଦ୍ଧା ୧୨ .୨୮ ଥିବା ବେଳେ ଚଳିତ ବର୍ଷ ଏହା ୨୦ .୬୮ ରହିଛି, ଯାହାକି ତୁଳନାତ୍ମକ ଭାବେ ବୃଦ୍ଧି ପାଇଛି ।

ଭିତ୍ତିଭୂମି କ୍ଷେତ୍ର, ଶକ୍ତି ଓ ମିଶନ ଶକ୍ତି କ୍ଷେତ୍ରରେ ଖର୍ଚ୍ଚରେ ଉନ୍ନତି ପ୍ରଦର୍ଶନ ହୋଇଛି । ଅନ୍ୟ ବିଭାଗମାନେ ମଧ୍ୟ କାର୍ଯ୍ୟରେ ଉନ୍ନତି କରିଛନ୍ତି । ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ କାର୍ଯ୍ୟକରି ଓ ଖର୍ଚ୍ଚ ବିନିଯୋଗ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ସେହିପରି ପୁଞ୍ଜି ସହାୟତା ପାଇଁ ରାଜ୍ୟକୁ ମିଳୁଥିବା ସ୍ୱତନ୍ତ୍ର ସହାୟତା ଅର୍ଥ ଖର୍ଚ୍ଚ କରାଯିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ସେହିପରି ଅବସରଗ୍ରହଣ କରୁଥିବା କର୍ମଚାରୀମାନଙ୍କର ଫାଇନାଲ ପେନସନ ଶୀଘ୍ର ମଂଜୁର ପାଇଁ ଡିଡିଓ ମାନେ ଗୁରୁତ୍ୱ ଦେବା ସହ ବିଭାଗଓ୍ୱାରୀ ଜନ ଅଭିଯୋଗ ଶୁଣାଣିର ସ୍ଥିତି ସମୀକ୍ଷା କରାଯାଇଥିଲା । ବୈଠକରେ କର୍ମଚାରୀମାନଙ୍କ ଅପେକ୍ଷା ସାଧାରଣ ଲୋକଙ୍କର ଅଭିଯୋଗଗୁଡିକୁ ଗୁଗୁତ୍ୱ ଦିଆଯାଇ ତ୍ୱରିତ ଫଇସଲା କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗାମୀ ଅକ୍ଟୋବର ମାସରେ ହେବାକୁ ଥିବା ସବୁ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ନେଇ ଜାତୀୟସ୍ତରୀୟ ସମ୍ମିଳନୀ ଆୟୋଜନ ସଂପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା । ଆଲୋଚନାରେ ସଂପୃକ୍ତ ବିଭାଗର ଅତିରିକ୍ତ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ କମିଶନର ତଥା ଶାସନ ସଚିବମାନେ ଅଂଶଗ୍ରହଣ କରିଥିଲେ । ବେଠକରେ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ, ଲଣ୍ଡନ ତରଫରୁ ଓଡିଶାରେ ଅର୍ଥନୈତିକ ବିକାଶ ପାଇଁ ଯେଉଁସବୁ କାର୍ଯ୍ୟକ୍ରମ ରହିଛି, ସେସବୁର ସଫଳ ରୂପାୟନରେ ବୈଷୟିକ ଓ ଅନ୍ୟାନ୍ୟ କ୍ଷେତ୍ରରେ ସହଯୋଗ କରିବା ସଂପର୍କରେ ବିଶଦ୍ ଉପସ୍ଥାପନ କରାଯାଇଥିଲା । ଶେଷରେ ଅବସରପ୍ରାପ୍ତ ଆଇଏଏସ୍‌ ପ୍ରବୀଣ ଦେଶାଇ ଶିମିଳିପାଳ, ଭିତରକନିକା, ସତକୋଶିଆ ପରି ଓଡ଼ିଶାର ବନ୍ୟପ୍ରାଣୀ ଅଭୟାରଣ୍ୟକୁ କିପରି ବିଶ୍ୱସ୍ତରୀୟ କରାଯାଇପାରିବ ସେ ସଂପର୍କରେ ବିସ୍ତୃତ ଉପସ୍ଥାପନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

ପୁନଃଅବସ୍ଥାପିତ ହେଲେ ବରିଷ୍ଠ ଅଧ୍ୟାପକ ଡ଼ ବାନାମ୍ବର ପୃଷ୍ଟି

June 28, 2026
ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

ରାଜସୁନାଖଳା ଫାଣ୍ଡିରେ ଯୋଗ ଦେଲେ ନୂତନ ଅଧିକାରୀ

June 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

ତିନିରଥର ସିଂହାସନ ବେଦୀ ନିର୍ମାଣ ଶେଷ ପର୍ଯ୍ୟାୟରେ : ବେଦୀରେ ପଟା ପଡ଼ିବା କାର୍ଯ୍ୟ ଜାରୀ

June 28, 2026
ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

ଭାରତର ସର୍ବବୃହତ ଆନିମେସନ୍‌ ଟ୍ରେଲର ଉନ୍ମୋଚନ ସହିତ ମହାପ୍ରଭୁ ଜଗନ୍ନାଥ ଇତିହାସ ରଚିଲେ

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version