୭ ଅଗଷ୍ଟ ,୨୦୨୩ ( ଓଡ଼ିଶା ତାଜାନ୍ୟୁଜ୍ ) କଳାହାଣ୍ଡି :-> ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଆନନ୍ଦ ପ୍ରସାଦ ଗୁରୁ, ଉପଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୯୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ।

ସେଥିମଧ୍ୟରୁ ୮୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୦୯ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କଲମପୁର ବ୍ଲକର ସୁନ୍ଦୁରିଯୋର୍ ଗ୍ରାମର ବେଲମତୀ ନିଆଲଙ୍କୁ କର୍କଟ ଚିକିତ୍ସା ସହାୟତା ବାବଦରେ ୩୦୦୦୦ ଟଙ୍କା ଏବଂ କୋକସରା ବ୍ଲକର କାଉଡୋଳା ଗ୍ରାମର ଚତୁରୀ ବେଶ୍ରାଙ୍କୁ ଘର ସହାୟତା ବାବଦ ୫୦୦୦ ଟଂକା ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା ।














