ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଉପରେ ଉପସ୍ଥିତ ଲୋକମାନଙ୍କୁ ବୁଝାଇବା ସହ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କରିଥିଲେ ।
ସମ୍ମାନୀତ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ବିଡ଼ିଓ ସଚ୍ଚିଦାନନ୍ଦ ମିଶ୍ର, ୧୭ ନଂ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳବେହେରା, ସାଂସଦଙ୍କ ପ୍ରତିନିଧି ବିଜୟ କୁମାର ସାସମଲଙ୍କ ସମେତ ପଞ୍ଚାୟତର ସରପଞ୍ଚ , ସମିତି ସଭ୍ୟ ସଭ୍ୟା ପ୍ରମୁଖ ଯୋଗ ଦେଇଥିଲେ ।
ଉକ୍ତ କାର୍ଯ୍ୟକ୍ରମରେ ବ୍ଳକର ୧୦ ଟି ପଞ୍ଚାୟତ ୯୭୯ ଜଣ ହିତାଧିକାରୀଙ୍କୁ ପ୍ରଥମ ଭତ୍ତା ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ସାମାଜିକ ସୁରକ୍ଷା ଅଧିକାରିଣୀ ସ୍ଵର୍ଣ୍ଣ ସାଗରିକା, ରଘୁନାଥ ସାହୁ, ଜିପିଓ ସାଧୁଚରଣ ପରିଚାଳନା କରିଥିବା ବେଳେ ୧୦ ଟି ପଞ୍ଚାୟତ ର କାର୍ଯ୍ୟନିର୍ବାହୀ ଅଧିକାରୀ ମାନେ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ ।

© 2023 Odisha Taza News.