୨୦ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନ :-> ଭୁବନ ର ପ୍ରସିଦ୍ଧ ଶୈବପୀଠ ବୁଦ୍ଧେଶ୍ୱର ମନ୍ଦିର ନିକଟସ୍ଥ ଇଣ୍ଡୋର ଷ୍ଟାଡିୟମ୍ ପଛପଟେ ବେଆଇନ ଭାବେ ମଦ ରନ୍ଧା ଯାଉଥିବା ସମ୍ପର୍କରେ ଖବର ପାଇ ଭୁବନ ଅବକାରୀ ବିଭାଗ ତରଫରୁ ଆଜି ଅଚାନକ ଚଢ଼ାଉ କରାଯାଇଥିଲା ବେଳେ ୬୦୦ ଲିଟର ସ୍ପିରିଟ ଜବତ କରାଯାଇଥିଲା । ମଦ ରନ୍ଧା ଓ ଅପମିଶ୍ରଣ ପାଇଁ ବେଆଇନ ଭାବେ ଗଛିତ ଥିଲା ବୋଲି ଜଣା ପଡିଛି ।ଏହି ଘଟଣାରେ ଭୁବନ ଏନ୍ ଏ ସି ଅନ୍ତର୍ଗତ ୧୨ ନମ୍ୱର୍ ୱାର୍ଡ ର ରମେଶ ମାଲିକ ଓ କାଳନ୍ଦି ମଲିକ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ।ଜିଲପାଳ ସରୋଜ କୁମାର ସେଠୀ ଓ ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀ ଙ୍କ ନିର୍ଦ୍ଦେଶ ରେ ଭୁବନ ଅବକାରୀ ବିଭାଗ ଓ ଆଇ ସି ସୌରଭ ମିଶ୍ର, ଏ ଏସ ଆଇ ବିଶ୍ଵ ରଞ୍ଜନ ନାଥ ଙ୍କ ନେତୃତ୍ୱ ରେ କନଷ୍ଟେବଳ ଗୋଲାପ ସାହୁ ,ପ୍ରେମାନନ୍ଦ ବେହେରା, ପ୍ରଫୁଲ୍ଲ କୁମାର ସାମଲ ପ୍ରମୁଖ ଏହି ଚଢାଉ ରେ ସାମିଲ ଥିଲେ ।