• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ୍‌ରେ ୩ଟି ବୃହତ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ୧୦୧ କୋଟି ଟଙ୍କା ମଞ୍ଜୁର

Proprietor Abhimanyu Maharana by Proprietor Abhimanyu Maharana
August 21, 2023
in ଓଡ଼ିଶା, ମହାନଗର, ମାଲକାନଗିରି, ହୋମ୍
0
ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ୍‌ରେ ୩ଟି ବୃହତ ସେତୁ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି  ୧୦୧ କୋଟି ଟଙ୍କା ମଞ୍ଜୁର
Share on FacebookShare on TwitterWhatsapp

ସ୍ବାଭିମାନ ଅଞ୍ଚଳର ରୂପାନ୍ତର ପ୍ରକ୍ରିୟାରେ ଆସିବ ନୂଆ ଗତି

୨୧ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ମାଲକାନଗିରି :-> ମାଲକାନଗିରି ଜିଲ୍ଲାରେ ସ୍ବାଭିମାନ ଅଞ୍ଚଳ ଏବେ ବିକାଶ ପଥରେ କରୁଛି ଦ୍ରୁତ ଅଗ୍ରଗତି। ଗୁରୁପ୍ରିୟା ସେତୁ ନିର୍ମାଣ ପରଠାରୁ ସ୍ବାଭିମାନ ଅଞ୍ଚଳବାସୀଙ୍କ ପାଇଁ ଗମନାଗମନ, ବିଦ୍ୟୁତ, ପାନୀୟ ଜଳ, ଶିକ୍ଷା, ସ୍ବାସ୍ଥ୍ୟ, ଟେଲିଯୋଗାଯୋଗ ଆଦି ଅନେକ ମୌଳିକ ସେବା ସୁବିଧାରେ ଉପଲବ୍‌ଧ ହେଉଛି। ରୂପାନ୍ତର ପ୍ରକ୍ରିୟାରେ ସ୍ବାଭିମାନ ଅଞ୍ଚଳ ତ୍ବରିତ ଗତିରେ ଆଗକୁ ବଢୁଛି। ସ୍ବାଭିମାନ ଅଞ୍ଚଳର ସାମାଜିକ ଓ ଆର୍ଥିକ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସେତୁ ଯୋଜନା (Socio Economic Transformation & Upliftment) ମଧ୍ୟ ଆରମ୍ଭ କରିଛନ୍ତି। ଏହି ପ୍ରକ୍ରିୟାକୁ ଆହୁରି ଆଗକୁ ନେଇ ଯୋଗାଯୋଗ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚିତ୍ରକୋଣ୍ଡା ବ୍ଲକ୍‌ରେ ୩ଟି ବୃହତ ସେତୁ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନେବା ସହିତ ସେଥିପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହାଦ୍ବାରା ସ୍ବାଭିମାନ ଅଞ୍ଚଳର ୩୭ ହଜାର ଲୋକ ଉପକୃତ ହେବେ।

ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ମାର୍ଚ୍ଚ ମାସ ୨୯ ତାରିଖରେ ମାଲକାନଗିରି ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ । ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ଖଲିଆଗଡ ନାଳ ଉପରେ ଯନ୍ତ୍ରୀ ଠାରୁ ଢାକପଦର ରାସ୍ତା ପର୍ଯ୍ୟନ୍ତ ୧୧୧ ମିଟର ଦୈର୍ଘ୍ୟ ବିଶିଷ୍ଟ ଗୋଟିଏ ସେତୁ ନିର୍ମାଣ କରାଯିବ । ଏଥିପାଇଁ ୨୦ କୋଟି ଟଙ୍କା ଖର୍ଚ୍ଚ ହେବ । ପଣସପୁଟ ଓ ଯନ୍ତ୍ରୀ ଗ୍ରାମପଞ୍ଚାୟତର ଲୋକମାନେ ଏହାଦ୍ବାରା ବିଶେଷ ଉପକୃତ ହେବେ । ଦ୍ବିତୀୟ ସେତୁଟି କୁମୁଡାଗୁଡା ନଦୀ ଉପରେ ଘନବେଡା ଠାରୁ କୋଡିଗାନ୍ଧୀ ରାସ୍ତା ପର୍ଯ୍ୟନ୍ତ ନିର୍ମାଣ କରାଯିବ । ୨୨୩ ମିଟର ଦୀର୍ଘ ଏହି ସେତୁ ପାଇଁ ୨୭ କୋଟି ଟଙ୍କା ଖର୍ଚ୍ଚ ହେବ । ଏହାଦ୍ବାରା ପଣସପୁଟ, ଯନ୍ତ୍ରୀ ଓ ଆଣ୍ଡ୍ରାପାଲ୍ଲୀ ଗ୍ରାମ ପଞ୍ଚୟତର ଲୋକମାନେ ବିଶେଷ ଉପକାର ପାଇବେ । ତୃତୀୟ ସେତୁଟି ମାଛକୁଣ୍ଡ ନଦୀ ଉପରେ ନିର୍ମାଣ କରାଯିବ । ଏହା ବିଶେଇଗୁଡାକୁ ଯନ୍ତ୍ରୀ ପର୍ଯ୍ୟନ୍ତ ଯୋଡିବ । ୩୭୨ ମିଟର ଦୀର୍ଘ ଏହି ସେତୁ ପାଇଁ ୫୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହାଦ୍ବାରା ଯନ୍ତ୍ରୀ, ପେପରମେଟଲା ଓ ଆଣ୍ଡ୍ରାପାଲ୍ଲୀ ଗ୍ରାମ ପଞ୍ଚାୟତର ଲୋକମାନେ ବିଶେଷ ଉପକୃତ ହେବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version