୨୨ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଳାହାଣ୍ଡି :-> କଲମପୁର ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଧର୍ମଗଡ଼ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଧୀରଜ୍ କୁମାର ଚୋପଦାରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।
ଏହି ଜନ ଶୁଣାଣି ଶିବିରରେ ମୋଟ ୬୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୩୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୦୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଜଣଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା ।