• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆମ ବସ୍‌ଷ୍ଟାଣ୍ଡ ଯୋଜନାରେ ୨୧ଟି ନୂଆ ବସ୍‌ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 24, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଆମ ବସ୍‌ଷ୍ଟାଣ୍ଡ ଯୋଜନାରେ ୨୧ଟି ନୂଆ ବସ୍‌ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

୨୬ଟି ଜିଲ୍ଲାରେ ୧୨୪ଟି ବ୍ଲକ୍‌ସ୍ତରୀୟ ବସ୍‌ଷ୍ଟାଣ୍ଡ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ଡ୍ରାଇଭର ମାନଙ୍କ ଟ୍ରେନିଂ ପାଇଁ ସୁ-ବାହକ ଯୋଜନାର ଶୁଭାରମ୍ଭ, ବର୍ଷକୁ ପ୍ରଶିକ୍ଷଣ ପାଇବେ ୫୦ ହଜାର ଡ୍ରାଇଭର

ମୋ ପରିବହନ ସେବା ଓ ଏମ୍‌ ପରିବହନ ଆପ୍‌ର ଶୁଭାରମ୍ଭ

ପରିବହନ କ୍ଷେତ୍ରରେ ନୂଆ ମାଇଲଷ୍ଟୋନ

ରାଜ୍ୟର ସବୁ ଲୋକଙ୍କୁ ନିରାପଦ, ଆରାମଦାୟକ ପରିବହନ ସେବା ଯୋଗାଇ ଦେବା ପାଇଁ ଉଦ୍ୟମ ଜାରି – ମୁଖ୍ୟମନ୍ତ୍ରୀ

୨୩ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :->ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସ୍‌ଷ୍ଟାଣ୍ଡ ଯୋଜନା’ରେ ରାଜ୍ୟର ୧୩ଟି ଜିଲ୍ଲାରେ ୨୧ଟି ନୂଆ ବସ୍‌ଷ୍ଟାଣ୍ଟ ଉଦ୍‌ଘାଟନ କରିଛନ୍ତି । ଏହାସହିତ ୨୬ଟି ଜିଲ୍ଲାରେ ୧୨୪ଟି ବ୍ଲକ୍‌ସ୍ତରୀୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତି ମଧ୍ୟ ରଖିଛନ୍ତି । ଏହାକୁ ପରିବହନ କ୍ଷେତ୍ରରେ ଏକ ନୂଆ ମାଇଲଷ୍ଟୋନ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏ ସମସ୍ତ ବସ୍‌ଷ୍ଟାଣ୍ଡ ସଂପୂର୍ଣ୍ଣ ହେଲେ, ରାଜ୍ୟର ୨ କୋଟି ଲୋକ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ସମସ୍ତ ବସ୍‌ଷ୍ଟାଣ୍ଡ ଅତ୍ୟନ୍ତ ଆଧୁନିକ ଓ ସ୍ମାର୍ଟ ବସ୍‌ଷ୍ଟାଣ୍ଡ। ଏଥିରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀ ମାନଙ୍କ ପାଇଁ ସସସ୍ତ ପ୍ରକାର ସୁବିଧା ଉପଲ୍‌ବଧ ଅଛି ।

ଏହାସହିତ ମୁଖ୍ୟମନ୍ତ୍ରୀ ମୋ ପରିବହନ ସେବା ଓ ମୋବାଇଲ ଆପ୍‌ ର ଶୁଭାରମ୍ଭ କରି କହିଥିଲେ ଯେ ଏହାଦ୍ବାରା ବିଭିନ୍ନ ପରିବହନ ସେବା ପାଇଁ ଆଉ ସରକାରୀ ଅଫିସକୁ ଯିବା ଆବଶ୍ୟକତା ରହିବ ନାହିଁ । ଡ୍ରାଇଭର ମାନଙ୍କୁ ଗାଡି ଚଳାଇବା କ୍ଷେତ୍ରରେ ଅଧିକ ଦକ୍ଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ସୁ-ବାହକ ଯୋଜନାର ଶୁଭାରମ୍ଭ କରିଥିଲେ । ଏହି ଯୋଜନାରେ ୫୦ ହଜାର ଡ୍ରାଇଭରଙ୍କୁ ପ୍ରଶିକ୍ଷଣ ଦିଆଯିବ । ଗଞ୍ଜାମର ପାଲୁର ଠାରେ ଏକ ଡ୍ରାଇଭିଂ ଟ୍ରେନିଂ ସେଣ୍ଟର ଉଦ୍‌ଘାଟନ କରିଥିଲେ । ସଡକ ଓ ସଡକ ବ୍ୟବହାରକରୀ ତଥା ଯାତ୍ରୀ ମାନଙ୍କ ସୁରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଲ ପରିବହନ ବ୍ୟବସ୍ଥା ଏକ ଉନ୍ନତ ଅର୍ଥନୀତି ପାଇଁ ମାର୍ଗ ପରିଷ୍କାର କରିଥାଏ । ବିଭିନ୍ନ ସଂସ୍ଥାଗତ ସେବା ତଥା ସ୍କୁଲ, କଲେଜ, ହସ୍‌ପିଟାଲ ଆଦିର ସୁବିଧା ସହଜରେ ଉପଲବ୍‌ଧ ହୋଇପାରେ। ଏକ ଗତିଶୀଳ ସାମାଜିକ ଓ ଅର୍ଥନୈତିକ ସମାଜ ଗଠନ ଦିଗରେ ଏହା ଏକ କାଟାଲିଷ୍ଟ (Catalyst) ଭାବରେ କାମ କରିଥାଏ । ଲୋକଙ୍କୁ ଉନ୍ନତମାନର ପରିବହନ ସେବା ଯୋଗାଇ ଦେବା ପାଇଁ ଉଦ୍ୟମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପରିବହନ ବିଭାଗକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଗତ ୨୩ ବର୍ଷ ଧରି ରାଜ୍ୟରେ ସୁଶାସନର ଧାରା ଅବ୍ୟାହତ ରହିଛି ।

ଗମନାଗମନର ବିକାଶ ପାଇଁ ରାଜ୍ୟରେ ସଡକ ପରିବହନ ସହିତ ରେଳ ଓ ଆକାଶମାର୍ଗରେ ପରିବହନର ବିକାଶ ପାଇଁ ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ । ପୁରୀ ଠାରେ ଇଲ୍‌କ୍ଟ୍ରୋନିକ୍‌ସ ଓ ଆଇଟି ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଓ ସୋନପୁର ଠାରେ ସଂସଦୀୟ ବ୍ୟାପାର ଓ ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ପ୍ରମୁଖ ଉପସ୍ଥିତ ରହି ପରିବହନ ବ୍ୟବସ୍ଥା ଓ ବସ୍‌ଷ୍ଟାଣ୍ଡ ଭିତ୍ତିଭୂମି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚପ୍ରଶଂସା କରିଥିଲେ ।

5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓ.ଏସ୍‌.ଆର.ଟି.ସିର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନା ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026
Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

June 20, 2026
ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

ଘରୁ ଡାକି ନେଇ ଯୁବକଙ୍କୁ ପିଟି ପିଟି ନିର୍ମମ ହତ୍ୟା : ଗିରଫ ଦାବୀରେ ରାସ୍ତା ଅବରୋଧ

June 20, 2026
Pattamundai celebrates 80th Birthday of Baraha Samal

ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ 

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026
Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

Malabar Gold & Diamonds Unveils ‘Nuwa’, a Natural Diamond Collection Inspired by Nature’s Finest Creations

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version