୨୬ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡା ଠାରେ ଥିବା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ସେବାଶ୍ରମ ହଷ୍ଟେଲ ରେ ରହୁଥିବା ୬ଷ୍ଠ ଶ୍ରେଣୀ ଛାତ୍ର ସତ୍ୟାନନ୍ଦ ନାୟକ ର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା ଯୋଗୁଁ ଛାତ୍ରର ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଶନିବାର ମଧ୍ୟାହ୍ନରେ ପିଲାଟି ହଠାତ ଅଚେତ ହୋଇ ଯାଇଥିଲା, ନିକଟରେ ଥିବା ଅନ୍ୟ ଛାତ୍ର ମାନେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ପରେ ସଙ୍ଗେ ସଙ୍ଗେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ ।

ଚିକିତ୍ସାଳୟ ରେ ପହଞ୍ଚିବା ପୂର୍ବରୁ ଛାତ୍ରର ମୃତ୍ୟୁ ହୋଇଥିବା ବିଷୟ ଡାକ୍ତର ପ୍ରକାଶ କରିଥିଲେ । ମୃତ ଛାତ୍ର ଜଣକର ଘର କୋଟଗଡ ବ୍ଲକ ଓରା କଲୋନୀ ସାହିର ଶ୍ରୀ ନାୟକ ଙ୍କ ତିନି ଝିଅ ରେ ଏକ ମାତ୍ର ପୁଅ ହୋଇ ଥିବାରୁ ସମଗ୍ର ପରିବାର ଦୁଃଖ ରେ ଭାଙ୍ଗି ପଡିଛନ୍ତି । ଏପରି ପୂର୍ବରୁ ମଧ୍ୟ ବିଭିନ୍ନ ସେବଶ୍ରମ ଗୁଡିକ ରେ ଛାତ୍ର ଛାତ୍ରୀ ମୃତ୍ୟୁ ଘଟିବା,















