• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାନଗରର ଗରିବ ପାଇଲେ ଭୂମି ଅଧିକାର : ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ଦେବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟ

Proprietor Abhimanyu Maharana by Proprietor Abhimanyu Maharana
August 28, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ମହାନଗରର ଗରିବ ପାଇଲେ ଭୂମି ଅଧିକାର : ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ଦେବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟ
Share on FacebookShare on TwitterWhatsapp

ଜାଗା ମିଶନରେ ୫ଟି ମହାନଗରର ୬୫ ହଜାର ଗରିବ ପରିବାରକୁ ମିଳିଲା
ଭୂମି ଅଧିକାର ପ୍ରମାଣ ପତ୍ର

ଜାଗା ସହ ମିଳିବ ଘର ତିଆରି ସହାୟତା, ଏବଂ ବିଜୁଳି, ପାଣି, ସଡକ ଓ ଅନ୍ୟ ମୌଳିକ ସୁବିଧା

ବର୍ତ୍ତମାନ ସୁଦ୍ଧା ୧ ହଜାରରୁ ଅଧିକ ବସ୍ତି ବିଜୁ ଆଦର୍ଶ କଲୋନୀରେ ପରିଣତ

ଅକ୍ଟୋବର ମାସରେ BMC ଅଞ୍ଚଳରେ ଦ୍ୱିତୀୟ ପର୍ଯ୍ୟାୟ ଭୂମି ଅଧିକାର ପ୍ରଦାନ କରାଯିବ

ସମସ୍ତଙ୍କୁ ଭୂମି ଅଧିକାର ମିଳିବା ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଜାରି ରହିବ

ବିକାଶର ସୁଫଳରେ ଗରିବ ଲୋକର ପ୍ରଥମ ଅଧିକାର

ଜାଗା ମିଶନ ଗରିବ ଲୋକକୁ ଦେଇଛି ସମ୍ମାନ, ନୂଆ ପରିଚୟ- ମୁଖ୍ୟମନ୍ତ୍ରୀ

୨୮ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଆପଣମାନେ ଖୁସି ତ ? ମହାନଗର ନିଗମର ଗରିବ ଲୋକଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ରଶ୍ନରେ ଆନନ୍ଦ, ଉଲ୍ଲାସ, କରତାଳି ଓ ହୁଳହୁଳିରେ କମ୍ପିଥିଲା କଳିଙ୍ଗ ଷ୍ଟାଡିୟମ । ଗରିବ ଲୋକଙ୍କ ପାଇଁ ଆଜି ଏକ ଐତିହାସିକ ଦିବସ। ଯେଉଁମାନେ ସହରର ଗଳି କନ୍ଦିରେ ବର୍ଷ ବର୍ଷ ଧରି ରହି ଏହାର ବିକାଶରେ, ଲୋକଙ୍କ ସେବାରେ ନିଜ ଜୀବନ ବିତାଇ ଆସିଛନ୍ତି, ସେ ସହରରେ ସେମାନଙ୍କର ନଥିଲା ନିଜର ବୋଲି କହିବାକୁ ଖଣ୍ଡେ ଜାଗା ବା ଘର। ନା ଥିଲା ଅଧିକାର, ନା ସମ୍ମାନ। ଆଜି ଠାରୁ ଏସବୁ ଇତିହାସ। ୫ଟି ମହାନଗରର ଗରିବ ବସ୍ତି ପରିବାରକୁ ମିଳିଲା ଭୂମି ଅଧିକାର ପ୍ରମାଣ ପତ୍ର । ଜାଗା ମିଶନରେ ୬୫ ହଜାର ପରିବାରକୁ ମିଳିଲା ଜମି ଅଧିକାର ।

ସବୁ ପରିବାରକୁ ଜମି ଅଧିକାର ମିଳିବା ପର୍ଯ୍ୟନ୍ତ ଜାରି ରହିବ ଏ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗରିବ ଲୋକଙ୍କୁ ଦେଇଛନ୍ତି ସେମାନଙ୍କର ହକ୍, ସେମାନଙ୍କର ଅଧିକାର । ରାଜ୍ୟରେ ଆଉ ରହିବନି ବସ୍ତି। ସବୁ ବସ୍ତି ହେବ ଆଦର୍ଶ କଲୋନୀ। ବିଜୁ ଆଦର୍ଶ କଲୋନୀ । ବସ୍ତି ବାସିନ୍ଦାଙ୍କୁ ଭୂମି ଅଧିକାର ଦେବାରେ ଓଡିଶା ଦେଶର ଏକମାତ୍ର ରାଜ୍ୟ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉଲକେଲା- ୫ଟି ମହାନଗର ନିଗମର ୬୫ ହଜାର ଗରିବ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜାଗା ସହ ଘର କରିବା ପାଇଁ ଆର୍ଥିକ ସହାୟତା ମଧ୍ୟ ଦିଆଯିବ। ଆସନ୍ତା ଅକ୍ଟୋବର ମାସରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ପ୍ରମାଣ ପତ୍ର ପ୍ରଦାନ କରାଯିବ। ସହରର ସବୁ ଗରିବ ପରିବାରଙ୍କୁ ଭୂମି ଅଧିକାର ମିଳିବା ପର୍ଯ୍ୟନ୍ତ ଏ ଅଭିଯାନ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ୨୦୧୮ ମସିହାରୁ ଆରମ୍ଭ ହୋଇଥିବା ଜାଗା ମିଶନ କାର୍ଯ୍ୟକ୍ରମରେ ସହରର ବସ୍ତି ଗୁଡିକରେ ରହୁଥିବା ଗରିବ ପରିବାର ଗୁଡିକୁ ଭୂମି ଅଧିକାର ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ସହରର ୧ ଲକ୍ଷ ୭୦ହଜାରରୁ ଅଧିକ ପରିବାରକୁ ଭୂମି ଅଧିକାର ମିଳିଛି। ଆଜିର କାର୍ଯ୍ୟକ୍ରମକୁ ମିଶାଇ ରାଜ୍ୟରେ ୨ ଲକ୍ଷ ୪୦ ହଜାର ପରିବାରକୁ ଭୂମି ଅଧିକାର ମିଳିଲା। ଏହା ସହିତ ୪୦ ହଜାର ପରିବାରକୁ ଘର ତିଆରି ପାଇଁ ସହାୟତା ମଧ୍ୟ ଦିଆ ଯାଇଛି। ବସ୍ତିମୁକ୍ତ ଓଡିଶା ଗଠନ ଉଦ୍ଦେଶ୍ୟ ନେଇ ଏହି ସବୁ ବସ୍ତି ଗୁଡିକୁ ସମସ୍ତ ପ୍ରକାର ମୌଳିକ ସୁବିଧା ସୁଯୋଗ ଦିଆଯାଇ ଏସବକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଉଛି। ବର୍ତ୍ତମାନ ସୁଦ୍ଧା ୬୮ଟି ପୌରାଞ୍ଚଳର ୧୦୧୦ ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସହର କେବଳ ଧନୀ ଲୋକଙ୍କର ନୁହଁ। ଗରିବ ଲୋକର ମଧ୍ୟ ସ୍ବାଭିମାନ ସହ ସହରରେ ବଞ୍ଚିବାର ଅଧିକାର ରହିଛି । ସହରର ନିର୍ମାଣରେ ବ୍ୟବହୃତ ପ୍ରତିଟି ଇଟାରେ ଗରିବ ଲୋକର ପରିଶ୍ରମ ଯୋଡି ହୋଇ ରହିଛି । ସେମାନଙ୍କ ଅବଦାନକୁ ଆମେ ସମସ୍ତେ ସମ୍ମାନ ଜଣାଇବା ଉଚିତ । ଜାଗା ମିଶନ ଗରିବ ଲୋକକୁ ସମ୍ମାନ ଦେଇଛି, ନୂଆ ପରିଚୟ ଦେଇଛି ।ଆମର ଏ କାର୍ଯ୍ୟକ୍ରମ କେବଳ ଓଡିଶା ନୁହେଁ, ସାରା ବିଶ୍ବର ଦୃଷ୍ଟି ଆକର୍ଷଣ କରିପାରିଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ, ବିକାଶର ସୁଫଳରେ ଗରିବ ଲୋକର ପ୍ରଥମ ଅଧିକାର ରହିଛି । ସହରର ରୂପାନ୍ତରରେ ଜାଗା ମିଶନ ନୂଆ ଯୁଗ ଆରମ୍ଭ କରିଛି ବୋଲି ମତ ଦେଇଥିଲେ ।

ଜାଗା ମିଶନର ଏହି କାର୍ଯ୍ୟକ୍ରମରେ ଟାଟା ଷ୍ଟିଲ ଫାଉଣ୍ଡେସନ୍ ଗୁରୁତ୍ୱପୂର୍ଣ୍ଣ ସହଯୋଗ ଯୋଗାଇ ଦେଇଥିବରୁ ମୁଖ୍ୟମନ୍ତ୍ରୀ ଏହାକୁ ଧନ୍ୟବାଦ ଦେବା ସହିତ ଟାଟା ଷ୍ଟିଲକୁ ସମ୍ବର୍ଦ୍ଧିତ କରିଥିଲେ । ଲୋକଙ୍କ ଜୀବନରେ ରୂପାନ୍ତର ଆଣିବା ପାଇଁ ଆମର ଉଦ୍ୟମକୁ 5T ଉପକ୍ରମ ତ୍ୱରାନ୍ୱିତ କରିଛି । ଜାଗା ମିଶନ ଏହାର ଏକ ପ୍ରକୃଷ୍ଠ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ସମସ୍ତଙ୍କ ସହଯୋଗରେ, ସମସ୍ତଙ୍କୁ ସାଥିରେ ନେଇ ଆମେ ଆଗକୁ ବଢୁଛୁ। ଏକ ନୂଆ ଓଡିଶା, ସଶକ୍ତ ଓଡିଶା, ରୂପାନ୍ତରିତ ଓଡିଶା ଗଢିବା ଆମର ଲକ୍ଷ୍ୟ ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଏହି ଲକ୍ଷ୍ୟ ପୂରଣ ଦିଗରେ ଆଜିର କାର୍ଯ୍ୟକ୍ରମ ଏକ ମାଇଲଷ୍ଟୋନ ହୋଇ ରହିବ ।

ଏହି କାର୍ଯ୍ୟକ୍ରମରେ ବିଜୁ ଆଦର୍ଶ କଲୋନୀରେ ପରିଣତ ହୋଇଥିବା ୧୦୧୦ଟି କଲୋନୀ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ। କଟକ ମହାନଗର ନିଗମ, ଖୋର୍ଧା, କୋରାପୁଟ ଓ ଯାଜପୁର ପୌରାଞ୍ଚଳକୁ ବିଜୁ ଆଦର୍ଶ କଲୋନୀ ନିର୍ମାଣରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଏହି ପୌରାଞ୍ଚଳକୁ ସମ୍ମାନିତ କରିଥିଲେ। ସେହିପରି ଯେଉଁଠାରେ ଆଇନଗତ କାରଣରୁ ବସ୍ତି ଲୋକଙ୍କୁ ନିଜେ ରହୁଥିବା ସ୍ଥାନରେ ଜାଗା ଦିଆଯିବା ସମ୍ଭବ ନୁହେଁର, ସେଠାରେ ସମସ୍ତଙ୍କ ସହମତିରେ ନିକଟସ୍ଥ ସ୍ଥାନରେ ଜାଗ ଦିଆଯାଇ ନୂଆ କଲୋନୀ ସ୍ଥାପନ କରାଯାଉଛି। ନୂଆ କଲୋନୀ ସ୍ଥାପନରେ ଚିକିଟି, ବୌଦ୍ଧ, ଢେଙ୍କାନାଳ ଓ କେଶିଙ୍ଗା ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ସେମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ। ଜଙ୍ଗଲ, ଜମିରେ ଘର କରିଥିବା ଗରିବ ଲୋକଙ୍କୁ ଜଙ୍ଗଲ ଅଧିକାର ଆଇନର ପ୍ରୟୋଗରେ ବସ୍ତି ବାସିନ୍ଦାଙ୍କୁ ଜମି ଅଧିକାର ଦେବା କ୍ଷେତ୍ରରେ ଢେଙ୍କାନାଳ ଜିଲ୍ଲା ସାରା ଦେଶରେ ପ୍ରଥମ ସ୍ଥାନ ପାଇଛି ।

ଏଥିପାଇଁ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା ପ୍ରଶାସନକୁ ସମ୍ବର୍ଦ୍ଧିତ କରିଛନ୍ତି । ସେହିପରି ରାଜ୍ୟର ଜାଗା ମିଶନ କାର୍ଯ୍ୟକ୍ରମ UN-World Habitat Award 2023 ପାଇଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟର ଜାଗା ମିଶନ ଟିମକୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଶ୍ରୀମତି ଉଷା ଦେବୀ ନିଜର ଅଭିଭାଷଣ ରଖି କହିଥିଲେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଉଦ୍ୟମ ଯୋଗୁ ରାଜ୍ୟର ଗରିବ ଲୋକମାନଙ୍କ ମୁହଁରେ ଆଜି ହସ ଫୁଟିଛି । ସେମାନେ ଆଜି ନିଜର ଅଧିକାର ପାଇଛନ୍ତି ଓ ଆଗକୁ ବଢିବାର ସୁଯୋଗ ପାଇଛନ୍ତି ।

କାର୍ଯ୍ୟକ୍ରମରେ ଟାଟା ଷ୍ଟିଲ ଫାଉଣ୍ଡେସନ୍‌ର ପରିଚାଳନା ନିର୍ଦ୍ଦେଶକ କହିଥିଲେ ଯେ, ବିଭିନ୍ନ ଜନ କଲ୍ୟାଣ କାର୍ଯ୍ୟକ୍ରମରେ ସରକାରଙ୍କୁ ସହଯୋଗ ଯୋଗାଇଦେବା ପାଇଁ ଟାଟା ଷ୍ଟିଲ ସବୁବେଳେ ପ୍ରସ୍ତୁତ। ଏପରି ଏକ କାର୍ଯ୍ୟକ୍ରମ ଟାଟା ଷ୍ଟିଲ ପାଇଁ ସମ୍ପୂର୍ଣ୍ଣ ଭାବେ ନୂଆ ହୋଇଥିଲେ ମଧ୍ୟ ଏହି ଦାୟିତ୍ୱକୁ ଆମେ ଠିକ୍ ଭାବେ ତୁଲାଇଛୁ । ଆଗକୁ ମଧ୍ୟ ଏହିପରି ସହଯୋଗ ଜାରି ରହିବ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ଜେନା, ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଭାଗର ପ୍ରମୁଖ ସଚିବ ଶ୍ରୀ ଜି. ମାଥଭାତନନ୍ ପ୍ରାରମ୍ଭିକ ସୂଚନା ଦେଇଥିଲେ ଏବଂ ଜାଗା ମିଶନର ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version