No Result
View All Result
୮ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନ :-> ଭୁବନ ବ୍ଲକ ଅନ୍ତର୍ଗତ ଏକତାଳି ଗ୍ରାମରେ ବେଆଇନ ଭାବେ ଦେଶୀ ମଦ ରନ୍ଧା ଯାଉଥିବା ସମ୍ପର୍କରେ ଖବର ପାଇ ଭୁବନ ଅବକାରୀ ବିଭାଗ ତରଫରୁ ଆଜି ଅଚାନକ ଚଢ଼ାଉ କରାଯାଇ ୨ ହଜାର ଲିଟର ମହୁଲ ପୋଚ ନଷ୍ଟ କରାଯାଇଥିଲା ଓ ୨୫୦ ଲିଟର ଦେଶୀ ମଦ ଓ ମଦ ରନ୍ଧା ସାମଗ୍ରୀ ଜବତ କରାଯାଇଥିଲା । ଏହି ଘଟଣାରେ ଏକତାଳି ଗ୍ରାମର ରଘୁନାଥ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ।
ଜିଲ୍ଲାପାଳ ସରୋଜ କୁମାର ସେଠୀ ଓ ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀ ଙ୍କ ନିର୍ଦ୍ଦେଶ ରେ ଭୁବନ ଅବକାରୀ ବିଭାଗ ଓ ଆଇ ସି ସୌରଭ ମିଶ୍ର, ଏ ଏସ ଆଇ ବିଶ୍ଵ ରଞ୍ଜନ ନାଥ ଙ୍କ ନେତୃତ୍ୱ ରେ କନଷ୍ଟେବଳ ଗୋଲାପ ସାହୁ ,ପ୍ରେମାନନ୍ଦ ବେହେରା, ପ୍ରଫୁଲ୍ଲ କୁମାର ସାମଲ ପ୍ରମୁଖ ଏହି ଚଢାଉ ରେ ସାମିଲ ଥିଲେ ।
No Result
View All Result