No Result
View All Result
୧୧ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର ଉଦୟଗିରି :-> ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲ କାନ୍ତ ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ, ପ୍ରକଳ୍ପ ପ୍ରଶାସକ ,ସମନ୍ୱିତ ଅଧିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଫାଲଗୁନି ମାଝୀ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଲୁହାଗୁଡ଼ି ସମେତ ଗୋବିନ୍ଦପୁର, ମିରାପାଲି ଓ ଲିଲିଗଡ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୧୩୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା ।

ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୫୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୭୫ ଓ ୮ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ଦୁଇ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ପଚିଶି ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା, ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚ୍ୟାୟତ ୧୦୩ ଜଣ ହିତଧିକାରୀଙ୍କୁ ଜଙ୍ଗଳ ଜମି ପଟ୍ଟା ବଣ୍ଟନ କରାଯାଇଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଉପଖଣ୍ଡ ପୋଲିସ ଅଧିକାରୀ, ଆର.ଉଦୟଗିରି ଶ୍ରୀ ଅଶ୍ଵିନୀ ନାୟକ, ମୋହନା ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଜୀବ ଶବର,ସ୍ଥାନୀୟ ସରପଞ୍ଚ ଶ୍ରୀ କୈଳାଶ ଦଳବେହେରା, ମୋହନା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ତପଶ୍ୱନି ହାଂସଦା,ସ୍ଥାନୀୟ ତହସିଲଦାର ଶ୍ରୀ ହିମାଂଶୁ ଭୂଷଣ ପଳେଇ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।


No Result
View All Result