No Result
View All Result
୧୧ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଆଗାମୀ ସାଧାରଣ ନିର୍ବାଚନ ନିମନ୍ତେ ଏଆଇସିସି ଦ୍ୱାରା ଗଠିତ ପ୍ରଦେଶ କଂଗ୍ରେସ ନିର୍ବାଚନୀ ଇସ୍ତାହାର କମିଟିର ଦ୍ୱିତୀୟ ବୈଠକ ଅଧ୍ୟକ୍ଷ ଶ୍ରୀ ପଂଚାନନ କାନୁନଗୋଙ୍କ ସଭାପତିତ୍ୱରେ କଂଗ୍ରେସ ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନିମ୍ନମତେ ତିନୋଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି । ଇସ୍ତାହାର କମିଟି ରାଜ୍ୟର ବିଭିନ୍ନ ଅଂଚଳ ଗସ୍ତକରି ଲୋକପ୍ରତିନିଧି, ସାଧାରଣ ଜନତା, ନାଗରିକ ସମାଜ ଓ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟରତ କର୍ମୀମାନଙ୍କ ସହ ବିଷଦ ଆଲୋଚନା କରାଯିବ । ରାଜ୍ୟରେ ଥିବା ବିଭିନ୍ନ ବିଷୟ ବିଷାରଦ ମାନଙ୍କ ସହ ଆଲୋଚନା କରି ମତ ସଂଗ୍ରହ କରିବ ।

ବିଭିନ୍ନ ରାଜ୍ୟ କଂଗ୍ରେସ ଦ୍ୱାରା ପ୍ରସ୍ତୁତ ଇସ୍ତାହାର ମାନ ଅଧ୍ୟୟନ କରି ଇସ୍ତାହାର ଦସ୍ତାବିଜ ପ୍ରସ୍ତୁତ କରାଯିବ । ଏହି ସମସ୍ତ ପ୍ରକ୍ରିୟା ଅକ୍ଟୋବର ଶେଷସୁଦ୍ଧା ଚୂଡ଼ାନ୍ତ କରିବାକୁ ସଭାରେ ଉପସ୍ଥିତ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ଏବଂ ତଦନୁଯାୟୀ ଏହି କାର୍ଯ୍ୟ ଅକ୍ଟୋବର ଶେଷସୁଦ୍ଧା ସମାପନ କରିବାପାଇଁ ନିଷ୍ପତି ନିଆଯାଇଛି । ଆଜିର ବୈଠକରେ ସର୍ବଶ୍ରୀ ପୂବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ଅନନ୍ତ ପ୍ରସାଦ ସେଠୀ, ଗଣେଶ୍ୱର ବେହେରା,

ବିଶ୍ୱନାଥ ଆଚାର୍ଯ୍ୟ, ଉଦ୍ଧବ କର, ଇନ୍ଦ୍ରମୋହନ ପଣ୍ଡା, ଆବାହକ ପ୍ରଶାନ୍ତ ଶତପଥି, ପ୍ରକାଶ ମିଶ୍ର, ସସ୍ମିତା ବେହେରା, ସୁଦର୍ଶନ ଦାସ, ଜିଆଉଲ ହକ, ଅମିୟ ପଟ୍ଟନାୟକ, ରଜନୀ ମହାନ୍ତି, ବିଷ୍ମୟ ମହାପାତ୍ର, ଅମୀୟ ପାଣ୍ଡବ, ମନଷା ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ବୋଲି ପିସିିସି ଗଣମାଧ୍ୟମ ସଂଯୋଜକ ଦୀପକ କୁମାର ମହାପାତ୍ର ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ।


No Result
View All Result