No Result
View All Result
୧୯ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଓଡ଼ିଶାର ପ୍ରଥମ ବାରିଷ୍ଟର, ଓଡିଆ ଭାଷା ଆନ୍ଦୋଳନର ପୁରୋଧା ବାରିଷ୍ଟର ବିଶ୍ୱନାଥ ମିଶ୍ରଙ୍କ ୯୦ତମ ଶ୍ରାଦ୍ଧ ଦିବସ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଲଷ୍ମୀଧର ବେହେରାଙ୍କ ସଂଯୋଜନାରେ ଆଜି ପ୍ରତ୍ୟୁଷରେ ଭୁବନେଶ୍ୱର ରାଜଭବନ ସମ୍ମୁଖସ୍ଥ ତାଙ୍କ ପ୍ରତିମୂର୍ତ୍ତିସ୍ଥଳୀରେ ଅନୁଷ୍ଠିତ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଅଛି ।
ଗାୟକ ଆହ୍ଲାଦ ସୁରେନ୍ଦ୍ର ନାଥ ଛୋଟରାୟ ବନ୍ଦନା ଗାନ କରିବା ପରେ ବିଧାୟକ ପ୍ରଫୁଲ୍ଲ ସାମଲ, ପ୍ରବୀର ମହାନ୍ତି, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀ, ଅଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂହ, ଗିରିଜା ଶଙ୍କର ମହାପାତ୍ର, ଉଇ ଫର ଭୁବନେଶ୍ୱର ପକ୍ଷରୁ ନରେନ ସାହୁ, ହାଡ଼ିବନ୍ଧୁ ବେଉରିଆ, ଜୟ ଓଡିଶା ପକ୍ଷରୁ ହରପ୍ରିୟା ପଟ୍ଟଯୋଶୀ ଓ ଅନ୍ୟମାନେ ବିଶ୍ୱନାଥ ମିଶ୍ରଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋକପାତ କରିଥିଲେ ।
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସହପାଠୀ ସ୍ବର୍ଗତ ମିଶ୍ର ଆଇନ ବ୍ୟବସାୟ ସହିତ ଓଡିଆ ଭାଷା ଭାଷୀ ଅଞ୍ଚଳର ଏକତ୍ରିକରଣ ପାଇଁ କାର୍ଯ୍ୟ କରୁଥିଲେ । ଆଜିର ଦିନରେ ସିମଲା ଠାରେ ସେ ଇହଲୀଳା ସମ୍ବରଣ କରିଥିଲେ । ସେ ଓଡିଆ ଜାତିର ଚିରସ୍ମରଣୀୟ ବ୍ୟକ୍ତିତ୍ୱ ଭାବେ ଚିରବନ୍ଦନୀୟ ବୋଲି ଅତିଥି ମାନେ ଅବିହିତ କରିଥିଲେ ।

No Result
View All Result