• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରକଳ୍ପ ଉଦ୍ଦେଶ୍ୟକୁ ସାକାର କରିବାକୁ : ସମସ୍ତ ପ୍ରମୁଖ ବିଭାଗ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ – ଉନ୍ନୟନ କମିଶନରଙ୍କ ପରାମର୍ଶ

Proprietor Abhimanyu Maharana by Proprietor Abhimanyu Maharana
September 24, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପ୍ରକଳ୍ପ ଉଦ୍ଦେଶ୍ୟକୁ ସାକାର କରିବାକୁ : ସମସ୍ତ ପ୍ରମୁଖ ବିଭାଗ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ – ଉନ୍ନୟନ କମିଶନରଙ୍କ ପରାମର୍ଶ
Share on FacebookShare on TwitterWhatsapp

ଜଳବାୟୁ ସହନଶୀଳ କୃଷି ପ୍ରକଳ୍ପର ସମୀକ୍ଷା

ପ୍ରଭାବଶାଳୀ ତଦାରଖ ପାଇଁ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ଉପରେ ଗୁରୁତ୍ୱାରୋପ

୨୩ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଉନ୍ନୟନ କମିଶନର-ତଥା-ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଗୁରୁବାର ରାଜୀବ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ବୈଠକରେ ଜଳବାୟୁ ସହନଶୀଳ କୃଷି ପ୍ରକଳ୍ପର ସମୀକ୍ଷା କରିଥିଲେ । ନାବାର୍ଡର ଜେନେରାଲ ମ୍ୟାନେଜରଙ୍କ ସମେତ କୃଷି ଓ କୃଷି ଉତ୍ପାଦନ ନିର୍ଦ୍ଦେଶକ, ଉଦ୍ୟାନ କୃଷି ନିର୍ଦ୍ଦେଶକ, ସ୍ୱତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ, ଓଆଇଆଇପିସିଆରଏର ପ୍ରକଳ୍ପ ନିର୍ଦ୍ଦେଶକ, ପ୍ରମୁଖ ବିଭାଗର ବରିଷ୍ଠ ଅଧିକାରୀ, ଜିଲ୍ଲାପାଳ, ଗଞ୍ଜାମ ଓ ମୟୂରଭଞ୍ଜ, ସହଯୋଗୀ ସଂଗଠନ ଏବଂ ଅନ୍ୟ ଅଂଶୀଦାରମାନେ ମଧ୍ୟ ଏହି ବୈଠକରେ ଯୋଗଦେଇ ଥିଲେ । ସମୀକ୍ଷା ବୈଠକରେ ଏହି ପ୍ରକଳ୍ପ କାର୍ଯ୍ୟକାରିତାରେ ପ୍ରମୁଖ କ୍ଷେତ୍ରରେ ସଫଳତା, ଆହ୍ୱାନ ଏବଂ ଆଗାମୀ ଯୋଜନା ସଂପର୍କରେ ଆଲୋକପାତ କରାଯାଇଥିଲା ।

ଉତ୍ତମ ଅଭ୍ୟାସ ତଥା ସଫଳ କାହାଣୀଗୁଡ଼ିକର ପ୍ରାମାଣିକ ତଥ୍ୟ ରଖିବା ସହିତ ଆଗାମୀ ଦିନରେ ପ୍ରକଳ୍ପ କାର୍ଯ୍ୟକାରିତାରେ ଦୃଢ ସମନ୍ୱୟ ଏବଂ ଅନ୍ତର୍ଭୁକ୍ତିକରଣ ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ସୂଚନା ଯୋଗ୍ୟ ଯେ, ଜଳବାୟୁ ସହନଶୀଳ କୃଷି ପାଇଁ ଓଡ଼ିଶା ସମନ୍ୱିତ ଜଳସେଚନ ପ୍ରକଳ୍ପ ରାଜ୍ୟର ୧୫ଟି ଜିଲ୍ଲାରେ କାର୍ଯ୍ୟକାରୀ ହେଉଛି, ଯାହାର ଉଦ୍ଦେଶ୍ୟ ହେଉଛି କୃଷି ଉତ୍ପାଦନର ବ୍ୟାପକତା ଓ ଫସଲ ବିବିଧିକରଣ, ଜଳସେଚନର ଉପଲବ୍ଧତା ଏବଂ ଜଳ ଉପଯୋଗିତାରେ ଉନ୍ନତି, ସଂସ୍ଥାଗତ ଦକ୍ଷତା ସୁଦୃଢ଼ୀକରଣ ଓ ପ୍ରକଳ୍ପ ପରିଚାଳନା ଆଦି ୪ ଟି ପ୍ରମୁଖ କ୍ଷେତ୍ରକୁ ଗୁରୁତ୍ୱ ଦେଇ କୃଷି ଉତ୍ପାଦନକୁ ତ୍ୱରାନ୍ୱିତ ଓ ବିବିଧିକରଣ ଏବଂ ଜଳବାୟୁ ସହନଶୀଳତା ବୃଦ୍ଧି କରିବା ।

କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ପୋଖରୀ ବା ଜଳାଶୟଗୁଡିକର ଉପଲବ୍ଧତା ଏବଂ ଜଳସେଚନରେ ଉନ୍ନତି ଆଣିବା ସହିତ ଜଳସେଚନ ସେବାର ଗୁଣବତ୍ତା ବୃଦ୍ଧି ମାଧ୍ୟମରେ କୃଷକମାନଙ୍କୁ ଉପକୃତ କରିବା ପାଇଁ ଏହି ପ୍ରକଳ୍ପ ଜଳ, କୃଷି, ଉଦ୍ୟାନ କୃଷି ଏବଂ ମତ୍ସ୍ୟ ଚାଷ କ୍ଷେତ୍ରର ଆନ୍ତଃକ୍ଷେତ୍ରୀୟ ସମନ୍ୱୟ ଗ୍ରହଣ କରୁଛି ଯଦ୍ଦ୍ୱାରା ହାରାହାରି ଅମଳ, ବଜାରଯୋଗ୍ୟ ଉତ୍ପାଦନ, ବିବିଧ ଆୟ ଓ ଜଳବାୟୁ ସ୍ଥିରତା ଇତ୍ୟାଦିକୁ ଗୁରୁତ୍ୱ ଦିଆଯାଇ କାର୍ଯ୍ୟକାରୀ କରାଯାଉଛି । ସେହିଭଳି “ସବୁଜ ଜଳବାୟୁ ପାଣ୍ଠି” ପ୍ରକଳ୍ପ ମାଧ୍ୟମରେ ଜଳସେଚନ ସୁବିଧା ନଥିବା ସମ୍ବେଦନଶୀଳ ଅଞ୍ଚଳରେ ଜଳ ନିରାପତ୍ତାକୁ ସୁନିଶ୍ଚିତ କରିବା ପାଇଁ ଢାଞ୍ଚାଗତ ଅନୁକୂଳ ପଦକ୍ଷେପ ଏବଂ କ୍ଷୁଦ୍ର ଜଳସେଚନ ପାଇଁ ସୌର ପମ୍ପ ବ୍ୟବହାର ମାଧ୍ୟମରେ ଗୋଷ୍ଠୀ ପୋଖରୀରେ ଭୂତଳ ଜଳ ପୁନରୁଦ୍ଧାର କରିବାକୁ ଲକ୍ଷ୍ୟ ରଖିଛି ।

ଭୂତଳ ଜଳ ରିଚାର୍ଜ ବ୍ୟବସ୍ଥାର ଅନୁକୂଳନ, ଗୋଷ୍ଠୀ ପୋଖରୀର ନବୀକରଣ, ଜଳସେଚନ ପାଇଁ ସୌର ପମ୍ପର ଏକୀକରଣ, ଅଂଶୀଦାରଙ୍କ ଦକ୍ଷତା ବୃଦ୍ଧି ଇତ୍ୟାଦି ଏହି ପ୍ରକଳ୍ପର ମୁଖ୍ୟ ଉପାଦାନ । ଉଭୟ ପ୍ରକଳ୍ପର କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା କରି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସମସ୍ତ ପ୍ରମୁଖ ବିଭାଗକୁ ପ୍ରକଳ୍ପ ଉଦ୍ଦେଶ୍ୟ ସାକାର କରିବା ଏବଂ ସଂପୃକ୍ତ ଗୋଷ୍ଠୀ ସମୁଦାୟଙ୍କ ଲାଭକୁ ସୁନିଶ୍ଚିତ କରିବା ପାଇଁ ସମନ୍ୱୟକୁ ସୁଦୃଢ କରି କାର୍ଯ୍ୟ କରିବାକୁ କହିଥିଲେ । ପ୍ରକଳ୍ପଗୁଡ଼ିକର ସମସ୍ତ କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବା ସହିତ ନବସୃଜନ, ଜଳବାୟୁ ସ୍ମାର୍ଟ ଭିଲେଜ୍ ନିର୍ମାଣ ଏବଂ ପ୍ରଭାବଶାଳୀ ତଦାରଖ ପାଇଁ ପ୍ରଯୁକ୍ତିବିଦ୍ୟାର ଉପଯୋଗର ଆବଶ୍ୟକତା ସଂପର୍କରେ ସେ ଗୁରୁତ୍ୱାରୋପ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version