No Result
View All Result
୨୫ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟ ଖଣ୍ଡୁଗାଁ ରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୟାନିଧି ମହାପାତ୍ର ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ସସ୍ମିତା ମଳିକ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ।ସମ୍ମାନୀତ ଅତିଥି ଭାବେ ମୋ ସ୍କୁଲ ସଭାପତି ଅନ୍ତର୍ଯ୍ୟାମୀ ମହାପାତ୍ର,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନିରଞ୍ଜନ ପାଣୀ,

ମୋ ସ୍କୁଲ ର ସକ୍ରିୟ ସଦସ୍ୟ ଦୀପକ ରଞ୍ଜନ ଦାସ,ସୁରେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।ଏହି ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ରେ କୁନି କୁନି ବୈଜ୍ଞାନିକ ମାନଙ୍କ ଦ୍ଵାରା ୫୨ ଟି ପ୍ରକଳ୍ପ ପ୍ରଦର୍ଶିତ କରଯାଇଥିଲା।ବିଚାରକ ଭାବେ ନୟାଗଡ ସ୍ବୟଂ ଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନର ଅଧ୍ୟାପିକା ସ୍ୱାଗତିକା ମହାପାତ୍ର, ମାଳିସାହି ଗତିକେଶ ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ଶିକ୍ଷୟତ୍ରୀ ନଳିନୀ ଶତପଥୀ ଯୋଗଦେଇ କୁନି କୁନି ବୈଜ୍ଞାନିକ ମାନଙ୍କ ଦ୍ଵାରା ପ୍ରଦର୍ଶିତ ବିଜ୍ଞାନ ପ୍ରକଳ୍ପ ଗୁଡ଼ିକୁ ଦେଖିବା ସହ ପ୍ରକଳ୍ପ ସମ୍ପର୍କରେ ଛାତ୍ର ଛାତ୍ରୀ ଙ୍କୁ ପଚାରିଥିଲେ।

ବିଦ୍ୟାଳୟସ୍ତରୀୟ ବିଜ୍ଞାନମେଳା ଦ୍ଵାରା ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବୈଜ୍ଞାନିକ ମନୋବୃତ୍ତି ର ଅଭିବୃଦ୍ଧି ହୋଇଥାଏ ବୋଲି ବୁଦ୍ଧିଜୀବି ମାନେ ମତ ପ୍ରକାଶ କରିବା ସହ ଏହା ଏକ ପ୍ରଶଂସନୀୟ କାର୍ଯ୍ୟକ୍ରମ ବୋଲି କହିଛନ୍ତି । ଏହି କାର୍ଯ୍ୟକ୍ରମ କୁ ସଫଳ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ସହଯୋଗ କରିଥିଲେ।

No Result
View All Result