୧୦ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> ମୟୂରଭଞ୍ଜ ଜିଲ୍ଲା ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି. ବାମନଘାଟି ଉପଜିଲ୍ଲାପାଳ ଶ୍ରୀଯୁକ୍ତ ସରୋଜ କୁମାର ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱlବଧାନ ରେ ଆୟୋଜିତ ତଥା ମୟୁରଭଞ୍ଜ ଜିଲ୍ଲାପାଳ ଶ୍ରୀଯୁକ୍ତ ବିନୀତ ଭରଦ୍ୱାଜ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିର ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ବି. ଗଙ୍ଗାଧର ଓ ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ .

ପ୍ରାରମ୍ଭ ରେ ଜିଲ୍ଲାପାଳ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ. ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ 88 ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ 62 ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ 26 ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା.

ଗ୍ରହଣ ହୋଇଥିବା ଆପତ୍ତି ଅଭିଯୋଗ ମଧ୍ୟରୁ 04 ଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା ଏବଂ ଅଭିଯୋଗ ର ଗୁରତ୍ୱ କୁ ବିଚାର କରି 02 ଜଣ ଆବେଦନ କାରୀଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ରୁ 15,000/- ଟଙ୍କା ଏବଂ ଅନ୍ୟ 02 ଜଣ ଆବେଦନକାରୀ ଙ୍କୁ ରେଡକ୍ରସ ସହାୟତା ପାଣ୍ଠି ରୁ 15,000/- ଟଙ୍କା ଜିଲ୍ଲାପାଳ ମଂଜୁର କରିଛନ୍ତି. ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ.

















