୧୧ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ୍ ସ୍ତରୀୟ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ ହୋଇଯାଇଛି । ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରଶାନ୍ତ ସାହୁ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସି ଡି ପି ଓ ସୁଭ୍ରକେଶୀ ମଲିକ ଯୋଗଦେଇ ବାଳିକା ଶିକ୍ଷା ଉପରେ ଗୁରୁତ୍ୱାରୋପ କରିବା ସହ ବାଳିକା ମାନେ କିପରି ଦେଶର ଭବିଷ୍ୟତ ବର୍ଣ୍ଣନା କରିଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ୍ ଅତିରିକ୍ତ ଶିକ୍ଷା ଅଧିକାରୀ ଜ୍ୟୋତ୍ସ୍ନାରାଣୀ ସେଠୀ, କବିତା ଦାଶ,ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରମୁଖ ମଞ୍ଚାସୀନ ଥିଲେ।ଏହି କାର୍ଯ୍ୟକ୍ରମ ସଫଳ ପରିଚାଳନାରେ ସି ଆର ସି ସି କୈଳାସ ଚନ୍ଦ୍ର ନାୟକ, ଶ୍ରୀନିବାସ ରଥ,ନୀମେଇ ଚରଣ ସାହୁ ସହଯୋଗ କରିଥିଲେ।ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ଅର୍ଜନ କରିଥିବା ୧୩ ଜଣ ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରାଯାଇଥିଲା ।
















