୧୭ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା- ୨୦୨୩ ଭୁବନେଶ୍ୱର ସ୍ଥିତ ଅର୍ବାନ ହାଟ ଠାରେ ଆୟୋଜନ କରାଯାଇଅଛି . ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ତନ୍ତବାୟ ସମିତି ଏସ୍ଏଚ୍ଜି ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧି କରି ବୁଣାକାରଙ୍କୁ ନିୟମିତ କାମ ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କ ପୋହି (Pକ୍ସଓଔ)-୨୦୨୩-୨୪ ଯୋଜନାରେ ଏହା ଅନୁଷ୍ଠିତ ହୋଇଅଛି .
ଏହି ମେଳାକୁ ଶ୍ରୀଯୁକ୍ତ ଶୋଭନ କ୍ରୀଷ୍ନା ସାହୁ, ଆଇ.ଆର.ଏସ୍, ବୟନଶିଳ୍ପ ନିର୍ଦ୍ଦେଶକ, ଓଡିଶା, ତା.୧୭.୧୦.୨୦୨୩ ସଂଧ୍ୟା ଘ.୫.୪୫ ମିନିଟ୍ରେ ଉଦ୍ଘାଟନ କରିଥିଲେ . ଉକ୍ତ ଉସିବରେ ଶ୍ରୀଯୁକ୍ତ ସଂବିତ କୁମାର ଆଚାର୍ଯ୍ୟ, ସଭାପତି, ସମ୍ବଲପୁରୀ ବସ୍ତ୍ରାଳୟ, ବରଗଡ, ଶ୍ରୀଯୁକ୍ତ ଦେବଜୀତ ନନ୍ଦି, ଯୁଗ୍ମ ନିର୍ଦ୍ଦେଶକ ବୟନଶିଳ୍ପ, ଭୁବନେଶ୍ୱର, ଓ ଶ୍ରୀଯୁକ୍ତ ହେମନ୍ତ କୁମାର ମିଶ୍ର, ବାଣିଜ୍ୟ ଅଧିକାରୀ, ସମ୍ବଲପୁରୀ ବସ୍ତ୍ରାଳୟ, ବରଗଡ ଉପସ୍ଥିତ ଥିଲେ . ଏହି ମେଳାରେ ସମ୍ବଲପୁରୀ ବସ୍ତ୍ରାଳୟ ସହ ରାଜ୍ୟର ବରଗଡ, କଟକ, ସୋନପୁର, ଆଠଗଡ, ବାରିପାଦା, ବାଲେଶ୍ୱର, ପାଟଣାଗଡ, ନୟାଗଡ,
ଖୋର୍ଦ୍ଧା ଓ ବୌଦ୍ଧ ବୟନ ମଣ୍ଡଳ ମାନଙ୍କରୁ ୩୩ଗୋଟି ତନ୍ତବାୟ ସମିତି ଏସ୍ଏଚ୍ଜିର ବୁଣାକାର ସେମାନଙ୍କର ଉପ୍ିାଦିତ ଲୁଗାର ପ୍ରଦର୍ଶନୀ ଓ ବିକ୍ରୟ କରିବାପାଇଁ ଯୋଗଦାନ କରିଛନ୍ତି .ଏଥି ସକାଶେ ସେମାନଙ୍କୁ ୩୪ଗୋଟି ଦେୟମୁକ୍ତ ଷ୍ଟଲ ପ୍ରଦାନ କରାଯାଇଅଛି . ଏହି ସ୍ୱତନ୍ତ୍ର ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା ଆସନ୍ତା ତା.୩୧.୧୦.୨୦୨୩ ପର୍ଯ୍ୟନ୍ତ ଚାଳୁରହିବ . ଏହି ଏକାମ୍ର ହାଟରେ ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗଙ୍କ ପ୍ରଚେଷ୍ଠାରେ ଚଳିତବର୍ଷର୍ ଅକେଫାବର-୨୩ ସୁଦ୍ଧା ରାଜ୍ୟର ହସ୍ତତନ୍ତ ବୁଣାକାର ସଂସ୍ଥା ଓ ହସ୍ତଶିଳ୍ପ କାରିଗର ଭାଗ ନେଇ ଯଥାକ୍ରମେ ଟ.୨୭୮.୬୫ ଲକ୍ଷ ଓ ଟ.୧୨୫.୨୯ଲକ୍ଷ ମୋଟ ଟ.୪୦୩.୯୪ଲକ୍ଷର କାରବାର କରିପାରିଛନ୍ତି,
ଯାହାକି ଏକ ଯୁଗାନ୍ତକାରୀ ପଦକ୍ଷେପ ଅଟେ . ଉକ୍ତ ଅବଧି ମଧ୍ୟରେ ଏକାମ୍ର ହାଟ ମଧ୍ୟକୁ ୨ ଲକ୍ଷ ଲୋକ ଆଗମନ କରିଛନ୍ତି . ତା.୧୬.୧୦.୨୦୨୩ରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ମେଳାରେ ଗ୍ରାହକମାନେ ରାଜ୍ୟର ବିଭିନ୍ନ ପ୍ରାନ୍ତର ଉପିାଦିତ ହସ୍ତତନ୍ତ ଲୁଗା ସୁଲଭ ମୂଲ୍ୟରେ ୧୦% ସରକାରୀ ରିହାତିରେ କିଣିପାରିବେ . ଏହାର ସୁଯୋଗ ନେବାପାଇଁ ସମିତି ତରଫରୁ ଗ୍ରାହକ ମାନଙ୍କୁ ଅନୁରୋଧ କରାଯାଉଅଛି .