୧୭ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରଣପୁର :-> ରଣପୁର ବି.ସି. ହାଇସ୍କୁଲ ପରିସରରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି -୨୦୨୩” ଉଦଘାଟିତ ହୋଇ ଯାଇଛି | ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ମୁଖ୍ୟ ବକ୍ତା ନୟାଗଡ ଜିଲ୍ଲା ଶିକ୍ଷା ଅଧିକାରୀଣୀ ରାଜଶ୍ରୀ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ନିର୍ମଳା ବେହେରା,

ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଣପୁର ରଙ୍ଗୀନ ମହାନ୍ତି, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଶାନ୍ତିଲତା ଦେଇ, , ବି.ସି. ହାଇସ୍କୁଲର ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଙ୍ଗନାଥ ମିଶ୍ର, ବି.ସି. ହାଇସ୍କୁଲ ବରିଷ୍ଠ ଶିକ୍ଷୟତ୍ରୀ ତିଳୋତ୍ତମା ପୃଷ୍ଟି ପ୍ରମୁଖ ଯୋଗ ଦେଇଥିଲେ | ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରାଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା |

ଏହି କାର୍ଯ୍ୟକ୍ରମରେ ରଣପୁର ବ୍ଲକର ୧୮ଟି କ୍ଲଷ୍ଟରର ୨୦୫ ବିଦ୍ୟାଳୟରୁ ପ୍ରାୟ ୫୦୦ ଜଣ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ | ବରିଷ୍ଠ ଶିକ୍ଷକ ଜ୍ୟୋତି ରଞ୍ଜନ ଦାଶ ଅତିଥି ପରିଚୟ ପ୍ରଦାନ କରିଥିଲେ | ଏଥିରେ ପିଲାମାନଙ୍କ ମଧ୍ୟରେ ସଙ୍ଗୀତ, ଚିତ୍ରାଙ୍କନ, ବକ୍ତୃତା, ରଚନା, ହସ୍ତାକ୍ଷର ଲିଖନ, କୁଇଜ, ମିଲେଟ୍ସ ରଚନା, ବକ୍ତୃତା, ବିତର୍କ, ସଙ୍ଗୀତ ଆଦି କ୍ଷେତ୍ରରେ ପ୍ରତିଯୋଗିତା କରାଯାଇ ଥିଲା |

ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଚାରକ ଭାବେ ଶାନ୍ତି କଳା ବିଦ୍ୟା ନିକେତନର ଅଧ୍ୟକ୍ଷ ସତ୍ୟ ନାରାୟଣ ମହାପାତ୍ର, ସଙ୍ଗୀତ ଶିକ୍ଷକ ଶରତ ଚନ୍ଦ୍ର ମହାପାତ୍ର ମୂଲ୍ୟାୟନ କରିଥିଲେ | ସଙ୍ଗୀତ ଶିକ୍ଷକ ଭାସ୍କର ଚନ୍ଦ୍ର ସ୍ୱାଇଁ, ଶରତ ଚନ୍ଦ୍ର ମହାପାତ୍ର, ଶ୍ୱେତ ମିଶ୍ର ପ୍ରମୁଖ ସଙ୍ଗୀତ କାର୍ଯ୍ୟକ୍ରମର ମୂଲ୍ୟାୟନ କରିଥିଲେ |

ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରିଣୀ ଶାନ୍ତିଲତା ଦେଇ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ବସନ୍ତ କୁମାର ରାଉତ, ରସାନନ୍ଦ ପ୍ରଧାନ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଙ୍ଗନାଥ ମିଶ୍ର ପ୍ରମୁଖ ଯୋଗ ଦେଇ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ |

ଖାଦ୍ୟ ପ୍ରସ୍ତୁତିରେ ଦିନବନ୍ଧୁ ଜେନା, ପବିତ୍ର ମୋହନ ସାମନ୍ତରାୟ, ରସାନନ୍ଦ ବେହୁରା, ପାର୍ବତୀ ସାହୁ ପ୍ରମୁଖ ସହଯୋଗ କରିଥିଲେ | ଶକ୍ତି ପ୍ରସାଦ ଆଚାର୍ଯ୍ୟ, କୈଳାଶ ଚନ୍ଦ୍ର ମାଝୀ, ସୁଶୀଲ କୁମାର ରଣା, ଜ୍ୟୋତି ରଞ୍ଜନ କର ପ୍ରତିଯୋଗିତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ |

ଅକ୍ଷୟ କୁମାର ସାହୁ, ସୁଶାନ୍ତ କୁମାର ପ୍ରଧାନ, ସଞ୍ଜୟ କୁମାର ବରାଡ଼, ବିଶ୍ୱ ବେହେରା, ପଦ୍ମ ଚରଣ ସେଠି, ଅଶୋକ କୁମାର ସାମନ୍ତରାୟ, ସୁବାଷ ଚନ୍ଦ୍ର ମହାପାତ୍ର, ପ୍ରଭାତ କୁମାର ଦଳବେହେରା ଶାନ୍ତି ଶୃଙ୍ଖଳା ରକ୍ଷା କରିବାରେ ସହଯୋଗ କରିଥିଲେ | ସମସ୍ତ ଶିକ୍ଷକ ସଙ୍ଘର କର୍ମକର୍ତ୍ତାମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ |














