No Result
View All Result
୧୭ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଜଲାଙ୍ଗ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଜଲାଙ୍ଗ ସମେତ ଅମେଡ଼ା, ମାର୍ଲବା ଓ ରାୟଗଡ଼ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୫୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୪୧ ଓ ୮ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ୨ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ୪୫ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରାଯାଇଛି।

ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ଼ ପଞ୍ଚାୟତ ସମିତି ଉପ-ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପାଣି,ସ୍ଥାନୀୟ ସରପଞ୍ଚ ଶ୍ରୀ ଲାବଣ୍ୟ ଶବର,ରାୟଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧିର କୁମାର ସିଂ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ପ୍ରଦୀପ କୁମାର ପାତ୍ର,ତହସିଲଦାର ଶ୍ରୀମତୀ ଲିଲାବତି ଆଚାର୍ଯ୍ୟ ,ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ.

No Result
View All Result