୨୬ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଖୋର୍ଦ୍ଧା-ଜଟଣୀ :-> ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିକାଶକୁ ଯଥେଷ୍ଟ ଗୁରୁତ୍ୱ ଦେଉଥିବା ବେଳେ ଗ୍ରାମାଞ୍ଚଳ ପାଇଁ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି । ଆମ ଓଡ଼ିଶା ନବୀନ ଓଡ଼ିଶା ନାମରେ ପ୍ରତି ପଞ୍ଚାୟତ ପାଇଁ ୫୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି । ଆଜି ଗୁରୁବାର ଆଭାସି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧା ଜିଲ୍ଲାର ପ୍ରତି ପଞ୍ଚାୟତ ପାଇଁ ଅର୍ଥ ମଞ୍ଜୁର କରିଛନ୍ତି ।
୫ଟି ସଚିବ ଭି କେ ପାଣ୍ଡିଆନଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ବ୍ଲକ୍ ଅନ୍ତର୍ଗତ ୧୫ ଟି ପଞ୍ଚାୟତରେ ମୋଟ ୨୦୩ ପ୍ରକଳ୍ପ ପାଇଁ ୭୫ କୋଟି ଟଙ୍କା ମଞ୍ଜୁର ହୋଇଛି । ଏହା ସହିତ ୫ଟି ସଚିବ ଭି କେ ପାଣ୍ଡିଆନ କରିଥିବା ଜନଶୁଣାଣି କାର୍ଯ୍ୟକ୍ରମ ତଥା ଜିଲ୍ଲା ଗସ୍ତ ଅନୁସାରେ ସରକାରୀ ଡାକ୍ତରଖାନା ନବୀକରଣ ପାଇଁ ୨ କୋଟି ୪୦ ଲକ୍ଷ ଟଙ୍କା,ଜଟଣୀ ମହାବିଦ୍ୟାଳୟ ପାଇଁ ୨ କୋଟି ୫୦ ଲକ୍ଷ ଟଙ୍କା ଏବଂ ରାସ୍ତା,
ବିଦ୍ୟୁତ ଇତ୍ୟାଦି ପାଇଁ ୨୫ କୋଟି ଟଙ୍କାର ଆବଶ୍ୟକ ଅର୍ଥ ମଞ୍ଜୁର କରାଯାଇଥିବା ସୂଚନା ଦେଇଛନ୍ତିl ଏହି ଅବସରରେ ମାନ୍ୟବର ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଜଟଣୀ ଅଞ୍ଚଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହ ଯୁବକଙ୍କ ପାଇଁ କ୍ରୀଡ଼ା କ୍ଷେତ୍ରରେ ବ୍ୟାପକ ବିକାଶକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିବା କହିଥିଲେ ।
ସେହିପରି ବ୍ଲକ୍ ଅଧ୍ୟକ୍ଷା ଜୟନ୍ତୀ ଛୋଟରାୟ ଧର୍ମାନୁଷ୍ଠାନ ସହ ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ଆବଶ୍ୟକ ଗୋଷ୍ଠୀ ଗୃହ ନିର୍ମାଣ କାର୍ଯ୍ୟ ଏହି ଯୋଜନାରେ କରାଯାଇ ପାରିବ ବୋଲି କହିଥିଲେ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବିଡିଓ ରଶ୍ମିତା ନାଥ,ପୈାର ପରିଷଦ ଅଧ୍ୟକ୍ଷ ଅନନ୍ତ ବେହେରା, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ବିଜୟ କୁମାର ଛୋଟରାୟଙ୍କ ସହିତ ସମସ୍ତ ସରପଞ୍ଚ ଓ ସମିତି ସଭ୍ୟ ଯୋଗ ଦେଇଥିଲେ ।