• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଟକ ଭୁବନେଶ୍ବର କୁ ସଂଯୋଗ କରୁଥିବା ମେଟ୍ରୋ ରେଳ ପ୍ରକଳ୍ପ କାମ ସମୀକ୍ଷା କଲେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ – ଶ୍ରୀ ଭି କେ ପାଣ୍ଡିଆନ୍

Proprietor Abhimanyu Maharana by Proprietor Abhimanyu Maharana
October 29, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
କଟକ ଭୁବନେଶ୍ବର କୁ ସଂଯୋଗ କରୁଥିବା ମେଟ୍ରୋ ରେଳ ପ୍ରକଳ୍ପ କାମ ସମୀକ୍ଷା କଲେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ – ଶ୍ରୀ ଭି କେ ପାଣ୍ଡିଆନ୍
Share on FacebookShare on TwitterWhatsapp

ଜାନୁଆରି ପହିଲା 2024 ରେ ମେଟ୍ରୋ ରେଳ ର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୋର୍ 4.30 ରେ ମେଟ୍ରୋ ରେଳ ଷ୍ଟେସନ terminal ପ୍ରକଳ୍ପ ପାଇଁ ପ୍ରସ୍ତାବିତ ସ୍ଥାନ ଓ ତ୍ରିଶୁଳିଆ ଛକ ଡିପୋ ବୁଲି ଦେଖିଲେ ପାଣ୍ଡିଆନ୍

ଆଗାମୀ ଦିନରେ କଟକ ଭୁବନେଶ୍ବର ପାଇଁ ତ୍ରିଶୂଳିଆ ପରିବହନ ର ମୁଖ୍ୟ ହବ ହେବ

5T ନୀତି ଉପରେ ଗୁରୁତ୍ଵ ଦେଇ କାମ ତଦାରଖ କରିବା ସହ ନିର୍ଦ୍ଧାରିତ ଚାରି ବର୍ଷ ମଧ୍ୟରେ କାମ ଯେପରି ଶେଷ ହେବ ତାହା ସୁନିଶ୍ଚିତ କରିବାକୁ ପାଣ୍ଡିଆନ୍ ଙ୍କ ନିର୍ଦ୍ଦେଶ

୨୯ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ବର :-> ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ, 5T ଓ ନବୀନ ଓଡିଶା, ଆଜି ଭୋର୍ 4.30 ରେ ବରିଷ୍ଠ ଅଧିକାରୀଙ୍କ ସହିତ କଟକ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ସ୍ଥାନ କୁ ଯାଇ ପ୍ରକଳ୍ପ କାମ ବୁଲି ଦେଖିଥିଲେ. ପ୍ରଥମ ପର୍ଯ୍ୟାୟରେ ଏହି ମେଟ୍ରୋ ପ୍ରକଳ୍ପ ତ୍ରିଶୂଳିଆ କୁ ଭାୟା ଚନ୍ଦ୍ରଶେଖରପୁର,ଜୟଦେବ ବିହାର, ବାଣୀ ବିହାର ମାଷ୍ଟର canteen ଓ ରାଜମହଲ ଛକ ଦେଇ ଭୁବନେଶ୍ବର ବିମାନ ବନ୍ଦର କୁ ସଂଯୋଗ କରିବ .

ମେଟ୍ରୋ ପ୍ରକଳ୍ପ ନିର୍ମାଣ କାମ ଯେପରି ଠିକ୍ ସମୟରେ ଆରମ୍ଭ ହେବ ସେ ସମ୍ପର୍କରେ ଶ୍ରୀ ପାଣ୍ଡିଆନ୍ ବରିଷ୍ଠ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ । ସୂଚନାଯୋଗ୍ୟ ଯୋଗ୍ୟ ଯେ ଏପ୍ରିଲ 2023 ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ପ୍ରକଳ୍ପ ବିଷୟରେ ଘୋଷଣା କରିଥିଲେ । ଏଥିପାଇଁ DPR ମଧ୍ୟ ସରକାର ଙ୍କ ଅନୁମୋଦନ ଲାଭ କରିଛି .

ଭୁବନେଶ୍ଵର ରୁ ଖୋର୍ଦ୍ଧା ,ପୁରୀ ଓ କଟକ ସହର ରେ ମେଟ୍ରୋ ରେଳ ସମ୍ପ୍ରସାରିତ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ corporation ଜରିଆରେ ମାଷ୍ଟର ପ୍ଳାନ ପ୍ରସ୍ତୁତ କରାଯାଉଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ଟିକୁ ଚଳିତ ବର୍ଷ ଏପ୍ରିଲ୍ ପହିଲାରେ ଘୋଷଣା କରିଥିଲେ। ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ୍ ମଧ୍ଯ ସରକାର ଅନୁମୋଦନ କରିଛନ୍ତି।

ମେଟ୍ରୋ ରେଳ ସେବାକୁ ଭୁବନେଶ୍ଵର ର ଅନ୍ୟ ସ୍ଥାନ ଗୁଡ଼ିକ ସହ ଖୋର୍ଦ୍ଧା, ପୁରୀ ଓ କଟକର ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକୁ ସମ୍ପ୍ରସାରିତ କରିବା ପାଇଁ Delhi Metro Rail Corporation ପକ୍ଷରୁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଉଛି। ଏହି ପ୍ରକଳ୍ପ ଦ୍ବାରା ଭୁବନେଶ୍ଵର ଓ କଟକ ମଧ୍ୟରେ ତ୍ରିଶୁଲିଆ ଏକ ପ୍ରମୁଖ ଜଙ୍କସନ ଭାବରେ ଗଢି ଉଠିବ।

ଏହା ସହିତ ବାଙ୍କୀ ଓ ଆଠଗଡ ପଟରୁ ଦ୍ୱେତ ନଗରୀକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରବେଶ ପଥ ଭାବରେ ଠିଆ ହେବ। ମେଟ୍ରୋ ରେଳ ପ୍ରକଳ୍ପର କେନ୍ଦ୍ରୀୟ ଡିପୋ ଟ୍ରିଶୁଲିଆ ନିକଟରେ ନିର୍ମାଣ କରାଯିବ। ଏଠାରେ ପ୍ରକଳ୍ପର command ଓ control ବ୍ୟବସ୍ଥା ସହିତ ମେଟ୍ରୋ ଟ୍ରେନର ମରାମତି ଓ stabling ସୁବିଧା ମଧ୍ୟ ରହିବ।

ତ୍ରିଶୂଲିଆ ଛକରେ ଏକ ନୂଆ ବସ ଷ୍ଟାଣ୍ଡ ମଧ୍ୟ ନିର୍ମାଣ କରାଯାଉଛି । ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ମେଟ୍ରୋ ଷ୍ଟେସନ ସହିତ ସମନ୍ୱିତ କରାଯାଇ ଏକକ ରହଣି ସ୍ଥଳ ଭାବରେ ବିକଶିତ କରାଯିବ । ବର୍ତ୍ତମାନ ସୁଦ୍ଧା ଏହି ପ୍ରକଳ୍ପରେ ସଂଶ୍ଳିଷ୍ଟ ଥିବା ବିଭିନ୍ନ ବିଭାଗ ଓ ଏଜେନ୍ସି ମାନଙ୍କ କାମର ଅଗ୍ରଗତିରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପଣ୍ଡିଆନ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ଭିତ୍ତି ଭୂମି ସ୍ଥାପନ ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ସୂଚନା ଯୋଗ୍ୟ ଯେ ୨୦୨୪ ଜାନୁୟାରୀ ପହିଲାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ରଖିବେ। ନିର୍ଦ୍ଧାରିତ ଚାରି ବର୍ଷର ସମୟ ସୀମା ମଧ୍ୟରେ ଯେପରି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବ ସେଥିପାଇଁ 5T ନୀତି ଅନୁସରଣ କରି ପ୍ରକଳ୍ପର ସମସ୍ତ କାମକୁ ଭଲ ଭାବରେ ତଦାରଖ କରିବା ପାଇଁ ଶ୍ରୀ ପଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ ।

ଏକ ଆକାଂକ୍ଷି ଓଡିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ଅନୁଯାୟୀ ଏକ ବିଶ୍ବ ସ୍ତରୀୟ ସହରାଞ୍ଚଳ ଗମନା ଗମନ ବ୍ୟବସ୍ଥାର ବିକାଶ ଲକ୍ଷ୍ୟ ହାସଲରେ ଏହି ପ୍ରକଳ୍ପ ଯେପରି ସଫଳ ହେବ ତାହା ସୁନିଶ୍ଚିତ କରିବାକୁ ଶ୍ରୀ ପଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ । ଯାତ୍ରୀ ମାନଙ୍କ ପାଇଁ ଏକ ଉନ୍ନତ ଦକ୍ଷ ପରିବହନ ବ୍ୟବସ୍ଥାର ବିକାଶ ପାଇଁ ଏହି ପ୍ରକଳ୍ପ ରେ ସଦ୍ୟତମ technology ର ପ୍ରୟୋଗ ସହିତ ଅତ୍ୟାଧୁନିକ ଉପକରଣର ବ୍ୟବହାର ପାଇଁ ଶ୍ରୀ ପଣ୍ଡିଆନ ପରାମର୍ଶ ଦେଇଥିଲେ.

ଯାତ୍ରୀ ମାନେ ଯେପରି ସୁରୁଖୁରରେ ଏଠାରୁ ସବୁ ସ୍ଥାନକୁ ଯିବଆସିବା କରି ପାରିବେ ସେଥିପାଇଁ ଅନ୍ୟାନ୍ୟ ପରିବହନ ବ୍ୟବସ୍ଥାକୁ ମେଟ୍ରୋ ରେଳ ସହିତ ଯୋଡ଼ିବାକୁ ସେ ପରାମର୍ଶ ଦେଇଥିଲେ। ଏହା ସହିତ ଭବିଷ୍ୟତରେ ଯେପରି ଆବଶ୍ୟକ ପଡ଼ିଲେ ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ପାରିବ, ତାକୁ ଧ୍ୟାନରେ ରଖି ଯୋଜନା ପ୍ରସ୍ତୁତ କରିବାକୁ ସେ କହିଁଥିଲେ ।

ଶ୍ରୀ ପଣ୍ଡିଆନ ମଧ୍ୟ ଅଚାନକ ଭାବେ କଟକ ନେତାଜୀ ବସ ଟର୍ମିନାଲ ପରିଦର୍ଶନ କରି ସେଠାରେ ସାଧାରଣ ଲୋକ ଓ ଯାତ୍ରୀଙ୍କ ଠାରୁ ମତାମତ ନେଇଥିଲେ ଓ ପରିଷ୍କାର ପରିଚ୍ଛନ୍ନତା ପରଖି ଥିଲେ। ସେ ଯାତ୍ରୀ ମାନଙ୍କ ବ୍ୟତୀତ ଦୋକାନୀ, ବିଭିନ୍ନ ସେବା ପ୍ରଦାନକାରୀ, ବସ ଅପରେଟର, ଓ ଅନ୍ୟ ଷ୍ଟାଫ ମାନଙ୍କ ସହ କଥା ବାର୍ତ୍ତା ହୋଇ ଅଧିକାରୀ ମାନଙ୍କୁ ସମନ୍ୱିତ ସୂଚନା ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ପରାମର୍ଶ ଦେଇଥିଲେ।

ଏହାଦ୍ବାରା ଯାତ୍ରୀମାନେ ଆହୁରି ଆରାମ ଦାୟକ ଯାତ୍ରା କରିବା ସହିତ ଭଲ ଅନୁଭବ ନେଇ ଯିବେ ବୋଲି ସେ କହିଥିଲେ। ଏହାପରେ ସେ ରୂପାନ୍ତରିତ ତାଳଦଣ୍ଡା କେନାଲ ମଧ୍ୟ ପରିଦର୍ଶନ କରିଥିଲେ। କେନାଲ କଡେ କଡେ ସୌନ୍ଦର୍ଯ୍ୟ କରଣ ବ୍ୟବସ୍ଥାର ବିକାଶ କରିବାକୁ ପରାମର୍ଶ ଦେଇ ସେ କହିଲେ ଯେ ଏହାଦ୍ବାରା କଟକ ସହର ବାସିଙ୍କ ପାଇଁ ଉତ୍ତମ ମନୋରଞ୍ଜନ ବ୍ୟବସ୍ଥାର ବିକାଶ ହୋଇ ପାରିବ।

ଶ୍ରୀ ପଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, electronics ତଥା ଆଇ. ଟି ବିଭାଗର ପ୍ରମୁଖ ସଚିବ ଶ୍ରୀ ମନୋଜ ମିଶ୍ର, କଟକ ଜିଲ୍ଲା ପ୍ରଶାସନ, ଭୁବନେଶ୍ଵର ମେଟ୍ରୋ ରେଳ କର୍ପୋରେସନ, ଓ ପୂର୍ତ୍ତ ବିଭାଗ ର ବରିଷ୍ଠ ଅଧିକାରୀମାନେ ଗସ୍ତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଟିପିଏସ୍ଓଡିଏଲ୍ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ

June 21, 2026
ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

ସୃଷ୍ଟି ଏକାଡେମୀରେ ଚତୁର୍ଥ ଆନ୍ତର୍ଜାତୀୟ ସମ୍ମିଳନୀ ସଫଳତାର ସହ ଅନୁଷ୍ଠିତ

June 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ୱାରା ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

ବ୍ରହ୍ମାକୁମାରୀ ସେବାକେନ୍ଦ୍ରରେ ବିଶ୍ଵ ଯୋଗ ଦିବସ ପାଳିତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version