No Result
View All Result
୩୦ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଳାହାଣ୍ଡି :-> ନର୍ଲା ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତ୍ରିଲୋଚନ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ନର୍ଲା ବି ଡି ଓ ଶ୍ରୀ ଏମ ଜଗଜିବନ ଚୌଧୁରୀ, ତହସିଲଦାର ଶ୍ରୀ ବିଶ୍ବରଂଜନ କହଁରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ ୪୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।
No Result
View All Result