• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ କୃତ୍ରିମ ବୁଦ୍ଧିମତାର ସଠିକ ବ୍ୟବହାରର ଆବଶ୍ୟକତା ରହିଛି : ମନ୍ତ୍ରୀ ଶ୍ରୀ ଅମାତ

Proprietor Abhimanyu Maharana by Proprietor Abhimanyu Maharana
November 18, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ପାଳିତ କୃତ୍ରିମ ବୁଦ୍ଧିମତାର ସଠିକ ବ୍ୟବହାରର ଆବଶ୍ୟକତା ରହିଛି : ମନ୍ତ୍ରୀ ଶ୍ରୀ ଅମାତ
Share on FacebookShare on TwitterWhatsapp

୧୭ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ )  ଭୁବନେଶ୍ୱର :-> ଗଣତନ୍ତ୍ରକୁ ସୁଦୃଢ଼ ଓ ସକି୍ରୟ କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ । ବର୍ତ୍ତମାନ ସମୟରେ କୃତି୍ରମ ବୁଦ୍ଧିମତାର ପ୍ରୟୋଗ ସବୁକ୍ଷେତ୍ରରେ ଜାରି ରହିଛି । ଏପରିକି ଜ୍ଞାନକୌଶଳ ବ୍ୟବହାର ଦ୍ୱାରା କମ୍‌ ସମୟ ଓ ସମ୍ବଳରେ ବିଶାଳ ତଥ୍ୟପୁଞ୍ଜିକୁ ଏକତି୍ରତ କରାଯାଇ ଅଧିକ କାର୍ଯ୍ୟ କୃତିତ୍ୱ ହାସଲ କରାଯାଇ ପାରୁଛି । କୃତି୍ରମ ବୁଦ୍ଧିମତାକୁ ସଠିକ୍‌ ଢଙ୍ଗରେ ବ୍ୟବହାର କରିବାରେ ଗଣମାଧ୍ୟମ ଯନିବାନ ହେବା ଉଚିତ ବୋଲି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ ପ୍ରକାଶ କରିଛନ୍ତି ।

ଆଜି ସୂଚନା ଓ ଲୋକସଂପର୍କ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜାତୀୟ ପ୍ରେସ୍‌ ଦିବସ ପାଳିତ
ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ଅମାତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ରାଜ୍ୟ ସରକାର ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭକୁ ସର୍ବଦା ଗୁରୁତ୍ୱ ଦେଉଥିବା ନେଇ ମତବ୍ୟକ୍ତ କରିଛନ୍ତି । ଗଣମାଧ୍ୟମକୁ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭରେ ପରିଣତ କରିବାରେ ବିଶେଷ ଅବଦାନ ରଖିଥିବା ବ୍ୟକ୍ତିବିଶେଷଙ୍କୁ ସ୍ମରଣ କରିବା ନିମନ୍ତେ ଆଜିର ଦିନ ହେଉଛି ପ୍ରକୃଷ୍ଟ ସମୟ ବୋଲି ସେ ପ୍ରକାଶ କରିଛନ୍ତି ।

କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ଓଡ଼ିଶା ଲାଇଭ୍‌ର ପ୍ରତିଷ୍ଠାତା ସଂପାଦକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ନୀଳାମ୍ବର ରଥ କହିଲେ ଯେ ଆଜିର ପ୍ରଗତିଶୀଳ ସମୟରେ ବୈଷୟିକ ଜ୍ଞାନକୌଶଳ ବ୍ୟବହାର ଅପରିହାର୍ଯ୍ୟ ହୋଇପଡ଼ିଛି । ପ୍ରେସ୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ପ୍ରଦତ୍ତ ଚଳିତ ବର୍ଷର ଶୀର୍ଷକ ‘କୃତି୍ରମ ବୁଦ୍ଧିମତା ଯୁଗରେ ଗଣମାଧ୍ୟମ’ ଉପରେ ଆଲୋକପାତ କରି ଶ୍ରୀ ରଥ କହିଥିଲେ ଯେ କୃତି୍ରମ ବୁଦ୍ଧିମତା ଉପରେ ସଂପୂର୍ଣ୍ଣ ରୂପେ ନିର୍ଭରଶୀଳ ନହୋଇ ନିଜସ୍ୱ ଚିନ୍ତାଚେତନାକୁ ସମାନ୍ତରାଳ ଭାବେ ବ୍ୟବହାର କରିବାର ଆବଶ୍ୟକତା ରହିଛି ।

ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦିକା କସ୍ତୁରୀ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗଣମାଧ୍ୟମର ପ୍ରତିନିଧିମାନେ ମହିଳା ଓ ଶିଶୁ ସଂପର୍କିତ ଖବର ପରିବେଷଣ ବେଳେ ବିଶେଷ ଯନିବାନ ହେବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ । ବୈଷୟିକ ଜ୍ଞାନକୌଶଳର ପ୍ରୟୋଗରେ ସାଧାରଣ ଲୋକଙ୍କ ହିତ ସାଧନ କିପରି ହୋଇପାରିବ ସେ ଦିଗରେ ସମସ୍ତେ ଯନିଶୀଳ ହେବା ଉଚିତ ବୋଲି ସେ ଉଲ୍ଲେଖ କରିଥିଲେ । ଆଜିର କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ପୌରୋହିତ୍ୟ କରି କହିଥିଲେ ଯେ ଗଣତନ୍ତ୍ରକୁ ଛାଡ଼ି ଅନ୍ୟ କୌଣସି ତନ୍ତ୍ର ଭାରତବର୍ଷରେ ତିଷ୍ଠି ପାରିବ ନାହିଁ ବୋଲି ପ୍ରତ୍ୟେକ ଭାରତୀୟ ଅବଗତ ।

ଗଣତନ୍ତ୍ରର ଆତ୍ମା ହେଉଛି ମାନବିକତା । ଏହାକୁ ବଞ୍ଚାଇ ରଖିବାକୁ ହେଲେ ଗଣମାଧ୍ୟମ ସତ୍ୟ ଓ ନିରପେକ୍ଷ ଖବର ପରିବେଷଣ ଉପରେ ଗୁରୁତ୍ୱଦେବା ଆବଶ୍ୟକ ବୋଲି ସେ କହିଥିଲେ ।
ଏହି ଅବସରରେ ଅନୁଷ୍ଠିତ ମହାବିଦ୍ୟାଳୟସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଓଡ଼ିଆ ବକ୍ତୃତା ପ୍ରତିଯୋଗିତାରେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ଶ୍ରୀ ଦେବୀ ପ୍ରସାଦ ରଥ ପ୍ରଥମ, ଭୁବନେଶ୍ୱର ଇନ୍‌ଷ୍ଟିଚୁ୍ୟଟ୍‌ ଅଫ୍‌ ମେଡିଆ ଷ୍ଟଡିଜ୍‌ର ଶ୍ରୀ କାଳୀଚରଣ ରଣଜିତ ଦ୍ୱିତୀୟ, କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁମାରୀ ଜ୍ୟୋତି ମଞ୍ଜରୀ ସାହୁ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କାର ଗ୍ରହଣ କରିଥିଲେ ।

ସେହପରି ଇଂରାଜୀ ବକ୍ତୃତା ପ୍ରତିଯୋଗିତାରେ ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟର କୁମାରୀ ଅଭିଲି«ା ମହାନ୍ତି ପ୍ରଥମ ଓ କୁମାରୀ ବର୍ଷା ବହିଦାର ଦ୍ୱିତୀୟ ସ୍ଥାନ ଅଧିକାର କରିଥିବାବେଳେ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁମାରୀ ଶ୍ରୀଜାତା ମିଶ୍ର ଓ କୁମାରୀ ଶିଲା ପ୍ରିୟଦର୍ଶିନୀ ଯୁଗ୍ମ ଭାବେ ତୃତୀୟ ସ୍ଥାନ ନିମନ୍ତେ ପୁରସ୍କୃତ ହୋଇଥିଲେ । ଏହି ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଆୟୋଜିତ ସମ୍ବାଦପତ୍ର ପ୍ରଦର୍ଶନୀରେ ସହଯୋଗ କରିଥିବାରୁ ଶ୍ରୀ ଶଶାଙ୍କ ଶେଖର ଦାଶ, ‘ପେପରମ୍ୟାନ୍‌ ଇଣ୍ଡିଆ’ଙ୍କୁ ସମ୍ମାନିତ କରାଯାଇଥିଲା ।

ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିବାବେଳେ ସୂଚନା ଅଧିକାରୀ ତନୁଜା ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ବିଭାଗୀୟ ଅଧିକାରୀମାନଙ୍କ ସମେତ ବହୁ ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବ ଯୋଗଦେଇଥିଲେ । ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ ଉପଲକ୍ଷେ ସ୍ଥାନୀୟ ଜୟଦେବ ଭବନଠାରେ ଅନୁଷ୍ଠିତ ସମ୍ବାଦପତ୍ର ପ୍ରଦର୍ଶନୀକୁ ବିଭାଗୀୟ ମନ୍ତ୍ରୀ ଶ୍ରୀ ଅମାତ ଉଦ୍‌ଘାଟନ କରିଥିଲେ । ଏହି ପ୍ରଦର୍ଶନୀରେ ବହୁ ପୁରାତନ ତଥା ବିଦେଶର ସମ୍ବାଦପତ୍ର ସ୍ଥାନିତ ହୋଇଛି । ଏଥିରେ ୬୪ଟି ପତ୍ରପତି୍ରକା, ୫୯ଟି ବିଦେଶୀ ଖବରକାଗଜ, ୧୧୦ଟି ପୁରାତନ ଖବରକାଗଜ ସମେତ ୫୭୦ଟି ଖବରକାଗଜ ଓ ପତ୍ରପତି୍ରକା ସ୍ଥାନିତ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version