ବାଣପୁର ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

୨୦ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଚିଲିକା :-> ଖୋର୍ଦ୍ଧା ଜିଲ୍ଲା ବାଣପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ୧୧୯ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୦୭ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୪ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା ।

ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ୫୦୦୦ ଟଙ୍କା ଲେଖା ୦୪ ଜଣଙ୍କୁ ‌ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ୦୧ ଜଣଙ୍କୁ ୧୨୦୦୦ ଟଙ୍କା CMRF ସହାୟତା ରାଶି ପ୍ରଦାନ କରାଯାଇଛି ।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କାଟାରିଆ , ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପିନାଥ ମହାରଣା ,ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଉପ-ଜିଲ୍ଲାପାଳ ଖୋର୍ଦ୍ଧା ଦୀପ୍ତି ରଞ୍ଜନ ସେଠୀ , ସି ଡ଼ି ଏମ୍ ଓ ଡଃ ଆର୍ତ୍ତଵନ୍ଧୁ ନାୟକ, ବିଡିଓ ଶ୍ରୀମତୀ ଅଗ୍ରୱାଲ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।