No Result
View All Result
୨୦ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଳାହାଣ୍ଡି :-> ଲାଞ୍ଜିଗଡ଼ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ , ପଞ୍ଚାୟତ ସମିତି ଅଧ୍ୟକ୍ଷା କମଳା ପାତ୍ର,ତହସିଲଦାର ମୁନିନ୍ଦ୍ର ହୋନଙ୍ଗାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।
ଏହି ଜନ ଶୁଣାଣି ଶିବିରରେ ମୋଟ ୬୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୫୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।
No Result
View All Result