• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡା ଜିଲ୍ଲାରେ ଲକ୍ଷ୍ଣୀ ବସ୍‌ର ଶୁଭାରମ୍ଭ କଲେ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
November 26, 2023
in ଓଡ଼ିଶା, ରାୟଗଡା, ହୋମ୍
0
ରାୟଗଡା ଜିଲ୍ଲାରେ ଲକ୍ଷ୍ଣୀ ବସ୍‌ର ଶୁଭାରମ୍ଭ କଲେ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

୫୨ଟି ବସ୍‌ ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ଯୋଡିବ,
୩୦୦ଟି ନୂଆ ବସ୍‌ ଷ୍ଟପେଜ ନିର୍ମିତ, ପଞ୍ଚାୟତରୁ ବ୍ଲକ୍‌କୁ ଚାଲିବ ବସ

ଲୋକଙ୍କ ମତାମତ ମୋ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ,
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲକ୍ଷ୍ମୀ ବସ୍‌ ଯୋଜନାର ପରିକଳ୍ପନା

ଯୋଗାଯୋଗ ହେଉଛି ଜୀବନ, ବିକାଶର ଇଞ୍ଜିନ

ଗାଁ ଲୋକଙ୍କ ଜୀବନରେ ଆସିବ ଗତି ଓ ପ୍ରଗତି

ଘରେ ଘରେ ଖୁସି, ଆନନ୍ଦ ଆଣିବ ଲକ୍ଷ୍ମୀ

ପଞ୍ଚାୟତ ହେଉଛି ଆମ ବିକାଶ କାର୍ଯ୍ୟକ୍ରମର ମୁଖ୍ୟ ଫୋକସ- ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ଓ ଉଦ୍ୟମ ଯୋଗୁ ଆଜି ଓଡ଼ିଶାରେ ମା ମାନେ ସଶକ୍ତ ହୋଇ ପାରିଛନ୍ତି – ମନ୍ତ୍ରୀ

ଆମ ଘରକୁ ଲକ୍ଷ୍ମୀ ଆସିଛନ୍ତି, ଆମେ ସମସ୍ତେ ଖୁସି – ବିଧାୟକ ଓ ସ୍ଥାନୀୟ ନେତୃବୃନ୍ଦ

୨୬ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ବର :-> ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ରାୟଗଡା ଜିଲ୍ଲାବାସୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ଜିଲ୍ଲାରେ ୫୨ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ । ଜିଲ୍ଲାର ସମସ୍ତ ୧୮୨ଟି ପଞ୍ଚାୟତକୁ ବସ୍‌ ଚଳାଚଳ ହେବ। ଏଥିପାଇଁ ୩୦୦ଟି ବସ୍‌ ଷ୍ଟପେଜ ମଧ୍ୟ କରାଯାଇଛି ।

ଅନ୍‌ ଲାଇନ ଜରିଆରେ କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଓ ଆନନ୍ଦ ଆଣିବ । ଏହା ଆମର ଗ୍ରାମାଞ୍ଚଳର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ। ଗାଁ ଲୋକଙ୍କ ଜୀବନରେ ଗତି ଓ ପ୍ରଗତି ଆଣିବ ବୋଲି ସେ କହିଥିଲେ। ମୋ ପାଇଁ ଲୋକଙ୍କ ମତାମତ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତରୁ ଲୋକଙ୍କ ଯୋଗାଯୋଗର ଅସୁବିଧା ସଂପର୍କରେ ମୁଁ ଜାଣିଲି। ତା ପରେ ହିଁ ଆରମ୍ଭ ହୋଇଥିଲା ଲକ୍ଷ୍ମୀ ଯୋଜନା ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଗାଁକୁ ଗାଁ ସହିତ ଯୋଡିବ। ସାମାଜିକ ସଂପର୍କ ସୁଦୃଢ କରିବା ସହିତ ଗ୍ରାମାଞ୍ଚଳର ଅର୍ଥନୀତିକୁ ମଧ୍ୟ ମଜବୁତ କରିବ । ଯୋଗାଯୋଗ ବିକାଶର ଇଞ୍ଜିନ ବୋଲି ମୁଖ୍ୟମନ୍ତ୍ରୀ କହିଲେ ଯେ ଲକ୍ଷ୍ମୀ ବସ୍‌ ପିଲାମାନଙ୍କୁ ସ୍କୁଲ ଓ କଲେଜ ସହିତ, ଚାଷୀଙ୍କୁ ମାର୍କେଟ ସହିତ ଯୋଡିବା ସହିତ ରୋଗୀକୁ ହସ୍‌ପିଟାଲ ମଧ୍ୟ ନେବ। ମା ମାନଙ୍କ ପାଇଁ ଏହା ବିଭିନ୍ନ କାମରେ ମୁଖ୍ୟ ସାରଥୀ ହେବ ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ଲକ୍ଷ୍ମୀ ଯୋଜନାରୁ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସ୍ଥାନୀୟ ପରିବହନ ବ୍ୟବସ୍ଥାକୁ ସୁଦୃଢ କରିବା ସହିତ ପର୍ଯ୍ୟଟନ ତଥା ଆଞ୍ଚଳିକ ଆର୍ଥିକ ବ୍ୟବସ୍ଥାକୁ ପ୍ରୋତ୍ସାହିତ କରିବା । କାର୍ଯ୍ୟକ୍ରମରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାୟଗଡା ଜିଲ୍ଲାରେ ଏହି କାର୍ଯ୍ୟକ୍ରମରେ ୯୦ କୋଟିରୁ ଅଧିକ ଟଙ୍କା ବିନିଯୋଗରେ ୨୬୦୦ରୁ ଅଧିକ ପ୍ରକଳ୍ପ କରାଯାଉଛି । ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର ଓ ଡିଜିଟାଲ ଭିତ୍ତିଭୂମିର ଉନ୍ନତିକରଣ କରାଯାଉଛି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଞ୍ଚାୟତ ଗୁଡିକ ହେଉଛି ମୋ ସରକାରର ବିକାଶ କାର୍ଯ୍ୟକ୍ରମର ମୁଖ୍ୟ ଫୋକସ୍‌ । ସବୁ ପଞ୍ଚାୟତରେ ରୂପାନ୍ତର ଆଣି ସାରା ଓଡିଶାର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କାର୍ଯ୍ୟକ୍ରମରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁ କହିଲେ ଯେ ମାର୍ଗଶିର ମାସ ଲକ୍ଷ୍ମୀ ମାସରେ ମୁଖ୍ୟମନ୍ତ୍ରୀ ରାୟଗଡ଼ାରେ ଲକ୍ଷ୍ମୀ ବସ ଯୋଜନା ଆରମ୍ଭ କରି ଘରେ ଘରେ ଲକ୍ଷ୍ମୀ ପହଞ୍ଚାଇଛନ୍ତି। ଆଜି ଓଡ଼ିଶାରେ ନାରୀ ମାନେ ସବୁ କ୍ଷେତ୍ରରେ ଆଗରେ ରହୁଛନ୍ତି। ଘରୁ ବିଭିନ୍ନ କାମରେ ବାହାରକୁ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ଆଜି ଓଡ଼ିଶାରେ ନାରୀ ସଶକ୍ତିକରଣ ହୋଇବପାରିଛି ବୋଲି ପ୍ରକାଶ କରି ସେ ଧନ୍ୟବାଦ୍ ଦେଇଥିଲେ।

ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କହିଲେ ଯେ ଲକ୍ଷ୍ମୀ ବସ ଯୋଗୁ ଚାଷୀ, ବ୍ୟବସାୟୀ ଓ ମା ମାନେ ଉପକୃତ ହେବେ । ଏହି କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ଏହି ଅବସରରେ ଶ୍ରୀ ପାଣ୍ଡିଆନ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସେ ଜିଲ୍ଲା ଗସ୍ତ କରିଥିଲେ। ରାୟଗଡ଼ାରେ ମଧ୍ଯ ଲୋକଙ୍କ ଠାରୁ ପ୍ରସ୍ତାବ ଗ୍ରହଣ କରି ମୁଖ୍ୟମନ୍ତ୍ରୀଙ୍କ ଜଣାଇବା ପରେ ଜିଲ୍ଲାରେ ଅନେକ ମଠ ମନ୍ଦିର ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଅନୁମୋଦନ ଦେଇଥିଲେ।

ଲୋକଙ୍କ ମତକୁ ମୁଖ୍ୟମନ୍ତ୍ରୀ ସର୍ବାଧିକ ଗୁରୁତ୍ବ ଦିଅନ୍ତି ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଗୁଣୁପୁର ବିଧାୟକ ଶ୍ରୀ ରଘୁନାଥ ଗମଙ୍ଗୋ, ରାୟଗଡ଼ା ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି ପ୍ରମୁଖ ଯୋଗ ଦେଇ କହିଥିଲେ ଓଡ଼ିଶାର ବିକାଶ ପାଇଁ, ରାଜ୍ୟର ଗରିବ, ଆଦିବାସୀ ଓ ମହିଳା ମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସାରା ଜୀବନ ସମର୍ପିତ କରିଚନ୍ତି। ଆଜି ଆମ ଘର ମାନଙ୍କୁ ଲକ୍ଷ୍ମୀ ଆସୁଛନ୍ତି । ଆମେ ସମସ୍ତେ ଖୁସି। ରାୟଗଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତି ସରସ୍ଵତୀ ମାଝୀ କହିଥିଲେ ଯେ ଏହାଦ୍ବାରା ଗରିବ, ଆଦିବାସୀ ଓ ମହିଳା ମାନେ ବହୁତ୍ ଉପକାର ପାଇବେ।

ରାୟଗଡ଼ା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅନସୂୟା ମାଝୀ ସ୍ଵାଗତ ଭାଷଣ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀ ତାଙ୍କ ପଞ୍ଚମ ପାଳିରେ ମା ମାନଙ୍କୁ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ଭେଟି ଦେଇଛନ୍ତି। ୫ ଟଙ୍କାରେ ଆହାର, ବିଜୁ ସ୍ବାସ୍ଥ୍ୟରେ ଆଉ ୫ ଲକ୍ଷ, ମିଶନ ଶକ୍ତିରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ମମତାରେ ୫ ହଜାର ଟଙ୍କା ସହିତ ଏବେ ଲକ୍ଷ୍ମୀ ବସରେ ମା ମାନଙ୍କ ପାଇଁ ମାତ୍ର ୫ ଟଙ୍କାରେ ଯିବାର ସୁବିଧା ମାନଙ୍କୁ ସଶକ୍ତ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version