• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଯାପିତ

Proprietor Abhimanyu Maharana by Proprietor Abhimanyu Maharana
December 1, 2023
in ଓଡ଼ିଶା, କଟକ, ଯାଜପୁର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଉଦ୍‌ଯାପିତ
Share on FacebookShare on TwitterWhatsapp

ବିଭିନ୍ନ ପ୍ରତିଯୋଗିତାରେ ୭୫୦ରୁ ଉର୍ଦ୍ଧ୍ବ ପ୍ରତିଯୋଗୀ ସାମିଲ

୧ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କୋରାଇ :-> ବ୍ୟାସନଗର ସ୍ଥିତ ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଯାପନ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭା ମହାବିଦ୍ୟାଳୟର ଅଧ୍ୟକ୍ଷ ରତ୍ନାକର ଜେନା ସଭାପତିତ୍ବ କରି ‘ନୂଆ ଓଡିଶା ଓ ନବୀନ ଓଡ଼ିଶା(ନୂଆ-ଓ)’ ସଂପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ ।

ମୁଖ୍ୟଅତିଥିଭାବେ କୋରାଇ ବିଧାୟକ ଅଶୋକ କୁମାର ବଳ ଯୋଗଦେଇ ରାଜ୍ୟ ସରକାରଙ୍କ ଏହି ଯୋଜନା ଯୁବପୀଢ଼ୀଙ୍କୁ କ୍ରୀଡା, ସାଂସ୍କୃତିକ ଓ ସାମାଜିକ କ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରି ରାଜ୍ୟ ତଥା ଜାତୀୟ ସ୍ତରରେ ସୁନାମ ଅର୍ଜନ ଲାଗି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଏହା ଏକ ଅଭିନବ ପ୍ରୟାସ ବୋଲି ବକ୍ତବ୍ୟ ପ୍ରସଙ୍ଗରେ କହିଥିଲେ ।

ସମ୍ମାନିତ ଅତିଥିଭାବେ ଉଚ୍ଚଶିକ୍ଷାବିଭାଗର ପୂର୍ବତର ଆଂଚଳକ ନିର୍ଦେଶକ ତଥା ମହାବିଦ୍ୟାଳୟର ସଭାପତି ଡକ୍ଟର ମିହିର ରଞ୍ଜନ ସେଠୀ ଯୋଗଦେଇ ପିଲାମାନଙ୍କ ବିକଶିତ ପ୍ରତିଭା ଦ୍ଵାରା ଅନୁଷ୍ଠାନ ତଥା ଅଂଚଳକୁ ଜାତୀୟ ସ୍ତରରେ ପରିଚିତ କରାଇ ଥାଏ ବୋଲି କହିଥିଲେ ।

ଅନ୍ୟତମ ସମ୍ମାନିତ ଅତିଥିଭାବେ ଇନ୍ଦିରା ଗାନ୍ଧି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ଦୟିତ୍ବରେ ଥିବା ବରିଷ୍ଠ ପ୍ରାଧ୍ୟାପିକା ଲଳିତା ସାହୁ ଯୋଗଦେଇ ଅତ୍ୟନ୍ତ ଶୃଙ୍ଖଳାର ସହ ଦୀର୍ଘ ୯ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମ ନିଶ୍ଚିତଭାବେ ଯୁବପୀଢିଙ୍କୁ ମାର୍ଗଦର୍ଶନ କରିବାରେ ସହାୟକ ହେବ ବୋଲି କହିଥିଲେ ।

କ୍ରୀଡା ସଂଯୋଜକ ଅଧ୍ୟାପକ ମଳୟ କୁମାର ମଲ୍ଲିକ ଅତିଥି ପରିଚୟ ଓ ସ୍ଵାଗତ ଭାଷଣ ଦେଇଥିଲା ବେଳେ କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ଅଧ୍ୟାପକ ପ୍ରଶାନ୍ତ କୁମାର ରାଉତ ସରକାରଙ୍କ ଦ୍ବାରା ଅନୁଷ୍ଠିତ ଏହି ନୂଆ-ଓ କାର୍ଯ୍ୟକ୍ରମର ସାମାଜିକ, ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତାରେ ୭୫୦ରୁ ଉର୍ଦ୍ଧ୍ବ ପ୍ରତିଯୋଗୀ ଅଂଶ ଗ୍ରହଣ କରି ପ୍ରତିଭାର ପରାକାଷ୍ଠା ପ୍ରଦର୍ଶିତ କରିଥିଲେ ବୋଲି ବିବରଣୀ ପ୍ରସଙ୍ଗର ସୂଚନା ଦେଇଥିଲେ ।

ଏହି ଅବସରରେ କୃତିତ୍ବ ଅର୍ଜନ କରିଥିବା କୃତୀ ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ପୁରାସ୍କାର ବିତରଣକୁ ସାଂସ୍କୃତିକ ସଂଯୋଜକ ଅଧ୍ୟାପକ ଅରୁଣ କୁମାର ମିଶ୍ର, ସନ୍ତୋଷ କୁମାର ଜେନା, ପଦ୍ମଭୂଷଣ ରାଉତରାୟ, ସାମାଜିକ କାର୍ଯ୍ୟକ୍ରମର ସଂଯୋଜିକା ଅଧ୍ୟାପିକା ସସ୍ମିତା ଆଚାର୍ଯ୍ୟ,

ସୁମିତ୍ରା ରାଉତ, ରୋଜାଲିନ୍ ମହାନ୍ତି, ତାରିଣୀ ତନୟା ସର, ଲିପ୍ସା ମିଶ୍ର, ରୋଜାଲିନ ଦାସ, ଯଜ୍ଞେଶ୍ୱରୀ ପଲେଇ ପ୍ରମୁଖ ପରିଚାଳନା କରିଥିଲେ । ସଭା ଆରମ୍ଭରେ ଛାତ୍ରାମାନଙ୍କ ଦ୍ବାରା ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଥିଲା ବେଳେ ପରିଶେଷରେ ଛାତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକାର ନୃତ୍ୟ ଓ ସଙ୍ଗୀତ ପରିବେଶଣ କରାଇଥିଲା ।

ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଗ୍ରନ୍ଥାଗାରିକ ଚିତରଞ୍ଜନ ମଲ୍ଲିକ, ମୁଖ୍ୟକିରାଣୀ ପ୍ରଦୀପକୁମାର ପରିଡା, ପ୍ରଶାନ୍ତକୁମାର ପଲେଇ, ଦୁର୍ଗାବତୀ ସ୍ୱାଇଁ, ବିଚିତ୍ର ଦଳାଇ, ପ୍ରବିତ୍ର ମୋନ ଜେନା, ପ୍ରଶାନ୍ତ କୁମାର ଦାସ, କବିତା କଲ୍ଲୋଳିନୀ ସିହ୍ନା ପ୍ରମୁଖ ଅଧ୍ୟାପକ/ଅଧ୍ୟାପିକା ଓ କର୍ମଚାରୀମାନେ ସହଯୋଗ କରିଥିଲେ ।

କାର୍ଯ୍ୟକ୍ରମରେ ସମସ୍ତ ଛାତ୍ରୀଙ୍କ ସମେତ ସ୍ଥାନୀୟ ଅଂଚଳର କାଉନସିଲର, ବୁଦ୍ଧିଜୀବୀ, ଅଭିଭାବକ ଓ ଅଂଚଳବାସୀ ସାମିଲ ହୋଇଥିଲେ । ଶେଷରେ ଅଧ୍ୟାପକ ପଦ୍ମଭୂଷଣ ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version