୩ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଚିଲିକା ;-> ନେହେରୁ ସେବା ସଂଘ, ବାଣପୁର ଓ ତାଲୁକ ସ୍ତରୀୟ ଆଇନ ସହାୟତା କମିଟି ର ମିଳିତ ଆନୁକୂଲ୍ୟରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ ଆଜି କନକ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସଭାରେ ଅଧ୍ୟକ୍ଷତା କରିଥିଲେ ଅନୁଷ୍ଠାନ ର ସମ୍ପାଦିକା ସୁଶ୍ରୀ ସରୋଜିନୀ ଦାସ । ପ୍ରାରମ୍ଭରେ ଅତିଥି ଓ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ଦ୍ଵାରା ଜଗନ୍ନାଥ ଙ୍କ ଫଟୋଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ଅନୁଷ୍ଠାନ ର ଛାତ୍ରୀ ମାନଙ୍କ ଦ୍ଵାରା ପ୍ରାରମ୍ଭିକ ସଙ୍ଗୀତ ଗାନ କରା ଯାଇଥିଲା ।















