• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ମାସ ପାଳନ

Proprietor Abhimanyu Maharana by Proprietor Abhimanyu Maharana
December 3, 2023
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାରେ ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ମାସ ପାଳନ
Share on FacebookShare on TwitterWhatsapp

୩ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ପୋଷ୍ୟ ସନ୍ତାନ ଗ୍ରହଣ ସଚେତନତା ମାସ ପାଳନ ଅବସରରେ ଏବଂ ଜିଲ୍ଲାର ପିତୃମାତୃ ହୀନ, ଅବହେଳିତ ଏବଂ ପରିତ୍ୟକ୍ତ ଶିଶୁମାନଙ୍କୁ କୋଳେଇ ନେବା ପାଇଁ ଜିଲ୍ଲା ବାସୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି ନିମନ୍ତେ ଆଜି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ତଥା ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ସହଯୋଗରେ ଜିଲ୍ଲା ପରିଷଦ ସମ୍ମେଳନ କକ୍ଷ ଠାରେ ଏକ ଦିବସୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ପ୍ରଥମେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଧେଶ୍ୟ ମୁଖ୍ୟ ଅତିଥି ଏବଂ ଅନ୍ୟ ଅତିଥି ମାନଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ।ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଯୋଗଦେଇ ପିତୃମାତୃ ହୀନ, ଅବହେଳିତ ଏବଂ ପରିତ୍ୟକ୍ତ ଶିଶୁମାନଙ୍କୁ କୋଳେଇ ନେଉଥିବା ପିତାମାତା ମାନଙ୍କୁ ଅଶେଷ ଧନ୍ୟବାଦ ପ୍ରଦାନ କରିଥିଲେ। ତାପରେ ମୁଖ୍ୟ ଅତିଥି, ଆମ ଜିଲ୍ଲାରୁ ଅନ୍ୟ ଜିଲ୍ଲା,ରାଜ୍ୟ ଏବଂ ବିଦେଶକୁ ପୋଷ୍ୟ ସନ୍ତାନ ଭାବେ ଯାଇଥିବା ଶିଶୁ ଏବଂ ସେମାନଙ୍କର ଆଇନତଃ ପିତାମାତାଙ୍କ ସହ ଭିଡ଼ିଓ କଲ୍ ମାଧ୍ୟମରେ ପିଲାମାନଙ୍କର ଭଲମନ୍ଦ ବୁଝିବା ସହ ପିତା ମାତାଙ୍କ ସହ ଆଲୋଚନା କରିଥିଲେ।

ଆମ ଜିଲ୍ଲାର ଦମ୍ପତ୍ତି ଅନ୍ୟ ଜିଲ୍ଲା ତଥା ରାଜ୍ୟରୁ ପୋଷ୍ୟ ସନ୍ତାନ ଗ୍ରହଣ କରିଥିବା ଯୋଗୁଁ ସେମାନଙ୍କୁ ଉତ୍ତରୀୟ ଏବଂ ଶିଶୁମାନଙ୍କୁ ଖେଳନା ପ୍ରଦାନ କରି ଉତ୍ସାହିତ କରିବା ସହ ସେମାନଙ୍କର ଅନୁଭୁତିକୁ ପଚାରି ବୁଝିଥିଲେ।ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ବିରେନ୍ଦ୍ର କୁମାର ଦାସ ଯୋଗଦେଇ ପୋଷ୍ୟ ସନ୍ତାନ ଗ୍ରହଣ ବିଷୟରେ ସମ୍ୟକ ସୂଚନା ଦେବା ସହ ଯେଉଁ ଶିଶୁ ମାନେ ଆଇନତଃ ମୁକ୍ତ ହୋଇ ଶିଶୁ ଯତ୍ନ ଅନୁଷ୍ଠାନରେ ରହିଛନ୍ତି ସେମାନେ କିପରି ନୂତନ ପିତାମାତା ଶୀଘ୍ର ପାଇବେ ସେଥିପାଇଁ କାମନା କରିଥିଲେ।

ସେହିପରି ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଡ଼. ଗୁଣନିଧି ନାୟକ କାର୍ଯ୍ୟକ୍ରମରେ ଯୋଗଦେଇ ଆମ ଜିଲ୍ଲାରେ ପୋଷ୍ୟ ସନ୍ତାନ ଗ୍ରହଣ କରିଥିବା ପିତାମାତାଙ୍କ ସ୍ବାଗତ କରିବା ସହ ଗୋଟିଏ ଶିଶୁ ଅନନ୍ୟ ହେବା ପାଇଁ ନିଜ ମଧ୍ୟରେ ଭଲପାଇବା, ସହନଶୀଳତା ରକ୍ଷା କରିବା, ଆଚରଣ ଓ ଉଚ୍ଚାରଣ କୁ ଗୁରୁତ୍ବ ଦେବା ଯାହାକି ଶିଶୁର ବିକାଶ ଉପରେ ପ୍ରଭାବ ପକାଇ ଶିଶୁଟି ଉତ୍ତମ ନାଗରିକ ହୋଇପାରିବ।ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିସାନ ସାଲୋମ ର ୪୯ ତମ ଶିଶୁକୁ ତଥା କେନ୍ଦ୍ରୀୟ ପୋଷ୍ୟ ସନ୍ତାନ ସମ୍ବଳ କେନ୍ଦ୍ର ଦ୍ବାରା ଅନୁମୋଦିତ ହୋଇଥିବା ଉତ୍ତର ପ୍ରଦେଶର ଏକ ଦମ୍ପତ୍ତିଙ୍କୁ ଜିଲ୍ଲାପାଳ ପୋଷ୍ୟ ସନ୍ତାନ ରୂପେ ହସ୍ତାନ୍ତର କରିଥିଲେ।

ସୂଚନା ପ୍ରକାରେ ଉକ୍ତ ଦମ୍ପତ୍ତିଙ୍କର ପୂର୍ବରୁ ଏକ କନ୍ୟା ସନ୍ତାନ ରହିଥିବା ବେଳେ ପୋଷ୍ୟ ସନ୍ତାନ ରୂପେ ଏକ ପୁତ୍ର ସନ୍ତାନ ପାଇ ଦମ୍ପତ୍ତି ବେଶ୍ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରକୁ ଉଦ୍ଧାର ହୋଇଥିବା ଶିଶୁମାନଙ୍କୁ ଯେଉଁ ମାନେ ରକ୍ତ ଦେଇ ଜୀବନ ବଞ୍ଚାଉଛନ୍ତି ସେମାନଙ୍କୁ ମଧ୍ୟରୁ ଶ୍ରୀ ଦେବାଶିଷ ପଟ୍ଟନାୟକ ଏବଂ ଶ୍ରୀ ପ୍ରଶାନ୍ତ କୁମାର ପାଷ୍ପୁରେଡ଼ି ଙ୍କୁ ମାନପତ୍ର ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ପୋଷ୍ୟ ସନ୍ତାନ ବିଷୟରେ ଅଧିକ ଜାଣିବା ଏବଂ ପିତୃ ମାତୃ ହୀନ, ଅବହେଳିତ ଓ ପରିତ୍ୟକ୍ତ ଶିଶୁମାନଙ୍କୁ କୋଳେଇ ନେବା ପାଇଁ ଆବଶ୍ୟକ ସୂଚନା ପ୍ରଦାନ ପାଇଁ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ଟୋଲ୍ ଫ୍ରି ନମ୍ୱର 9668889828 ଜିଲ୍ଲାପାଳଙ୍କ ଦ୍ବାରା ଉନ୍ମୋଚନ ହୋଇଥିଲା।

ପରିଶେଷରେ ପରିଚାଳକ ଶ୍ରୀ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସବିଶେଷ ତଥ୍ୟ ପ୍ରଦାନ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀଯୁକ୍ତ ଲୋକନାଥ ପଣ୍ଡା, ଶିଶୁ ମଙ୍ଗଳ ସମିତି ର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅଶ୍ବିନୀ କୁମାର ମହାପାତ୍ର, ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା ମଙ୍ଗରାଜ, ଜିଲ୍ଲା ପ୍ରଶାସନ ଦ୍ବାରା ପରିଚାଳିତ ହେଉଥିବା ବିଭିନ୍ନ ଶିଶୁ ଯତ୍ନ ଅନୁଷ୍ଠାନର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ଶିଶୁ ମାନଙ୍କୁ ଉତ୍ସାହିତ କରିଥିଲେ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ସମସ୍ତ କର୍ମକର୍ତ୍ତା ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭକ୍ତଙ୍କ ଗହଣରେ ପ୍ରେମ ପ୍ରଭାହିନୀ ରଥ ବାଣ୍ଟୁଛି ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ବାର୍ତ୍ତା

ଭକ୍ତଙ୍କ ଗହଣରେ ପ୍ରେମ ପ୍ରଭାହିନୀ ରଥ ବାଣ୍ଟୁଛି ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ବାର୍ତ୍ତା

October 6, 2026
Chandi Bhandar Unveils the “Aaranya” Edit for Durga Puja

Chandi Bhandar Unveils the “Aaranya” Edit for Durga Puja

October 5, 2026
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭକ୍ତଙ୍କ ଗହଣରେ ପ୍ରେମ ପ୍ରଭାହିନୀ ରଥ ବାଣ୍ଟୁଛି ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ବାର୍ତ୍ତା

ଭକ୍ତଙ୍କ ଗହଣରେ ପ୍ରେମ ପ୍ରଭାହିନୀ ରଥ ବାଣ୍ଟୁଛି ପ୍ରେମ, ସେବା ଓ ଆଧ୍ୟାତ୍ମିକତାର ବାର୍ତ୍ତା

October 6, 2026
Chandi Bhandar Unveils the “Aaranya” Edit for Durga Puja

Chandi Bhandar Unveils the “Aaranya” Edit for Durga Puja

October 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version