No Result
View All Result
୪ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଳାହାଣ୍ଡି :-> ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ବଜିତ ଦାସ ,ଉପ ଜିଲ୍ଲପାଳ ଧର୍ମଗଡ଼ ଶ୍ରୀ ବିରଞ୍ଚି ନାରାୟଣ ଦର୍ୱାନଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୪୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୧୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇ ଥିଲା । ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୮ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା .
No Result
View All Result