• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀଜଗନ୍ନାଥ ଙ୍କ ବନକଲାଗି ନୀତି – ପୁରୀ

Proprietor Abhimanyu Maharana by Proprietor Abhimanyu Maharana
December 7, 2023
in ଓଡ଼ିଶା, ପୁରୀ, ମହାନଗର, ହୋମ୍
0
ଶ୍ରୀଜଗନ୍ନାଥ ଙ୍କ ବନକଲାଗି ନୀତି – ପୁରୀ
Share on FacebookShare on TwitterWhatsapp

୭ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପୁରୀ :-> ଶ୍ରୀଜଗନ୍ନାଥ ମନ୍ଦିରରେ ପାଳନ କରାଯାଉଥିବା କୌଣସି ପର୍ବପର୍ବାଣି କିମ୍ବା ଦୈନନ୍ଦିନ ନୀତି ଉପରେ ଭାରତ ର ଅନ୍ୟ କୌଣସି ମନ୍ଦିର ର ନିତିକାନ୍ତି ର ପ୍ରଭାବ ନଥାଏ କାରଣ ଜଗନ୍ନାଥ ଙ୍କ ନୀତି ସ୍ଵତନ୍ତ୍ର , ଯାହା ଅନ୍ୟ କୌଣସି ମନ୍ଦିର ରେ ଦେଖିବାକୁ ମିଳେନାହି। ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ସର୍ବ ଧର୍ମ ସଂପ୍ରଦାୟ ର ସମନ୍ୱୟ ଦେବତା ।

ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ ସେବନରେ ଜାତି, ବର୍ଣ୍ଣର ଭେଦଭାବ ନାହିଁ । ମହାପ୍ରଭୁ ଙ୍କ ପ୍ରସାଦକୁ ମହାପ୍ରସାଦ କାହିଁକି କୁହାଯାଏ, ସେଥିନେଇ ବହୁତ ତାତ୍ତ୍ୱିକ ଅର୍ଥ ଅଛି ।

ଗୋଟିଏ ଅର୍ଥ ହେଲା ସ୍ୱାମୀ ନିଗମାନନ୍ଦଙ୍କ ଭାଷାରେ-ପରଂବ୍ରହ୍ମଙ୍କ ପୂଜାରେ ବ୍ରହ୍ମାର୍ପିତ ବସ୍ତୁ ମହାପବିତ୍ରକାରୀ ଏବଂ ବ୍ରହ୍ମ ନିବେଦିତ ବସ୍ତୁ ଭୋଜନକାଳରେ ବ୍ରାହ୍ମଣ ଆଦି ଚାରି ବର୍ଣ୍ଣର ବିଚାର ନଥାଏ ,ଉଚ୍ଛିଷ୍ଟ ବିଚାର ମଧ୍ୟ ନାହିଁ । ଏଥିରେ କାଳାକାଳ ବା ଶୌଚାଶୌଚର ବିଚାର ମଧ୍ୟ ନାହିଁ ।

ମହାପ୍ରଭୁ ଶ୍ରୀଜଗନ୍ନାଥ ଯେପରି ବିଚିତ୍ର ତାଙ୍କର ମାନବୀୟ ନୀତିକାନ୍ତି ମଧ୍ୟ ବିଚିତ୍ର,ସାଧାରଣ ରେ ବୁଝିବା ବଡ କଷ୍ଟକର ବ୍ୟାପାର। ଅନେକ ନୀତି ମଧ୍ୟରୁ ମହାପ୍ରଭୁ ଙ୍କ ବନକ ଲାଗି ନୀତି ଆଜିର ଆଲୋଚନା ବିଷୟ।

ବନକ ଲାଗି ନୀତି :-

ମୁଖ୍ୟତଃ ଏହି ନୀତି କୁ ଶ୍ରୀମୁଖ ସିଂହାର ନୀତି ଭାବେ ବିବେଚନା କାରାଯାଏ । ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ (ରଙ୍ଗଲାଗି) ବା ବନକ ଲାଗି
ହୋଇଥାଏ ।

ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି ।

ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ ।

ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ । ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ । ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି ।

ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହେଉଥିବାରୁ, ବିଧିମତେ ଥରେ ବନକଲାଗି ପାଇଁ ଅନେକ ଟଙ୍କା ଖର୍ଚ୍ଚ ହୁଏ । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ ।

ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।

ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ ଲାଲ , ଦ୍ଵୀପ ରୁ କଳା ରଙ୍ଗ ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।
ସମସ୍ତେ ତଥ୍ୟ ସଂଗୃହିତ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

October 11, 2026
“Industry Must Lead Skill Development and Innovation to Drive Economic Growth”: Bhupendra Singh Poonia

ଅର୍ଥନୈତିକ ବିକାଶ ପାଇଁ ଶିଳ୍ପସଂସ୍ଥାଗୁଡ଼ିକ ଦକ୍ଷତା ବିକାଶ ଏବଂ ନବସୃଜନର ନେତୃତ୍ୱ ନେବା ଜରୁରୀ : ଭୂପେନ୍ଦ୍ର ସିଂହ ପୁନିଆ

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

ମାଲକାନଗିରି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ

October 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

ରଣପୁର ଜୁନିୟର କଲେଜ ନିର୍ବାଚନ : କଂଗ୍ରେସ ସାଥିରେ ଘୋଡା ବେପାର ଯିଏ କରିବ, ବିଜୟୀ ତାହର ହେବ

October 11, 2026
“Industry Must Lead Skill Development and Innovation to Drive Economic Growth”: Bhupendra Singh Poonia

ଅର୍ଥନୈତିକ ବିକାଶ ପାଇଁ ଶିଳ୍ପସଂସ୍ଥାଗୁଡ଼ିକ ଦକ୍ଷତା ବିକାଶ ଏବଂ ନବସୃଜନର ନେତୃତ୍ୱ ନେବା ଜରୁରୀ : ଭୂପେନ୍ଦ୍ର ସିଂହ ପୁନିଆ

October 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version