• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଇଆଇଟି ଭୁବନେଶ୍ୱର ପକ୍ଷରୁ ସ୍ୱଚ୍ଛ ପରିବେଶ ପାଇଁ ପ୍ରଦୂଷଣ ନିୟନ୍ତ୍ରଣ ଶୀର୍ଷକ ପ୍ରଥମ ସମ୍ମିଳନୀ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
December 16, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଆଇଆଇଟି ଭୁବନେଶ୍ୱର ପକ୍ଷରୁ ସ୍ୱଚ୍ଛ ପରିବେଶ ପାଇଁ ପ୍ରଦୂଷଣ ନିୟନ୍ତ୍ରଣ ଶୀର୍ଷକ ପ୍ରଥମ ସମ୍ମିଳନୀ ଆୟୋଜିତ
Share on FacebookShare on TwitterWhatsapp

୧୫ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଖୋର୍ଦ୍ଧା-ଜଟଣୀ  :-> ଭାରତୀୟ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ୱର ପକ୍ଷରୁ ସ୍ୱଚ୍ଛ ପରିବେଶ ପାଇଁ ପ୍ରଦୂଷଣ ନିୟନ୍ତ୍ରଣ ଉପରେ ପ୍ରଥମ ଅନ୍ତର୍ଜାତୀୟ ସମ୍ମିଳନୀ (ICPCCE-2023) ଉଦଘାଟିତ ହୋଇଯାଇଛି । ସ୍କୁଲ ଅଫ୍ ଇନ୍ଫ୍ରାଷ୍ଟ୍ରକ୍ଚର ଏବଂ ସ୍କୁଲ ଅଫ୍ ଇଲେକ୍ଟ୍ରିକାଲ ସାଇନ୍ସେସ ଦ୍ୱାରା ମିଳିତ ଭାବେ ଆୟୋଜିତ ଏହି ଦୁଇ ଦିନିଆ ସମ୍ମିଳନୀରେ ପରିବେଶ ବିଜ୍ଞାନ ଏବଂ ଇଞ୍ଜିନିୟରିଂ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସେମାନଙ୍କର ଅନୁସନ୍ଧାନ ଏବଂ ବ୍ୟବହାରିକ ଅଭିଜ୍ଞତା ବାଣ୍ଟିବା ସହିତ ପରିବେଶ ସମସ୍ୟାର ସମାଧାନ ପାଇଁ ଅନୁସନ୍ଧାନ ଚିନ୍ତାଧାରା ଆଦାନ ପ୍ରଦାନ ପାଇଁ ଲକ୍ଷ୍ୟ ରହିଛି ।

କାର୍ଯ୍ୟକ୍ରମର ପ୍ରାରମ୍ଭରେ, ସମ୍ମିଳନୀର ସଂଯୋଜକ ପ୍ରଫେସର ରାଜେଶ ରୋଶନ ଦାଶ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଏବଂ ସମ୍ମିଳନୀ ବିଷୟରେ ବର୍ଣ୍ଣନା କରିଥିଲେ । ଆଇଆଇଟି ଭୁବନେଶ୍ୱର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ କର୍ମାଲକର ସମ୍ମିଳନୀରେ ଅଂଶଗ୍ରହଣ କରିଥିବା ପ୍ରତିନିଧୀଙ୍କୁ ସମ୍ବୋଧିତ କରି ଏକ ସ୍ୱଚ୍ଛ ପରିବେଶ ପାଇଁ ପ୍ରଦୂଷଣକୁ ମୁକାବିଲା କରିବା ପାଇଁ ଉନ୍ନତ ଜ୍ଞାନକୌଶଳ ଅନୁସନ୍ଧାନର ଆବଶ୍ୟକତା ଉପରେ କହିଥିଲେ

ଏହି ଅବସରରେ, ଆଇଆଇଟି ଖଡ଼ଗପୁରର ସିଭିଲ୍ ଇଂଜିନିୟରିଂ ବିଭାଗର ପ୍ରଫେସର ତଥା ପରିବେଶ ଇଂଜିନିୟରିଂ କ୍ଷେତ୍ରରେ ଜଣେ ବିଶିଷ୍ଟ ଗବେଷକ ପ୍ରଫେସର ମକରନ୍ଦ ଏମ. ଘାଙ୍ଗରେକର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ନିଜର ଅଭିଭାଷଣରେ ସେ ଭାରତ ତଥା ବିଶ୍ବସ୍ତରରେ ବର୍ଜ୍ୟବସ୍ତୁ ପରିଚାଳନାର ସ୍ଥିତି ଏବଂ ପ୍ରଦୂଷଣ ପ୍ରତିରୋଧକ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଦୁଇଦିନିଆ ସମ୍ମିଳନୀରେ ଉଭୟ ଅଫଲାଇନ୍ ତଥା ଅନଲାଇନ୍ ମୋଡ୍ ମାଧ୍ୟମରେ ଆଠଟି କିନୋଟ୍ ଅଭିଭାଷଣ ସହ ୨୪ଟି ସମାନ୍ତରାଳ ଅଧିବେଶନରେ ୧୩୫ରୁ ଅଧିକ ବୈଷୟିକ ଉପସ୍ଥାପନା ହେବ।

ବୈଷୟିକ ଉପସ୍ଥାପନା ଗୁଡ଼ିକ ମୁଖ୍ୟତଃ ଚାରୋଟି ଟ୍ରାକ ଉପରେ ପର୍ଯ୍ୟବସିତ ହେବ, ଯଥା-ପରିବେଶ ନିରୀକ୍ଷଣ ଓ ପରିଚାଳନାଜଳ ପ୍ରଦୂଷଣ ନିୟନ୍ତ୍ରଣ,ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ଏବଂ କଠିନ ବର୍ଜ୍ୟବସ୍ତୁ ପରିଚାଳନା ଓ ସାଧନର ଉପଯୋଗ । ପ୍ରତ୍ୟେକ ଟ୍ରାକ୍ ଅନ୍ତର୍ଗତ ଉପ-ବିଷୟବସ୍ତୁଗୁଡିକ ସାମ୍ପ୍ରତିକ ଅନୁସନ୍ଧାନ ତଥା ଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା ବିକାଶର ଅଗ୍ରଗତି ଉପରେ ଆଧାରିତ ଯାହା ବର୍ତ୍ତମାନର ପରିବେଶ ସମ୍ବନ୍ଧୀୟ ସମସ୍ୟାର ମୁକାବିଲା ପାଇଁ ବିଶ୍ବସ୍ତରରେ ଅନୁସନ୍ଧାନକାରୀଙ୍କ ପାଇଁ ଧ୍ୟାନ ଆକର୍ଷଣ କରୁଛି ।

ସମ୍ମିଳନୀର ମନୋନୀତ ପେପରଗୁଡିକ ସ୍ପ୍ରିଞ୍ଜର ଦ୍ୱାରା ଏକ ପ୍ରୋସିଡ଼ିଙ୍ଗସ ବୁକ ଭଲ୍ୟୁମ ଭାବରେ ପ୍ରକାଶିତ ହେବ । ସମ୍ମିଳନୀର ଉଦଘାଟନ ଅବସରରେ, ଅନ୍ୟମାନଙ୍କ ମଧ୍ୟରେ ଆଇଆଇଟି ଦିଲ୍ଲୀର ଅବସରପ୍ରାପ୍ତ ପ୍ରଫେସର ମୁକେଶ ଖରେ ଏବଂ ଆଇଆଇଟି ଖଡ଼ଗପୁରର ପ୍ରଫେସର ବ୍ରଜେଶ ଦୁବେ ପ୍ରମୁଖ ଉପସ୍ଥିତ ଥିଲେ । ଏହି ସମ୍ମିଳନୀର ସହ-ସଂଯୋଜକ ଡକ୍ଟର ଶଙ୍କର୍ଷଣ ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମ୍ମିଳନୀର ସହ-ସଂଯୋଜିକା ଡଃ ମନସ୍ୱିନୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version