• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ 59ଟି ପ୍ରକଳ୍ପ – ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
December 16, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧିନରେ 59ଟି ପ୍ରକଳ୍ପ – ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

୧୩ଟି ଜିଲ୍ଲାର ୮୦ ହଜାର ହେକ୍ଟର ଜମିକୁ ମିଳିଲା ପାଣି ୩୩ଟି ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

୧୬ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଢେଙ୍କାନାଳ :-> ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲ୍ଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହା ଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର ସୁବିଧା ମିଳି ପାରିଛି। ଏଥିପାଇଁ ୨,୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହା ସହିତ ମୁଖ୍ୟମନ୍ତ୍ରୀ ୩୩ଟି ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ଭିତ୍ତିସ୍ଥାପନ ମଧ୍ୟ କରିଛନ୍ତି। ଏ ସବୁ ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ୯ଟି ଜିଲ୍ଲାର ୫୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ।

କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଚାଷୀଭାଇ ହେଉଛନ୍ତି ଦେଶର ଶ୍ରେଷ୍ଠ ସେବକ। ସେମାନେ ଆମ ଅର୍ଥନୀତିର ମେରୁଦଣ୍ଡ। ସେମାନଙ୍କ ତ୍ୟାଗ ଓ ପରିଶ୍ରମ ରାଜ୍ୟ ପାଇଁ ଅନେକ ଗୌରବ ଆଣିଛି l ଏହି ପ୍ରକଳ୍ପ ଦ୍ୱାରା ଢେଙ୍କାନାଳ ଜିଲ୍ଲାର ସଦର ଓ ଓଡାପଡା ବ୍ଲକର 29 ଟି ରାଜସ୍ବ ଗ୍ରାମର 7141 ଏକର ଢିପ ଜମି ଜଳସେଚିତ ହେଇପାରିବ l ଯାହାଦ୍ୱାରା 7386 ଜଣ ଚାଷୀ ଉପକୃତ ହେବେ l ଏହି ଅବସରରେ ମୁଖ୍ୟମନ୍ତ୍ରୀ ମେଗା ଲିଫ୍ଟର ସୁପରିଚାଳନା ପାଇଁ ଓକାକ୍ ଦ୍ୱାରା ପ୍ରସ୍ତୁତ e-megalift App ର ଲୋକାର୍ପଣ କରିଥିଲେ।

ସୂଚନାଯୋଗ୍ୟ ଯେ ୨୦୧୧ ମସିହାରେ ରାଜ୍ୟରେ ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଆରମ୍ଭ ହୋଇଥିଲା। ଏଥିରେ ୨୦୮ଟି ପ୍ରକଳ୍ପ ସଫଳତାର ସହ ଶେଷ ହୋଇଛି ଏବଂ ଏହା ଦ୍ୱାରା ୨,୬୪,୩୩୦ ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ମିଳିଛି। ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ୧୭୦ଟି ପ୍ରକଳ୍ପ ହାତକୁ ନିଆଯାଇଛି। ଏହା ଦ୍ୱାରା ୧,୧୩,୫୪୦ ହେକ୍ଟର ଜମି ଜଳସେଚିତ ହୋଇପାରିବ। ଏହି ପ୍ରରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲାର ଓଡାପଡା ବ୍ଲକର ଚାଷୀଙ୍କ ସହ ଭାବ ବିନିମୟ କରିଥିଲେ ଓ ଏହି ପ୍ରକଳ୍ପ ପାଇଁ ଚାଷୀ ଭାଇ ଭଉଣୀମାନେ ନିଜର ଖୁସିବ୍ୟକ୍ତ କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ 5ଟି ଅଧ୍ୟକ୍ଷଙ୍କୁ କୃତଜ୍ଞତା ଜଣାଇଥିଲେ l

କାର୍ଯ୍ୟକ୍ରମରେ ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଯୋଗଦେଇ କହିଥିଲେ ଯେ ଆଜି ଜଳସମ୍ପଦ ବିଭାଗ ତଥା ଆମ ରାଜ୍ୟ ପାଇଁ ଏକ ସ୍ମରଣୀୟ ଦିନ ହୋଇ ରହିବ। ଢିପ ଅଞ୍ଚଳରେ ପାଣି ଅଭାବ ଯୋଗୁ ଚାଷୀମାନଙ୍କର ସମସ୍ୟାକୁ ଦୃଷ୍ଟିରେ ରଖି ଆରମ୍ଭ କରାଯାଇଥିବା ଆମର ଏହି ପାର୍ବତୀଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଆଜି ମୁଖ୍ୟମନ୍ତ୍ରୀଙ୍କର ଦିଗ୍‌ଦର୍ଶନ ଓ ଆନ୍ତରିକତା ଯୋଗୁ ରାଜ୍ୟରେ ଜଳସେଚନ କ୍ଷେତ୍ରରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିପାରିଛି। ଏ ପ୍ରକଳ୍ପ ଜରିଆରେ ଚାଷୀମାନଙ୍କର ଢିପ ଜମିରେ ଜଳସେଚନ ଠିକ୍ ଭାବରେ ହୋଇ ଜୀବନଧାରଣ ଓ ସାମଗ୍ରୀକ ବିକାଶ କ୍ଷେତ୍ରରେ ପରିବର୍ତ୍ତନ ଆସିଛି ।

କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢୀ, ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀଗଣ, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଚାଷୀ ଭାଇଭଉଣୀମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ତଥା ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ । ଢେଙ୍କାନାଳ ଜିଲ୍ଲା ସ୍ତରରେ ଏହି ଆଭାସୀ କାର୍ଯ୍ୟକ୍ରମ ଓଡାପଡା ବ୍ଲକ କାର୍ଯ୍ୟାଳୟ ପଡିଆରେ ଅନୁଷ୍ଠିତ ହେଉଥିଲା l ଏହି କାର୍ଯ୍ୟକ୍ରରେ ସ୍ଥାନୀୟ ଲୋକପ୍ରତିନିଧି, ଜିଲ୍ଲାପାଳ, ଓ ବିଭାଗୀୟ ଅଧିକାରୀଗଣ ଓ ଜିଲ୍ଲାର ଚାଷୀ ଭାଇ ଭଉଣୀ ମାନେ ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version