୨୨ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଚିଲିକା :-> ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ହଳନ୍ଦା ଉପ ସ୍ୱାସ୍ଥ୍ୟକେନ୍ଦ୍ରର ଜନକଲ୍ୟାଣ ସମିତିର ପ୍ରଥମ ସାଧାରଣ ବୈଠକ ସଭାପତିତଥା ଖୋର୍ଦ୍ଧା ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣାଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଥିଲା l ସ୍ୱାସ୍ଥ୍ୟକେନ୍ଦ୍ରର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ତଥା ସାତଲକ୍ଷ୍ୟ ଟଙ୍କା ବ୍ୟୟରେ ନିର୍ମାଣଧୀନ ସେଗ୍ରିକେସନ ପ୍ଲାଣ୍ଟ ଏବଂ ୬୫ଲକ୍ଷ ଟଙ୍କାରେ ନିର୍ମାଣ ହେବାକୁ ଥିବା ନୂତନ ମେଡିକାଲ ଗୃହ ବାବଦରେ ପୁଙ୍ଖାନୁଫଙ୍ଖ ଆଲୋଚନା କରାଯାଇଥିଲା

ରାଜ୍ୟ ସରକାରଙ୍କ ସ୍ଵାସ୍ଥ୍ୟ ସମ୍ବନ୍ଧିତ ଯୋଜନାରେ କିଭଳି ଅଧିକ ଲୋକ ଉପକୃତ ହେବେ ଓ ଉପ ସ୍ଵାସ୍ତ୍ୟକେନ୍ଦ୍ର ଅଧୀନରେ ଥିବା ଗ୍ରାମଗୁଡିକର ଜନସାଧାରଣଙ୍କ ପାଇଁ ସାପ କାମୁଡା, କୁକୁର କାମୁଡା ଇଞ୍ଜେକ୍ସନ ମହଜୁଦ ରଖିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା l ଆଗକୁ ଖରାଦିନ ଆସିବାକୁ ଥିବାବେଳେ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ ଅଂଶୁଘାତ ଜନିତ ସ୍ୱତନ୍ତ୍ର ପ୍ରକୋଷ୍ଠ ଖୋଲିବାକୁ ଉପସ୍ଥିତ ଥିବା ଅଧିକାରୀ ମାନଙ୍କୁ ପରାମର୍ଶ ଦିଆଯାଇଥିଲା l














