• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସାରା ରାଜ୍ୟରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହେଲା : ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ

Proprietor Abhimanyu Maharana by Proprietor Abhimanyu Maharana
December 26, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସାରା ରାଜ୍ୟରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହେଲା : ବିଜେଡିର ୨୭ତମ ପ୍ରତିଷ୍ଠା ଦିବସ
Share on FacebookShare on TwitterWhatsapp

ବିଜୁ ଜନତା ଦଳ ଓଡ଼ିଶାର ବିକାଶ ଓ ଓଡ଼ିଶାବାସୀଙ୍କ ସେବାରେ ସମର୍ପିତ ହୋଇ କାର୍ଯ୍ୟ କରି ଚାଲିବ : ମୁଖ୍ୟମନ୍ତ୍ରୀ

-ସେବା ଓ ସାମାଜିକ ଅଙ୍ଗୀକାରବଦ୍ଧତା ଯୋଗୁଁ ଶ୍ରେଷ୍ଠ ଆଞ୍ଚଳିକ ଦଳ ଭାବେ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି

-ସମୃଦ୍ଧ, ସଶକ୍ତ ଓ ସ୍ବାଭିମାନୀ ନବୀନ ଓଡ଼ିଶା ଗଠନ ପାଇଁ ସଂକଳ୍ପ ନେଲେ ଲକ୍ଷଲକ୍ଷ କର୍ମୀ

-କଟକ ଆନନ୍ଦ ଭବନରୁ ଭୁବନେଶ୍ବରର ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଯାଏ ବିଶାଳ ସାଇକଲ ରାଲି, ଶଙ୍ଖ ଭବନରେ ରକ୍ତଦାନ

୨୬ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ବର :-> ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଦର୍ଶକୁ ପାଥେୟ କରି ଲୋକଙ୍କ ହିତରେ କାର୍ଯ୍ୟ କରିବା ପାଇଁ ୧୯୯୭ ମସିହା ଡିସେମ୍ବର ୨୬ ତାରିଖରେ ପ୍ରତିଷ୍ଠା ହୋଇଥିଲା ବିଜୁ ଜନତା ଦଳ। ୨୬ ବର୍ଷ ଧରି ସେହି ଦଳ ନିରବଚ୍ଛିନ୍ନ ଭାବେ ଓଡ଼ିଶାବାସୀଙ୍କ ସେବା କରି ଆସୁଛି ଏବଂ ଓଡ଼ିଶାର ବିକାଶ ପାଇଁ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରି ଆସୁଛି। ସେବା ଓ ସାମାଜିକ ଅଙ୍ଗୀକାରବଦ୍ଧତା ଯୋଗୁଁ ଆଜି ଏହା ଦେଶର ଏକ ଶ୍ରେଷ୍ଠ ଆଞ୍ଚଳିକ ଦଳ ଭାବେ ପ୍ରଶଂସନୀୟ ପରିଚିତି ହାସଲ କରିଛି ଏବଂ ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି । ଏକ ଛୋଟ ଚାରାଗଛରୁ ମହାଦ୍ରୁମରେ ପରିଣତ ହୋଇଥିବା ବିଜେଡି ଆଗାମୀ ଦିନରେ ମଧ୍ୟ ଓଡ଼ିଶାର ବିକାଶ ଓ ଓଡ଼ିଶାବାସୀଙ୍କ ସେବାରେ ସମର୍ପିତ ହୋଇ ନିଷ୍ଠାପର ଭାବେ କାମ କରିଚାଲିବ ।

ଆଜି ବିଜୁ ଜନତା ଦଳର ୨୭ତମ ପ୍ରତିଷ୍ଠା ଦିବସରେ ଭୁବନେଶ୍ବର ବିମାନବନ୍ଦର ନିକଟରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ରାଜ୍ୟବାସୀଙ୍କୁ ଏଭଳି ବିଶ୍ବାସ ଓ ଭରସା ଦେଇଛନ୍ତି ବିଜେଡି ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ।  ଏହି ଅବସରରେ ତାଙ୍କ ସହିତ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହି ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ରାଜ୍ୟର ୧୪୭ଟି ଯାକ ନିର୍ବାଚନ ମଣ୍ଡଳୀରେ ବିଜେଡିର ପ୍ରତିଷ୍ଠା ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପଳିତ ହୋଇଥିଲା । ଦଳର ଲକ୍ଷଲକ୍ଷ କର୍ମୀ ବିଭିନ୍ନ ସ୍ଥାନରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ବିଭିନ୍ନ ସାମାଜିକ ଓ ସେବାମୂଳକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ସେମାନେ ଓଡ଼ିଶାବାସୀଙ୍କ ସେବା ଏବଂ ଓଡ଼ିଶାର ସ୍ବାର୍ଥ ରକ୍ଷା ପାଇଁ ନିଜକୁ ଉତ୍ସର୍ଗ କରିବାକୁ ସଂକଳ୍ପ ନେବା ସହ ଏକ ସଶକ୍ତ, ସମୃଦ୍ଧ ଓ ସ୍ବାଭିମାନୀ ନବୀନ ଓଡ଼ିଶା ଗଠନ ପାଇଁ ବ୍ରତୀ ହେବେ ବୋଲି ଶପଥ ପାଠ କରିଥିଲେ।

ସକାଳ ୭ଟାବେଳେ ଶଙ୍ଖ ଭବନରେ ବିଜୁ ଜନତା ଦଳର ପତାକା ଉତ୍ତୋଳନ କରାଯିବା ସହ ଏକ ଶପଥ ପାଠ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଦଳର ଉପସଭାପତି ଶ୍ରୀ ଦେବୀ ପ୍ରସାଦ ମିଶ୍ର, ସାଧାରଣ ସଂପାଦକ ଶ୍ରୀ ସଞ୍ଜୟ ଦାସବର୍ମା, ରାଜ୍ୟସଭା ସାଂସଦ ଡ.ସସ୍ମିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ସକାଳ ୮ଟାରେ ବିଜୁ ଜନତା ଦଳର ସଂଗଠନ ସଂପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସଙ୍କ ନେତୃତ୍ବରେ ଏକ ବିଶାଳ ସାଇକଲ ରାଲି କଟକର ଆନନ୍ଦ ଭବନରୁ ବାହାରି ଦିନ ପ୍ରାୟ ସାଢ଼େ ୯ଟାବେଳେ ବିମାନବନ୍ଦର ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ପହଞ୍ଚିଥିଲା । ଏହି ସାଇକଲ ଶୋଭାଯାତ୍ରାରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା,

ରାଜ୍ୟ ଯୁବ ବିଜେଡି ଉପଦେଷ୍ଟା ପ୍ରଣବ ବଳବନ୍ତରାୟ, ରାଜ୍ୟ ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ, ବିଜୁ ଛାତ୍ର ଜନତା ଦଳର ସଭାପତି ଦେବୀରଂଜନ ତ୍ରିପାଠୀ, ବିଧାୟକ ଦିବ୍ୟଶଙ୍କର ମିଶ୍ର, ଭୁବନେଶ୍ବର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ବର ମେୟର ସୁଲୋଚନା ଦାସ ଏବଂ ଦଳର ବହୁ ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇଥିଲେ। ସମସ୍ତେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ପହଞ୍ଚିବା ପରେ ପୁଷ୍ପାର୍ଘ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଶଙ୍ଖଭବନରେ ଏକ ରକ୍ତଦାନ ଶିବିର ମଧ୍ୟ ଆୟୋଜିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version