No Result
View All Result
୨୬ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଳାହାଣ୍ଡି :-> କେସିଙ୍ଗା ସ୍ଥିତ ପଞ୍ଚାୟତ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ କଳାହାଣ୍ଡି ତନ୍ମୟ କୁମାର ଦର୍ୱାନଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ କେସିଙ୍ଗା ବି ଡି ଓ ପଦ୍ମନାଭ ପୁରୋହିତ ,ତହସିଲଦାର ପ୍ରଶାନ୍ତି ପ୍ରଧାନଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।
No Result
View All Result