• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଗଞ୍ଜାମ ଜିଲ୍ଲାର କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି ରଣନୀତିକୁ ସୁଦୃଢ କରିବା ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି ।

Proprietor Abhimanyu Maharana by Proprietor Abhimanyu Maharana
July 20, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଗଞ୍ଜାମ ଜିଲ୍ଲାର କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି ରଣନୀତିକୁ ସୁଦୃଢ କରିବା ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି ।

????????????????????????????????????

Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୦ ଜୁଲାଇ ସୋମବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଆସନ୍ତା କାଲି ଠାରୁ ଗଞ୍ଜାମରେ ପ୍ଲାଜ୍‌ମା ଥେରାପି ଗଞ୍ଜାମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ କୋଟି ଟଙ୍କା ମଞ୍ଜୁର ସାରା ରାଜ୍ୟରେ ସର୍ଭେ କାମରେ ନିୟୋଜିତ ଆଶା, ଅଙ୍ଗନବାଡି କର୍ମୀଙ୍କ ସହିତ କୋଭିଡ ହସ୍‌ପିଟାଲରେ କାର୍ଯ୍ୟରତ ଯୋଦ୍ଧା ମାନଙ୍କ ପ୍ରୋତ୍ସାହନ ରାଶି ପରିମାଣରେ ବୃଦ୍ଧି , ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଗଞ୍ଜାମ ଜିଲ୍ଲାର କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରି ରଣନୀତିକୁ ସୁଦୃଢ କରିବା ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ – • ଆସନ୍ତାକାଲି ଗଞ୍ଜାମ ଜିଲ୍ଲାର ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ ହସ୍‌ପିଟାଲରେ ପ୍ଲାଜ୍‌ମା ଥେରାପି ଆରମ୍ଭ କରାଯିବ । ଏହାଦ୍ବାରା ଗଞ୍ଜାମ ଓ ଆଖପାଖ ଜିଲ୍ଲାର ଗୁରୁତର କୋଭିଡ ରୋଗୀମାନେ ପ୍ଲାଜ୍‌ମା ଥେରାପି ସୁବିଧା ପାଇପାରିବେ ଏବଂ କୋଭିଡ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବ ବୋଲି ଆଶା କରାଯାଉଛି ।

ସୂଚନାଯୋଗ୍ୟ ଯେ ଭୁବନେଶ୍ବରର ସମ୍‌ କୋଭିଡ ହସ୍‌ପିଟାଲ ଓ କଟକର ଅଶ୍ବିନୀ କୋଭିଡ ହସ୍‌ପିଟାଲରେ ଗତ ୧୮ ତାରିଖ ଠାରୁ ପ୍ଲାଜ୍‌ମା ଥେରାପି ଆରମ୍ଭ ହୋଇଛି ଏବଂ ଏହା ସୁଫଳ ମଧ୍ୟ ଦେଇଛି। ସମୁଦାୟ ୬ ଜଣ ରୋଗୀଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇଛନ୍ତି ଓ ଅନ୍ୟ ଦୁଇ ଜଣଙ୍କ ଅବସ୍ଥା ସ୍ଥିର ଅଛି । • ବ୍ରହ୍ମପୁରର ଅମିତ ହସ୍‌ପିଟାଲରେ ୧୬ଟି ଆଇ.ସି.ୟୁ ବେଡ୍‌ ସହିତ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ପ୍ରତିଷ୍ଠା କରାଯିବ। ଏହାକୁ କଟକର ଅଶ୍ବିନୀ ହସ୍‌ପିଟାଲ ପରିଚାଳନା କରିବ। ଏଥିପାଇଁ ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ଅଶ୍ବିନୀ ହସ୍‌ପିଟାଲ ମଧ୍ୟରେ MoU ସ୍ବାକ୍ଷରିତ ହୋଇଛି। • ଗଞ୍ଜାମରେ କୋଭିଡ ମୁକାବିଲାକୁ ଆହୁରି ସୁଦୃଢ କରିବା ପାଇଁ ୨ ଜଣ ଆଇ.ଏ.ଏସ୍‌ ଅଫିସର, ୨୫ ଜଣ ଓ.ଏ.ଏସ୍‌ ଅଫିସର, ୧୦୫ ଜଣ ORS ଅଫିସର, ୩୦ ଜଣ MBBS ଡାକ୍ତର, ୧୦୦ ଜଣ ଆୟୁଶ ଡାକ୍ତର ଏବଂ ୨୭ ଜଣ ଲାବୋରେଟୋରୀ ଟେକ୍‌ନିସିଆନଙ୍କୁ ନିୟୋଜିତ କରାଯାଇଛି। ଏହାସହିତ ୩ ଜଣ ଡି.ଏସ୍‌.ପିଙ୍କ ସମେତ ବିଭିନ୍ନ ପାହ୍ୟାର ଅଫିସର ଏବଂ ୧୦ ପ୍ଲାଟୁନ ପୋଲିସ ମଧ୍ୟ ପଠାଯିବା ପାଇଁ ନିଷ୍ପତ୍ତି ହୋଇଛି।

• ଗଞ୍ଜାମ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। • ଗଞ୍ଜାମ ଜିଲ୍ଲାରେ ଆମ୍ବୁଲାନ୍‌ସ ସେବାକୁ ଆହୁରି ଦକ୍ଷ ଓ ସୁଦୃଢ କରାଯାଇ ରୋଗୀ ମାନଙ୍କୁ ଯେପରି ଠିକ୍‌ ସମୟରେ ସେବା ଯୋଗାଇ ଦେଇପାରିବେ, ତାକୁ ସୁନିଶ୍ଚିତ କରାଯିବ। ଆବଶ୍ୟକତା ଅନୁଯାୟୀ ୧୦୦ଟି ଆମ୍ବୁଲାନ୍‌ସ ନିୟୋଜିତ କରିବା ପାଇଁ ଜିଲ୍ଲାପାଳଙ୍କୁ କ୍ଷମତା ଦିଆଗଲା । • କୋଭିଡ ସମୟରେ ଲୋକଙ୍କ ମାନସିକ ସ୍ବାସ୍ଥ୍ୟ ଉପରେ ସ୍ବତନ୍ତ୍ର ଫୋକ୍‌ସ କରାଯାଇ କାଉନସେଲିଂ ପାଇଁ ପ୍ରଫେସନାଲ୍‌ ମାନଙ୍କୁ ଦାୟିତ୍ବ ଦିଆଯିବ। ସେହିପରି ସାରା ରାଜ୍ୟର କୋଭିଡ ପରିଚାଳନାକୁ ଦୃଢ କରିବାପାଇଁ ମୁଖ୍ୟମନ୍ତ୍ରୀ କେତେକ ଘୋଷଣା କରିଛନ୍ତି। ଏହି ଘୋଷଣା ଅନୁଯାୟୀ • ସାରା ରାଜ୍ୟର ବିଭିନ୍ନ କୋଭିଡ ହସ୍‌ପିଟାଲ, କୋଭିଡ ସ୍ବାସ୍ଥ୍ୟ କେନ୍ଦ୍ର କିମ୍ବା କୋଭିଡ କେୟାର କେନ୍ଦ୍ରରେ କାମ କରୁଥିବା ଡାକ୍ତର, ପାରା ମେଡିକାଲ କର୍ମଚାରୀ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ମାନଙ୍କ ପାଇଁ ଦୈନିକ ପ୍ରୋତ୍ସାହନ ରାଶି ଘୋଷଣା କରାଯାଇଛି। କୋଭିଡ ରୋଗୀଙ୍କୁ ଚିକିତ୍ସା କରୁଥିବା ଦିନ ମାନଙ୍କରେ ଡାକ୍ତରମାନେ ଦୈନିକ ୧୦୦୦ ଟଙ୍କା, ପାରାମାଡିକାଲ କର୍ମଚାରୀ ମାନେ ଦୈନିକ ୫୦୦ ଟଙ୍କା ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀ ମାନେ ଦୈନିକ ୨୦୦ ଟଙ୍କା ପ୍ରୋତ୍ସାହନ ରାଶି ପାଇବେ। • ଘରକୁ ଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟ ପର୍ଯ୍ୟବେକ୍ଷଣ କରୁଥିବା ଆଶାକର୍ମୀ ମାନେ ୨୦୨୦ ଜୁଲାଇ ମାସରୁ ଅକ୍ଟୋବର ମାସ ପର୍ଯ୍ୟନ୍ତ ସର୍ଭେ ଓ ସ୍ବତନ୍ତ୍ର ସର୍ଭେ ପାଇଁ ମାସକୁ ୧୦୦୦ ଟଙ୍କା ପ୍ରୋତ୍ସାହନ ରାଶି ପାଇବେ। • ଘରକୁ ଘର ବୁଲି ସ୍ବାସ୍ଥ୍ୟ ପର୍ଯ୍ୟବେକ୍ଷଣ କରୁଥିବା ତଥା ସ୍ବତନ୍ତ୍ର ସର୍ଭେ କରୁଥିବା ଅଙ୍ଗନବାଡି କର୍ମୀମାନେ ଏହି ସର୍ଭେ ସମୟ ମଧ୍ୟରେ ମାସକୁ ୧୦୦୦ ଟଙ୍କା ପ୍ରୋତ୍ସାହନ ରାଶି ପାଇବେ।

ଗଞ୍ଜାମରେ କୋଭିଡ ନିୟନ୍ତ୍ରଣ ପାଇଁ ସମୟୋଚିତ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ଧନ୍ୟବଦ ଜଣାଇଥିଲେ। ଆଗକୁ ମଧ୍ୟ ଏହିପରି ଭାବେ ଉତ୍ସର୍ଗୀକୃତ ସେବା ଜାରି ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ। ଏହି ସମୀକ୍ଷା ବୈଠକରେ ବାଚସ୍ପତି ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଓ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ମଧ୍ୟ ଭିଡିଓ କନ୍‌ଫରେନ୍‌ସିଂରେ ଯୋଗ ଦେଇ ସୁଚିନ୍ତିତ ମତାମତ ଦେଇଥିଲେ। ବାଚସ୍ପତି ଶ୍ରୀ ପାତ୍ର ସହରାଞ୍ଚଳ ଓ ଅର୍ଦ୍ଧ ସହରାଞ୍ଚଳ ଉପରେ ଅଧିକ ଫୋକ୍‌ସ କରିବା ପାଇଁ ପରାମର୍ଶ ଦେଇଥିଲେ। ଗ୍ରାମାଞ୍ଚଳରେ ଯେଉଁ ମାନଙ୍କର ସୁବିଧା ଅଛି, ସେମାନଙ୍କ ପାଇଁ Home Isolationର ସୁବିଧା କରିବା ପାଇଁ ମନ୍ତ୍ରୀ ଶ୍ରୀ ଆରୁଖ ପରାମର୍ଶ ଦେଇଥିଲେ। ପ୍ରାରମ୍ଭରେ ଗଞ୍ଜାମ ଜିଲ୍ଲାପାଳ କୋଭିଡ ନିୟନ୍ତ୍ରଣ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ପୋଲିସ ମହାନିର୍ଦ୍ଦେଶକ, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version