• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସୁନ୍ଦରଗଡ ଓ ଯାଜପୁର ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କା ରାଶି ଘୋଷଣା – ଶ୍ରୀ ନବୀନ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
July 22, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ସୁନ୍ଦରଗଡ ଓ ଯାଜପୁର ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କା ରାଶି ଘୋଷଣା – ଶ୍ରୀ ନବୀନ ପଟ୍ଟନାୟକ
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କୋଭିଡ ମୁକାବିଲା – ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ସୁନ୍ଦରଗଡ ଓ ଯାଜପୁର ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରତି ଜିଲ୍ଲାକୁ ୫ କୋଟି ଟଙ୍କା ,ପଶ୍ଚିମ ଓଡିଶା ପାଇଁ ରାଉରେକେଲା IGHରେ ହେବ ପ୍ଲାଜ୍‌ମା ବ୍ୟାଙ୍କ ,ରାଉରକେଲାରେ କୋଭିଡ କେୟାର ସେଣ୍ଟର ଶଯ୍ୟା ସଂଖ୍ୟା ୧୭୦୦କୁ ବୃଦ୍ଧି ହେବ

ଓଡିଶା ତାଜା ନ୍ୟୁଜ୍ (୨୨ ଜୁଲାଇ ବୁଧବାର) ଭୁବନେଶ୍ୱର, :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସୁନ୍ଦରଗଡ ଓ ଯାଜପୁର ଜିଲ୍ଲାର କୋଭିଡ ପରିଚାଳନା ବ୍ୟବସ୍ଥା ସମୀକ୍ଷା କରି କୋଭିଡ ଯୁଦ୍ଧ ରଣନୀତିକୁ ସୁଦୃଢ କରିବା ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି । କୋଭିଡ ରୋଗର ଚିକିତ୍ସାରେ ପ୍ଲାଜ୍‌ମା ଥେରାପି ସଫଳତାର ସହ କାମ କରୁଛି । କଟକ SCB ପରେ ଏବେ ପଶ୍ଚିମ ଓଡିଶା ପାଇଁ ରାଉରକେଲାର IGHରେ ପ୍ଲାଜମା ବ୍ୟାଙ୍କ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପଶ୍ଚିମ ଓଡିଶାର ବିଭିନ୍ନ ଜିଲ୍ଲାରେ ଚିକିତ୍ସିତ ଗୁରୁତର ରୋଗୀ ମାନଙ୍କୁ ରାଉରକେଲାର IGH ହସ୍‌ପିଟାଲରୁ ପ୍ଲାଜମା ଥେରାପି ଯୋଗାଇ ଦିଆଯିବ । ଏଥିସହିତ ରାଉରକେଲାର କୋଭିଡ କେୟାର ସେଣ୍ଟର ଗୁଡିକର ଶଯ୍ୟା ସଂଖ୍ୟା ୭୦୦ରୁ ୧୭୦୦କୁ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସୁନ୍ଦରଗଡ ଜିଲ୍ଲାରେ କୋଭିଡ ଯୋଦ୍ଧା ମାନଙ୍କର ନିରନ୍ତର ଉଦ୍ୟମ ଓ ସେବା ପାଇଁ ଜିଲ୍ଲାରେ ଆରୋଗ୍ୟ ହାର ୮୫ ପ୍ରତିଶତରେ ପହଞ୍ଚିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଥିଲେ । ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ବର୍ତ୍ତମାନ ସୁଦ୍ଧା DMFରୁ ସୁନ୍ଦରଗଡରେ ୨୦ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ କୋଭିଡ ହସ୍‌ପିଟାଲ ଓ କୋଭିଡ କେୟାର ସେଣ୍ଟର ଗୁଡିକର ଭିତ୍ତିଭୂମି ବିକାଶ ପାଇଁ ଆଉ CMRFରୁ ୫ କୋଟି ଟଙ୍କା ମଞ୍ଜୁର କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ରାଉରକେଲାର ବସ୍ତି ଅଞ୍ଚଳ ଓ ଜନଗହଳିପୂର୍ଣ୍ଣ ଅଞ୍ଚଳ ଉପରେ ଅଧିକ ଫୋକସ୍‌ କରିବା ସହିତ ଘରକୁ ଘର ବୁଲି ପର୍ଯ୍ୟବେକ୍ଷଣ ଓ କଣ୍ଟେଟମେଣ୍ଟ ଜୋନ୍‌ରେ ଟେଷ୍ଟିଂ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ଜିଲ୍ଲାରେ କୋଭିଡ କେୟାର ହୋମ୍‌ ଓ କୋଭିଡ କେୟାର ସେଣ୍ଟର ପାଇଁ ଜିଲ୍ଲା ପ୍ରଶାସନକୁ ସହଯୋଗର ହାତ ବଢାଇଥିବାରୁ ମୁଖ୍ୟମନ୍ତ୍ରୀ ରାଉରକେଲା ଷ୍ଟିଲ ପ୍ଲାଣ୍ଟ, NTPC, MCL ଓ OCLକୁ ଧନ୍ୟବାଦ ଜଣାଇଥିଲେ ।

ଯାଜପୁର ଜିଲ୍ଲାକୁ ଗତ କିଛି ଦିନ ମଧ୍ୟରେ ୨୬ ହଜାରରୁ ଅଧିକ ପ୍ରବାସୀ ଆସିଥିଲେ ମଧ୍ୟ ସଂକ୍ରମଣକୁ ନିୟନ୍ତ୍ରଣରେ ରଖିଥିବାରୁ ଏବଂ ଆରୋଗ୍ୟ ହାରକୁ ୮୬.୫ ପ୍ରତିଶତରେ ପହଞ୍ଚାଇ ପାରିଥିବାରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଥିଲେ । ଏପର୍ଯ୍ୟନ୍ତ ଯାଜପୁର ଜିଲ୍ଲା ପ୍ରଶାସନ DMFରୁ କୋଭିଡ ପରିଚାଳନା ପାଇଁ ୧୩.୫ କୋଟି ଟଙ୍କା ଖର୍ଚ୍ଚ କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜିଲ୍ଲାପାଇଁ ୫ କୋଟି ଟଙ୍କା ମଞ୍ଜୁର ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହାସହିତ ଜିଲ୍ଲାରେ କୋଭିଡ ଚିକିତ୍ସା ପାଇଁ ଅଧିକ ୨୫୦ ଶଯ୍ୟା ବୃଦ୍ଧି କରିବା ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ବିଭିନ୍ନ କର୍ପୋରେଟ ଓ ଶିଳ୍ପ ସଂସ୍ଥା ସହଯୋଗରେ ଜିଲ୍ଲାରେ ଅଧିକ କୋଭିଡ କେୟାର ହୋମ୍‌ ଓ କୋଭିଡ କେୟାର ସେଣ୍ଟର ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ଓ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ବେଚ୍ଛାସେବୀ ତଥା ଧାର୍ମିକ ସାମାଜିକ ସଂଗଠନ ଓ କର୍ପୋରେଟ ସଂସ୍ଥା ମାନଙ୍କୁ କୋଭିଡ କେୟାର ହୋମ୍ ଓ କୋଭିଡ କେୟାର ସେଣ୍ଟର ସ୍ଥାପନ ପାଇଁ ସହଯୋଗ କରିବାକୁ ଆଗେଇ ଆସିବାକୁ ପରାମର୍ଶ ଦେଇଥିଲେ ।

ଯାଜପୁର ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ମନ୍ତ୍ରୀ ଶ୍ରୀ ସମୀର ଦାଶ ଏବଂ ସୁନ୍ଦରଗଡ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ସାରଦା ନାୟକ ସେମାନଙ୍କ ଜିଲ୍ଲାରେ କୋଭିଡ ପରିଚାଳନା ସଂପର୍କରେ ସୁଚିନ୍ତିତ ମତାମତ ଦେଇଥିଲେ । ସୁନ୍ଦରଗଡ ଓ ଯାଜପୁରର ଜିଲ୍ଲାପାଳ ଏବଂ ରାଉରକେଲାର ମ୍ୟୁନିସ୍‌ପାଲ କମିଶନର ସେମାନଙ୍କ ଅଞ୍ଚଳରେ କୋଭିଡ ପରିଚାଳନା ବିଷୟରେ ଉପସ୍ଥାପନା କରିଥିଲେ ଏବଂ ପରିସ୍ଥିତିରେ ଉନ୍ନତି ଆସୁଥିବା ବିଷୟ ସୂଚନା ଦେଇଥିଲେ । ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version