ଗ୍ରାମ ଭିତ୍ତିକ ସମସ୍ୟା- ୧୭ ଗୋଟି ଓ ୧୧ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି, ୪ଜଣକୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪୦ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ବେଳେ ଜଣକୁ ରେଡ୍ କ୍ରସ୍ ପାଣ୍ଠି ତରଫରୁ ପାଞ୍ଚ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘରଯୋଜନା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ପ୍ରଦୀପ କୁମାର ପାତ୍ର,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

© 2023 Odisha Taza News.