No Result
View All Result
୬ ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ସୁନ୍ଦରଗଡ଼ :-> ଝାଡ଼ଖଣ୍ଡର ବାସଜୋଲ ପରେ ସୁନ୍ଦରଗଡ଼ ବୀରମିତ୍ରପୁରରେ ଏହି ଅଭିଯାନ ପହଞ୍ଚିବ। ବୀରମିତ୍ରପୁରର ବିଜାବାହାଲରେ ଅଭିଯାତ୍ରୀ କରିବେ ରାତ୍ରୀଯାପନ। ଆସନ୍ତାକାଲି ସକାଳେ ରାଉରକେଲା ଉଦିତ ନଗରରୁ ଆରମ୍ଭ ହେବ ପଦଯାତ୍ରା ।
ସକାଳ ୧୦ଟାରେ ପାନପୋଷରେ ସାଧାରଣ ସଭା ହେବ। ଅପରାହ୍ଣ ୨ଟାରେ ରାଜଗାଙ୍ଗପୁର ରାଣୀବନ୍ଧରେ ସାଧାରଣ ସଭା ହେବା ପରେ କୁତ୍ରା ଓ ବରଗାଁ ଯିବ। ଅପରାହ୍ଣ ସାଢେ ୪ଟାରେ ବସଷ୍ଟାଣ୍ଡ ଛକରୁ ପଦଯାତ୍ରା ଆରମ୍ଭ ହୋଇ ଷ୍ଟେଟବ୍ଯାଙ୍କ ଛକ ଯିବ। ସେଠାରେ ସାଧାରଣ ସଭା କାର୍ଯ୍ଯକ୍ରମ ରହିଛି। ଆସନ୍ତା ୮ ତାରିଖରେ ଝାରସୁଗୁଡାରେ ସାଧାରଣ ସଭା କାର୍ଯ୍ୟକ୍ରମ ରହିଛି।
ଗତ ଜାନୁଆରୀ ୧୪ ତାରିଖରେ ମଣିପୁରର ଥୋବୁଲ ଜିଲ୍ଲା ଖୋନଗଜୋମରୁ ଆରମ୍ଭ ହୋଇଥିବା ଯାତ୍ରା ମାର୍ଚ୍ଚ ୨୦ରେ ମୁମ୍ବାଇରେ ଶେଷ ହେବ । ଯାତ୍ରା ଚାଲିବ ୬୬ ଦିନ । ୧୫ ରାଜ୍ୟର ୧୧୦ ଜିଲ୍ଲା, ୧୦୦ ଲୋକସଭା ଓ ୩୩୭ ବିଧାନ ସଭା କ୍ଷେତ୍ର ଦେଇ ପ୍ରାୟ ୬ ହଜାର ୭୦୦ କିଲୋମିଟର ଅତିକ୍ରମ କରିବ ।
No Result
View All Result