• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା

Proprietor Abhimanyu Maharana by Proprietor Abhimanyu Maharana
February 15, 2024
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା
Share on FacebookShare on TwitterWhatsapp

୧୪ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ବରିଷ୍ଠ ବୁଣାକାର, ବୁଣା ସହାୟକ ଓ ହସ୍ତଶିଳ୍ପ କାରିଗରଙ୍କ କଲ୍ୟାଣ ପାଇଁ ନୂଆ ଯୋଜନା ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’ ବୁଣାକାର, ବୁଣା ସହାୟକ ଓ  ହସ୍ତଶିଳ୍ପ କାରିଗର ପାଇବେ ମାସକୁ ୨୦୦୦ ଟଙ୍କା ଲେଖାଏ ସହାୟତା ୮୦ ବର୍ଷରୁ ଉର୍ଦ୍ଧ୍ବ ହୋଇଥିଲେ ମାସକୁ ୨୫୦୦ ପୂର୍ବରୁ ବରିଷ୍ଠ ବୁଣାକାର ମାନେ ମାସକୁ ୫୦୦ ଟଙ୍କା ସହାୟତା ପାଉଥିବା ବେଳେ, ବରିଷ୍ଠ ହସ୍ତଶିଳ୍ପ କାରିଗର ମାନଙ୍କ ପାଇଁ କୌଣସି ସହାୟତା ନ ଥିଲା  ବର୍ତ୍ତମାନର ବୁଣାକାର ହିତାଧିକାରୀ ମାନେ ଚଳିତ ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ ବର୍ଦ୍ଧିତ ସହାୟତା ପାଇବେ, ନୂଆ ହିତାଧିକାରୀ ଖୁବ୍ ଶୀଘ୍ର ଚୟନ କରାଯାଇ ସହାୟତା ପ୍ରଦାନ କରାଯିବ 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ବୁଣାକାର ଓ କାରିଗର ମାନେ ଦେଇଥିଲେ ପ୍ରସ୍ତାବ ଭୁବନେଶ୍ଵର 15/2/24 ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନଙ୍କ ପାଇଁ ଖୁସି ଖବର।ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନୂଆ ଯୋଜନା ।  ‘ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା’। ଏହି ଯୋଜନାରେ  ୪୦ ବର୍ଷରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ମହିଳା ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର, ଏବଂ  ୫୦ ରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ପୁରୁଷ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କୁ ମାସିକ ୨୦୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ।   ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ବରିଷ୍ଠ ହସ୍ତଶିଳ୍ପ କାରିଗରମାନଙ୍କୁ  (ଉଭୟ ମହିଳା ଓ ପୁରୁଷ) ମାସିକ ୨୫୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯିବ ।     ସୂଚନା ଯୋଗ୍ୟ ଯେ ରାଜ୍ୟର  ବୁଣାକାର ଓ ହସ୍ତଶିଳ୍ପ କାରିଗର ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ  ରାଜ୍ୟ ସରକାର ବିଭିନ୍ନ ଦକ୍ଷତା ବିକାଶ ଓ କଲ୍ୟାଣ ମୂଳକ ଯୋଜନା କାର୍ଯ୍ୟକାରୀ କରିଆସୁଛନ୍ତି ।  

ରାଜ୍ୟର ସମୃଦ୍ଧ ଐତିହ୍ୟର ପ୍ରଦର୍ଶନ ଏବଂ ସଂରକ୍ଷଣ ପାଇଁ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ।  ରାଜ୍ୟରେ ୧,୨୫,୦୦୦ ରୁ ଅଧିକ ବୁଣାକାର ତଥା ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଥିବା ବେଳେ ୧,୫୦,୦୦୦ ରୁ ଅଧିକ  ହସ୍ତଶିଳ୍ପ କାରିଗର ଅଛନ୍ତି। ତେବେ, ପରିଣତ ବୟସରେ  ବୁଣାକାର ମାନଙ୍କ ସହାୟତା ପାଇଁ ରାଜ୍ୟ ସରକାରଙ୍କ  “ବରିଷ୍ଠ ବୁଣାକାର ସହାୟତା ଯୋଜନା “ ଥିବା ବେଳେ ବରିଷ୍ଠ ହସ୍ତ ଶିଳ୍ପ କାରିଗର ମାନଙ୍କ ପାଇଁ କୌଣସି ଯୋଜନା ନାହିଁ।   ବୁଣାକାର ମାନେ ୬୦ ରୁ ୮୦  ବର୍ଷ ବୟସ ମଧ୍ୟରେ ମାସିକ ୫୦୦ ଟଙ୍କାର  ସହାୟତା ପାଉଥିବା ବେଳେ ୮୦ ବର୍ଷ ବଯସରୁ ଅଧିକ ବୟସରେ ମାସିକ ୭୦୦ ଟଙ୍କାର ସହାୟତା ପାଉଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ବୁଣାକାର ଓ ହସ୍ତଶିଳ୍ପ କାରିଗରମାନେ  ଏ ସମ୍ପର୍କରେ ଅନୁରୋଧ କରିଥିଲେ। ଏହି ଅନୁରୋଧକୁ ବିଚାରକୁ ନେଇ ରାଜ୍ୟ ସରକାର ରାଜ୍ୟର ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କର କଲ୍ଯାଣ ନିମନ୍ତେ  ଏକ ନୂତନ ଯୋଜନା  “ମୁଖ୍ୟମନ୍ତ୍ରୀ ବରିଷ୍ଠ ବୁଣାକାର ଓ କାରିଗର ସହାୟତା ଯୋଜନା“ ପ୍ରଣୟନ କରିବା ପାଇଁ ନିଷ୍ପତ୍ତି  ନେଇଛନ୍ତି।  ଏହି ଯୋଜନାରେ ଯୋଗ୍ୟ ବିବେଚିତ ହେବାପାଇଁ ନିମ୍ନଲିଖିତ ଯୋଗ୍ୟତା ଥିବା ଆବଶ୍ୟକ।

କ )  ହିତାଧିକାରୀଙ୍କ ନାମ ବୟନଶିଳ୍ପ ନିର୍ଦ୍ଦେଶକ ଓ ହସ୍ତଶିଳ୍ପ ନିର୍ଦ୍ଦେଶକ ଙ୍କ ଦ୍ଵାରା  କରାଯାଇଥିବା ସର୍ବେକ୍ଷଣ ତାଲିକା ରେ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର  ଭାବରେ ପଞ୍ଜିକୃତ ହୋଇଥିବ । 

ଖ )    ତାଙ୍କର ପରିବାରର ବାର୍ଷିକ ଆୟ ୧ ଲକ୍ଷ ଟଙ୍କା ରୁ ଉର୍ଦ୍ଧ୍ବ ହୋଇନଥିବ I  

ଗ) ରାଜ୍ୟ ସରକାର କିମ୍ବା କେନ୍ଦ୍ର ସରକାର ଙ୍କ ଦ୍ଵାରା କୌଣସି ଅନୁରୂପ    ଯୋଜନାର ଲାଭାର୍ଥୀ  ହୋଇନଥିବେ I

ଘ) ହିତାଧିକାରୀ ସରକାରୀ କର୍ମଚାରୀ, ଆୟକରଦାତା କିମ୍ବା କେନ୍ଦ୍ର ଅଥବା    ରାଜ୍ୟ  ସରକାରଙ୍କ ପେନସନଭୋଗୀ ହୋଇନଥିବେ I 

ଙ)  ଗୋଟିଏ ପରିବାରରୁ ଜଣେ ମାତ୍ର ଏହି ଯୋଜନାରେ ଲାଭ ପାଇପାରିବେ। 

ଚ)    ଏହି ଯୋଜନାର ସହାୟତା ରାଶି ଯୋଗ୍ୟ ବିବେଚିତ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର  ମାନଙ୍କ Aadhaar ସଂଯୁକ୍ତ ବ୍ଯାଙ୍କ ସଞ୍ଚୟ ଖାତାକୁ ସିଧା ସଳଖ DBT ଦ୍ଵାରା ପ୍ରଦାନ କରାଯିବ I

 ଏହି ଯୋଜନା  ହସ୍ତତନ୍ତ , ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ଵାରା କାର୍ଯ୍ୟକାରୀ କରାଯିବ ।  ଏଥିନିମନ୍ତେ ଆବଶ୍ଯକୀୟ ମାର୍ଗଦର୍ଶିକା ବିଭାଗ ତରଫରୁ ଜାରି କରାଯିବ।  ବରିଷ୍ଠ ବୁଣାକାର ସହାୟତା ଯୋଜନାରେ ସହାୟତା ପାଉଥିବା ହିତାଧିକାରୀ ମାନଙ୍କୁ ବର୍ଦ୍ଧିତ ହାରରେ ସହାୟତା ରାଶି ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରଦାନ କରାଯିବ।  ପରବର୍ତ୍ତୀ ସମୟରେ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ମଧ୍ୟରୁ ଉପଯୁକ୍ତ ହିତାଧିକାରୀ ଚୟନ କରାଯାଇ ସହାୟତା ରାଶି ଯଥାଶୀଘ୍ର ପ୍ରଦାନ କରାଯିବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version