No Result
View All Result
୧୫ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ନୂଆଗାଁ :- ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ନୂଆ – ଓ ଛାତ୍ରବୃତ୍ତି ଏବଂ ନୂଆ – ଓ ମ୍ୟାଜିକ କାର୍ଡ କାର୍ଯ୍ୟକାରୀ ହୋଇଛି।ତେଣୁ ନୟାଗଡ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଲକ୍ ବିଜୁ ଛାତ୍ର ଜନତା ଦଳ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଙ୍କୁ କୃତଜ୍ଞତା,ଶୁଭେଚ୍ଛା ଏବଂ ଧନ୍ୟବାଦ ଜଣାଇଛନ୍ତି।
ଏହି କୃତଜ୍ଞତା ଜଣାଇବା କାର୍ଯ୍ୟକ୍ରମ ନୂଆଗାଁ ବ୍ଲକ୍ ସଦରମହକୁମାରେ ଥିବା ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ନୂଆଗାଁ +୩ ଡିଗ୍ରୀ କଲେଜ ପରିସରରେ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ବ୍ଲକ୍ ଛାତ୍ର ବିଜେଡ଼ି ସଭାପତି ସୁବ୍ରତ ପରିଡ଼ା,ଜିଲ୍ଲା ଛାତ୍ର ବିଜେଡ଼ି ସାଧାରଣ ସମ୍ପାଦକ ମାନସ ରଞ୍ଜନ ତ୍ରିପାଠୀ, ଜାକେଡା ପଞ୍ଚାୟତ ଛାତ୍ର ବିଜେଡ଼ି ସଭାପତି ଦିଲ୍ଲୀପ କୁମାର ଜାନୀ ପ୍ରମୁଖ ଉପସ୍ଥିତ ଥିଲେ।

No Result
View All Result