No Result
View All Result
୧୯ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଆରଏମସି ହାଟ ପଦା ଠାରେ ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାରଙ୍କୁ ଜୀବିକା ସହାୟତା ରାଶି ପ୍ରଦାନର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଜିଲ୍ଲାର ପ୍ରତ୍ୟେକ ଖାଦ୍ୟ ସୁରକ୍ଷା ହିତାଧିକାରୀ ପରିବାର ଲୋକଙ୍କୁ ଏକ ହଜାର ଟଙ୍କା ପ୍ରଦାନ କରାଯାଇଛି।

ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ, ଅଧ୍ୟକ୍ଷ, ଜିଲ୍ଲାପରିଷଦ ଗଜପତି ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀମତୀ ନିର୍ମଳା ସେଠୀ, ଅଧ୍ୟକ୍ଷା, ପୌରପରିଷଦ ପାରଳାଖେମୁଣ୍ଡି, ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ,

ତହସିଲଦାର ଶ୍ରୀ ନାରାୟଣ ବେହେରା,ପୌରପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ସୁଜିତ କୁମାର ଚୌଧୁରୀ ପ୍ରମୁଖ ମଞ୍ଚଷିନ ଥିଲେ।ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ପ୍ରଫୁଲ୍ଲ କୁମାର ବେହେରା ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ପୌରପରିଷଦର କର୍ମଚାରୀ ଓ ବିଭାଗୀୟ କର୍ମଚାରୀ ସହଯୋଗ କରିଥିବା ବେଳେ ଖାଦ୍ୟ ସୁରକ୍ଷା ହିତାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

No Result
View All Result