ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

୦୧ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ନୂଆଗାଁ :-> ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ବନ୍ତଳା ଶିବରାମ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ନୂଆଗାଁ ବ୍ଲକ୍ ପ୍ରାଥମିକ ଶିକ୍ଷକ ସଂଘ ର ସଭାପତି ସିମାଞ୍ଚଳ ସେନାପତି ,

ସମ୍ମାନୀତ ଅତିଥି ଭାବେ କ୍ଲଷ୍ଟର ସଭାପତି ସୁଦର୍ଶନ ପାତ୍ର ପ୍ରମୁଖ ଯୋଗଦେଇ ଅବସର ଗ୍ରହଣ କରିଥିବା ଶିକ୍ଷକ ବେଲାର ସେନ ନାୟକ କିପରି ଛାତ୍ର ବତ୍ସଳ , ସମୟାନୁବର୍ତି ,ପରୋପକାରୀ ଥିଲେ କହିବା ସହ ମାନପତ୍ର ଓ ଉପ ଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ।ଏହି ଉତ୍ସବ କୁ ଶିକ୍ଷକ ସୁକୁମାର ବେହେରା ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ।