• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଘରଦୁଆରେ ପୁଷ୍ଟି ଯୋଜନା ଦ୍ୱାରା ଅପପୁଷ୍ଟି ଦୂରୀକରଣ ପାଇଁ କୁକୁଡ଼ା ଚିଆଁ ବଣ୍ଟନ କାର୍ଯକ୍ରମର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
March 3, 2024
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଘରଦୁଆରେ ପୁଷ୍ଟି ଯୋଜନା ଦ୍ୱାରା ଅପପୁଷ୍ଟି ଦୂରୀକରଣ ପାଇଁ କୁକୁଡ଼ା ଚିଆଁ ବଣ୍ଟନ କାର୍ଯକ୍ରମର ଶୁଭାରମ୍ଭ
Share on FacebookShare on TwitterWhatsapp
  •  ଖାଦ୍ୟ ନିରାପତ୍ତା ସହିତ ରାଜ୍ୟବାସୀଙ୍କ ପୁଷ୍ଟିସୁରକ୍ଷା ପ୍ରତି ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା   ରହିଛିି

  • ପ୍ରାଣୀଜ ପୁଷ୍ଟିସାର ପାଇଁ ୭ ଲକ୍ଷରୁ ଊଦ୍ଧ୍ୱର୍ ହିତାଧିକାରୀଙ୍କୁ ପରିବାର ପିଛା ୫ଟି ଲେଖାଏଁ କୁକୁଡ଼ା ଚିଆଁ ବିନା ମୂଲ୍ୟରେ ପ୍ରଦାନ

  • ଦୈନିକ ପ୍ରାୟ ୪ ଲକ୍ଷ ୫୦ ହଜାର ଅଣ୍ଡା ଓ ବର୍ଷକୁ ପ୍ରାୟ ୧୬ କୋଟି ଅଣ୍ଡା ଉତ୍ପାଦନ ହୋଇପାରିବ

  • ଏହି କାର୍ଯ୍ୟକ୍ରମରେ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୨୪ କୋଟି ଟଙ୍କା ବ୍ୟୟ ହେବ

  • ୩୦ଟି ଜିଲ୍ଲାର ୩୦ଟି ପଞ୍ଚାୟତର ହିତାଧିକାରୀମାନଙ୍କ ସହ ମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ଆଲୋଚନା

୩ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର :- କୃଷି ଭବନଠାରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଦ୍ୱାରା ଅପପୁଷ୍ଟି ଦୂରୀକରଣ ପାଇଁ ଘରଦୁଆରେ ପୁଷ୍ଟି ଯୋଜନାରେ କୁକୁଡ଼ା ଚିଆଁ ବଣ୍ଟନ କାର୍ଯକ୍ରମର ଶୁଭାରମ୍ଭ ହୋଇଯାଇଛି । ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆଭାସି ମାଧ୍ୟମରେ ଏହି କାର୍ଯକ୍ରମର ଶୁଭାରମ୍ଭ କରିଥିଲେ ଏବଂ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଯୋଡ଼ିହୋଇଥିବା ବିଭାଗୀୟ ଅଧିକାରୀମାନେ ନିଜ ନିଜ ଜିଲ୍ଲାରେ ଚିହ୍ନଟ ହିତାଧିକାରୀମାନଙ୍କୁ କୁକୁଡ଼ା ଚିଆଁ ବଣ୍ଟନ କରିଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ଯେ ଖାଦ୍ୟ ନିରାପତ୍ତା ସହିତ ରାଜ୍ୟବାସୀଙ୍କ ପୁଷ୍ଟି ସୁରକ୍ଷା ପ୍ରତି ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ରହିଛି । ରାଜ୍ୟ ସରକାର ଜନସାଧାରଣଙ୍କ ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରିଥିବାବେଳେ ରକ୍ତହୀନତା ଓ ଅପପୁଷ୍ଟିର ଶିକାର ହୋଇଥିବା  ଓ ଶିଶୁମାନଙ୍କୁ ଅପପୁଷ୍ଟି ଓ ରକ୍ତହୀନତା ଦୂର କରିବା ପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି । ସୁସ୍ଥ ଓ ସୁସ୍ଥ ଶିଶୁର ପରିକଳ୍ପନା ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟିସଂପନ୍ନ ପଦକ୍ଷେପ ସ୍ୱରୂପ ଞ୍ଜଫଞ୍ଚଟ୍ଟ;ଘରଦୁଆରେ ପୁଷ୍ଟିି ଯୋଜନା ଆରମ୍ଭ କରାଯାଇଛି । ଏଥି ମଧ୍ୟରେ ଚିହ୍ନଟ ହିତାଧିକାରୀ ପରିବାରଙ୍କୁ ଫଳ ଓ ପନିପରିବା ଚାରା ବଣ୍ଟନ ଏବଂ କୁକୁଡ଼ା ଚିଆଁ ବଣ୍ଟନ କାର୍ଯକ୍ରମ ଅନ୍ତର୍ଭୁକ୍ତ । ଏହି ଯୋଜନାରେ ମତ୍ସ୍ୟ ଓ ପ୍ରାଣିସଂପଦ ବିକାଶ ବିଭାଗ ପକ୍ଷରୁ ପ୍ରାଣୀଜ ପୁଷ୍ଟିସାର ଯୋଗାଇଦେବା ପାଇଁ କୁକୁଡ଼ା ଚିଆଁ ବଣ୍ଟନ କାରାଯାଉଛି । ରାଜ୍ୟର ୭ ଲକ୍ଷରୁ ଊଦ୍ଧ୍ୱର୍ ପରିବାର ଏହି କାର୍ଯକ୍ରମରେ ଉପକୃତ ହେବେ । ପରିବାର ପ୍ରତି ୫ ଗୋଟି ୨୮ ଦିନିଆ କୁକୁଡ଼ା ଚିଆଁ ବିନା ମୂଲ୍ୟରେ ପ୍ରଦାନ କରାଯାଉଛି । ଦିନିକିଆ କୁକୁଡ଼ା ଚିଆଁ ତୁଳନାରେ ୨୮ ଦିନିଆ କୁକୁଡ଼ା ଚିଆଁ ପାଳନ ସୁବିଧାଜନକ ହୋଇଥିବାରୁ ବିଭାଗ ତରଫରୁ ୨୮ ଦିନିଆ କୁକୁଡ଼ା ଯୋଗାଇ ଦିଆଯାଉଛି । ବାଡ଼ି ଅଗଣାରେ ପାଳନ କରିବାକୁ ଥିବା ଏହି କୁକୁଡ଼ାରୁ ହିତାଧିକାରୀ ପରିବାରଙ୍କୁ ହାତପାଆନ୍ତାରେ ଅଣ୍ଡା ମିଳିବ ଏବଂ ଅଣ୍ଡା ପୁଷ୍ଟି ସାଧନରେ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିବ । ଏହି କାର୍ଯ୍ୟକ୍ରମରେ ଚଳିତ ଆର୍ଥିକ ବର୍ଷରେ ପ୍ରାୟ ୨୪ କୋଟି ଟଙ୍କା ବ୍ୟୟ ହେବ ଏବଂ ଏଥିରୁ ଦୈନିକ ପ୍ରାୟ ୪ ଲକ୍ଷ ୫୦ ହଜାର ଅଣ୍ଡା ଓ ବର୍ଷକୁ ପ୍ରାୟ ୧୬ କୋଟି ଅଣ୍ଡା ଉତ୍ପାଦନ ହୋଇପାରିବ ।ଏହି କୁକୁଡ଼ା ଚିଆଁଗୁଡିକୁ ଲୋକମାନଙ୍କ ଘର ପାଖରେ ଯୋଗାଇ ଦିଆଯାଉଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି । ପୂର୍ବରୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅନ୍ତର୍ଗତ ଉଦ୍ୟାନକୃଷି ନିର୍ଦ୍ଦେଶାଳୟ ପକ୍ଷରୁ ଅପପୁଷ୍ଟିରେ ପୀଡ଼ିତ ପରିବାରଙ୍କୁ ସଜନା, କଦଳୀ, ଅମୃତଭଣ୍ଡା, କନ୍ଦମୂଳ ଆଦି ଚାରା ବଣ୍ଟନ କରାଯାଇଛି । ଏଥିରୁ ସେମାନେ ସଜନା ଶାଗ, ସଜନା ଛୁଇଁ, କଞ୍ଚା କଦଳୀ, ଅମୃତଭଣ୍ଡା ପରି ପରିବା ପାଇପାରିବେ ଏବଂ ସେମାନଙ୍କର ପୁଷ୍ଟି ସାଧନ ହୋଇପାରିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ଉଲ୍ଲେଖ କରିଥିଲେ ଭର୍ଚୁଆଲ୍‌ ମାଧ୍ୟମରେ ଯୋଗଦେଇଥିବା ରାଜ୍ୟର ୩୦ଟି ଜିଲ୍ଲାର ୩୦ଟି ପଞ୍ଚାୟତର ହିତାଧିକାରୀମାନଙ୍କ ସହ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସିଧାସଳଖ କଥାବାର୍ତ୍ତା ହୋଇଥିଲେ । ହିତାଧିକାରୀମାନେ ସେମାନଙ୍କ ସୁବିଧା ଓ ରାଜ୍ୟରୁ ଅପପୁଷ୍ଟି ଦୂର ପାଇଁ ନିଆଯାଇଥିବା ଏପରି ପଦକ୍ଷେପକୁ ସ୍ୱାଗତ କରିବା ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଧନ୍ୟବାଦ ଜଣାଇଥିଲେ । ପ୍ରାରମ୍ଭରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ କହିଥିଲେ ଯେ, କୁକୁଡ଼ା ଚିଆଁ ପାଳନ ମାଧ୍ୟମରେ ରାଜ୍ୟର ପ୍ରାୟ ୭ ଲକ୍ଷ ପରିବାରକୁ ଆବଶ୍ୟକୀୟ ପୁଷ୍ଟିସାର ମିଳିବ । ଛୋଟ ଛୁଆ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଆସିବ । ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦ୍ଦେଶକ ଶ୍ରୀ ରାମାଶିଷ ହାଜରା କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ଅତିରିକ୍ତ ନିର୍ଦ୍ଦେଶକ ଡ. ସଚ୍ଚିଦାନନ୍ଦ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ । କୃଷି ଭବନଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version