୬ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଚାନ୍ଦପୁର :-> ସାଧାରଣ ନିର୍ବାଚନ କୁ ଆଉ ମାତ୍ର କିଛି ଦିନ ବାକିଥିବା ବେଳେ ଏବେ ଠାରୁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିସାରିଲାଣି। କିଭଳି କେଉଁ ଠାରେ କିଛି ତ୍ରୁଟି ରହିବ ନାହିଁ ତାହାକୁ ପ୍ରଶାସନ ଗୋଟି ଗୋଟି କରି ସମୀକ୍ଷା କରୁଛି।ଗତ ବୁଧବାର ଦିନ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ଟାଙ୍ଗୀ ଗସ୍ତରେ ଆସି ଟାଙ୍ଗୀ ର ବିଭିନ୍ନ ଭୋଟଦାନ କେନ୍ଦ୍ର ବୁଲି ବୁଲି ସମୀକ୍ଷା କରିଛନ୍ତି ।
ଟାଙ୍ଗୀ ର ବଳରାମ ଦେବ ବିଦ୍ୟାପୀଠ,ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପଣଶ ପୁର ପ୍ରାଥମିକ ବିଦ୍ୟାଳୟ ଆଦି ଭୋଟଦାନ କେନ୍ଦ୍ର ବୁଲି ସେଗୁଡିକର ଭିତିଭୂମି ସମୀକ୍ଷା କରିବା ସହ ବିଦ୍ୟୁତ ସଂଯୋଗ,ଫ୍ୟାନ, ଟଏଲେଟ ଆଦି ତଡାରଖ କରିଛନ୍ତି ।
ଭୋଟଦାନ କେନ୍ଦ୍ର ଗୁଡିକ ପରିସର ସ୍ୱଚ୍ଛ ରହିଥିବାରୁ ଜିଲ୍ଲାପାଳ ଖୁସି ବ୍ୟକ୍ତ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ସହ ଟାଙ୍ଗୀ ବିଡ଼ିଓ ରେସ୍ମା ଟେଟେ ଟାଙ୍ଗୀ ଗ୍ରାମ ପଂଚାୟତ ସରପଞ୍ଚ କିଶୋର କୁମାର ବେହେରା ପ୍ରମୁଖ ସାମିଲ ହୋଇଥିଲେ ।