୨୦ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଖୋର୍ଦ୍ଧା :-> ୫୦ ହଜାର ଟଙ୍କା ନେଇ ଭିଜିଲାନ୍ସ ହାତରେ ପଡ଼ିଛନ୍ତି ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ର। ଏମପି ଲ୍ୟାଡ଼ ପ୍ରକଳ୍ପ ପାଇଁ ପିସି ଟଙ୍କା ନେଉଥିବା ବେଳେ ଖୋର୍ଦ୍ଧା ଭିଜିଲାନ୍ସ ଟିମ ତାଙ୍କୁ ଧରିଛି । ସୂଚନା ଅନୁଯାୟୀ, ଏମପି ଲ୍ୟାଡ଼ ପ୍ରକଳ୍ପ ପାଇଁ ଜଣେ ଠିକାଦାରଙ୍କୁ ୧୦ ପ୍ରତିଶତ ପିସି ମାଗିଥିଲେ। ୧୮ ଲକ୍ଷ ଟଙ୍କାର ଏହି କାମର ପିସି ବାବଦରେ ଆଗରୁ ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ର ଠିକାଦାରଙ୍କଠାରୁ ୧ ଲକ୍ଷ ୩୦ ହଜାର ଟଙ୍କା ନେଇସାରିଥିଲେ।















