• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୋଭିଡ ଡ୍ୟୁଟି ସମୟରେ ମୃତ୍ୟୁବରଣ କରୁଥିବା କୋଭିଡ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ସହାୟତା ଦିଆଯିବ ।

Proprietor Abhimanyu Maharana by Proprietor Abhimanyu Maharana
July 29, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
କୋଭିଡ ଡ୍ୟୁଟି ସମୟରେ ମୃତ୍ୟୁବରଣ କରୁଥିବା କୋଭିଡ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ସହାୟତା ଦିଆଯିବ ।
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀ ଅଣ-କୋଭିଡ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ,ଭୁବନେଶ୍ବର,

ଓଡିଶା ତାଜା ନ୍ୟୁଜ୍ (୨୯ ଜୁଲାଇ ବୁଧବାର ) ଭୁବନେଶ୍ବର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ-୧୯ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । କୋଭିଡ ଡ୍ୟୁଟିରେ ମୃତ୍ୟୁବରଣ କରୁଥିବା କୋଭିଡ ଯୋଦ୍ଧାଙ୍କ ନିକଟତମ ଆତ୍ମୀୟ ମାନଙ୍କୁ ୫୦ ଲକ୍ଷ ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି ସହାୟତା କୋଭିଡ ଯୁଦ୍ଧରେ ନିୟୋଜିତ କର୍ମଚାରୀ ଓ ଜନପ୍ରତିନିଧିଙ୍କ (ସରପଞ୍ଚ ଓ ଅନ୍ୟ ପ୍ରତିନିଧି) ନିକଟତମ ଆତ୍ମୀୟମାନେ ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସେହିପରି କୋଭିଡ-୧୯ ଡ୍ୟୁଟି ସମୟରେ ମୃତ୍ୟୁବରଣ କରୁଥିବା ଅଙ୍ଗନବାଡି ଓ ଆଶାକର୍ମୀଙ୍କ ନିକଟତମ ଆତ୍ମୀୟମାନେ ଯଥାକ୍ରମେ ମାସିକ ୭୫୦୦ ଟଙ୍କା ଏବଂ ୫୦୦୦ ଟଙ୍କା ଲେଖାଏ ସହାୟତା ପାଇବେ ।

ମୃତ ଅଙ୍ଗନବାଡି ଓ ଆଶାକର୍ମୀ ମାନେ ବଞ୍ଚିଥିଲେ ସେମାନଙ୍କୁ ଯେବେ ୬୦ ବର୍ଷ ହୋଇଥାନ୍ତା, ସେପର୍ଯ୍ୟନ୍ତ ଏହି ସହାୟତା ସେମାନଙ୍କ ପରିବାରବର୍ଗଙ୍କୁ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏଭଳି ଦୁଃଖଦ ଘଟଣା କ୍ଷେତ୍ରରେ ଯୋଦ୍ଧା ମାନଙ୍କ ପରିବାର ଯେପରି ଅବିଳମ୍ବେ ସହାୟତା ରାଶି ପାଇପାରିବେ, ସେଥିପାଇଁ ତ୍ବରିତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟରେ ଅଣ-କୋଭିଡ ରୋଗୀମାନେ ବିଭିନ୍ନ ଡାକ୍ତରଖାନାରେ ଉପଯୁକ୍ତ ଚିକିତ୍ସା ପାଉ ନଥିବାର କେତେକ ଅଭିଯୋଗ ଆସୁଥିବାରୁ, ସେମାନଙ୍କ ଚିକିତ୍ସାରେ ଯେପରି ସାମାନ୍ୟତମ ଅବହେଳା ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ରାଜ୍ୟରେ ଆମ୍ବୁଲାନ୍‌ସ ନେଟୱାର୍କକୁ ସୁଦୃଢ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରୋଗୀଙ୍କ ଜୀବନ ବଞ୍ଚାଇବା ଆମର ପ୍ରାଥମିକତା । ଆମର ସବୁ ପଦକ୍ଷେପକୁ ଏହା ଉପରେ କେନ୍ଦ୍ରୀତ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ କୋଭିଡ ପରିଚାଳନାରେ ପ୍ରଶାସନର ଆଗୁଆ ପ୍ରସ୍ତୁତି ଏବଂ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି ନିର୍ମାଣ ଏହି ମହାମାରୀକୁ ନିୟନ୍ତ୍ରଣ କରିବାରେ ଫଳପ୍ରଦ ଭୂମିକା ଗ୍ରହଣ କରିଛି । ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ନଥିବା ସ୍ବଳ୍ପ ଓ ମଧ୍ୟମ ଲକ୍ଷଣଯୁକ୍ତ କୋଭିଡ ରୋଗୀ ମାନଙ୍କୁ ସେମାନଙ୍କ ଘରେ ରହି ଚିକିତ୍ସିତ ହେବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ଏହା ଉଭୟ ସହର ଓ ଗ୍ରାମାଞ୍ଚଳରେ ଲାଗୁ ହୋଇଛି । ଘରୋଇ ପରିବେଶରେ ରୋଗୀମାନେ ଶୀଘ୍ର ଆରୋଗ୍ୟ ଲାଭ କରିବା ସହିତ ଡାକ୍ତରଖାନା ଉପରେ ଚାପ ହ୍ରାସରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାସହିତ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ଆବଶ୍ୟକ ଚିକିତ୍ସା ସହାୟତା ଯୋଗାଇ ଦେବା ଏବଂ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ତଦାରଖ ଉପରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

କୋଭିଡରେ ମୃତ୍ୟୁବରଣ କରୁଥିବା ରୋଗୀ ମାନଙ୍କ ଶବସତ୍କାର ଏକ ସମ୍ବେଦନଶୀଳ ପ୍ରଶ୍ନ ହୋଇଥିବାରୁ, ଉଭୟ ଆବେଗିକ ଓ ଧାର୍ମିକ ବିଶ୍ବାସକୁ ନେଇ ସମ୍ମାନଜନକ ଭାବରେ ଶବସଂସ୍କାର ପାଇଁ ସରକାରଙ୍କ ନୂତନ ନିର୍ଦ୍ଦେଶାବଳୀ ଉପରେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଲୋକପାତ କରିଥିଲେ । ବିଭିନ୍ନ ଡାକ୍ତରଖାନା ଓ କେୟାର ସେଣ୍ଟର ମାନଙ୍କରେ ଚିକିତ୍ସିତ ହେଉଥିବା ରୋଗୀମାନେ ଯେପରି ଗୁଣାତ୍ମକ ସେବା ପାଇପାରିବେ, ସେଥିପାଇଁ ସେମାନଙ୍କ ଠାରୁ Feedback ସଂଗ୍ରହ କରି ତଦ୍‌ନୁଯାୟୀ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀ କୋଭିଡ ପର୍ଯ୍ୟବେକ୍ଷକ ଓ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ଏବଂ କୋଭିଡ ଲଭେଇ ଜିତିବା ପାଇଁ ଅଧିକ ପ୍ରତିବଦ୍ଧତାର ସହ କାର୍ଯ୍ୟ କରିବା ଉପରେ ଗୁରୁତ୍ବାରୋପ କରିଥିଲେ ।

ଆଜି ଅନୁଗୁଳ, ଢେଙ୍କାନାଳ, ଦେବଗଡ, କେନ୍ଦୁଝର, ମୟୁରଭଂଜ, ବଲାଙ୍ଗୀର, ବରଗଡ ଓ ନୂଆପଡା ଆଦି ଜିଲ୍ଲାର ପରିସ୍ଥିତି ଓ କୋଭିଡ ପରିଚାଳନା ସଂପର୍କରେ ଜିଲ୍ଲାର ପର୍ଯ୍ୟବେକ୍ଷକ ମାନେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ । ଏହି ଜିଲ୍ଲା ଗୁଡିକରେ କୋଭିଡ ପରିଚାଳନାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ପର୍ଯ୍ୟବେକ୍ଷକମାନେ କେତେକ ପ୍ରସ୍ତାବ ମଧ୍ୟ ରଖିଥିଲେ । ଏହି ପ୍ରସ୍ତାବ ଗୁଡିକୁ ଅନୁଧ୍ୟାନ କରିବାକୁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ତଥା ଜିଲ୍ଲାସ୍ତରରେ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

Odia Entrepreneur led Ethos Global unveils PHANTOME, an Energy Drink for Fast Moving Generation

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version