• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର : ଗାଁ ଠୁ ସହର ସବୁଠି ଲାଗିଲା ହୋଲିର ରଙ୍ଗ – ଉତ୍ସାହ ଉଦ୍ଦୀପନାର ସହ ପାଳିତ ହେଲା ହୋଲି ପର୍ବ

Proprietor Abhimanyu Maharana by Proprietor Abhimanyu Maharana
March 26, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ମୟୁରଭଞ୍ଜ, ହୋମ୍
0
ରଣପୁର : ଗାଁ ଠୁ ସହର ସବୁଠି ଲାଗିଲା ହୋଲିର ରଙ୍ଗ – ଉତ୍ସାହ ଉଦ୍ଦୀପନାର ସହ ପାଳିତ ହେଲା ହୋଲି ପର୍ବ
Share on FacebookShare on TwitterWhatsapp

ବରିଷ୍ଠ ନାଗରିକଙ୍କୁ ଧରି ପୂର୍ବତନ ବିଧାୟକ ରବି ନାରାୟଣ ମହାପାତ୍ର ରଙ୍ଗ ଖେଳିଥିବା ଦେଖିବାକୁ ମିଳିଛି ।

 ୨୬ ମାର୍ଚ୍ଚ ୨୦୨୪ (ଓଡ଼ିଆ ତାଜ଼ା ନ୍ୟୁଜ) ନୟାଗଡ଼ ଜିଲ୍ଲାର ରଣପୁର :-> ଆଜି ରଙ୍ଗର ପର୍ବ ହୋଲି । ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସନ୍ତି । ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ । ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ । ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ଏହି ରଙ୍ଗ ଖେଳ ଏକ ମାଧ୍ୟମ ।

ଗୀତ ନାଚର ଆସର ବି ଜମିଥିଲା । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ ସମସ୍ତେ ହୋଲି ଖେଳରେ ମସଗୁଲ ହୋଇଥିଲେ । ରଙ୍ଗ ଓ ରଙ୍ଗ ପିଚକାରୀର ଆଜି ଦିନରେ ଦବଦବା ରହିଥିଲା ।ହୋଲି ଖେଳ ପଛରେ ପୌରାଣିକ ତତ୍ୱ ବି ରହିଛି ।

ସମସ୍ତଙ୍କୁ ଭାବର ରଙ୍ଗରେ ରଙ୍ଗୀନ କରିବାକୁ ବର୍ଷକ ପରେ ଆସିଛି ଭାଇଚାରାର ମହାନ ପର୍ବ ହୋଲି । ଅବିର ମାଧ୍ୟମରେ ଶାନ୍ତି, ପ୍ରୀତି, ମୈତ୍ରି, ସଦଭାବନାର ବାର୍ତ୍ତା ବିଞ୍ଛି ଚାଲିଛି ଏହି ମହାନ ପର୍ବ। ଏ ନେଇ ନୟାଗଡ଼ ଜିଲ୍ଲାର ରଣପୁର ତଥା ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ପ୍ରବଳ ଉତ୍ସାହ ଉଦ୍ଦୀପନା ସହ ପାଳିତ ହୋଇଛି ହୋଲି ପର୍ବ ।

ପରସ୍ପରକୁ ଅବିର ଓ ରଙ୍ଗ ଲଗାଇ ଅଭିବାଦନ ଜଣାଇଛନ୍ତି ଆବାଳ ବୃଦ୍ଧ ବନିତା । କିଛି ସମୟ ପାଇଁ ହେଉ ପଛେ ସମସ୍ତେ ଭୁଲି ଯାଇଛନ୍ତି ଜୀବନର ସବୁ ଦୁଃଖ, କଷ୍ଟ । ରଙ୍ଗ ଖେଳିବା ସହ ସମସ୍ତେ ମଜ୍ଜି ଯାଇଥିଲେ ନାଚ, ଗୀତରେ । ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ ହେଉଛି ଏହି ହୋଲି ଉତ୍ସବ । ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ଧୂମଧାମରେ ପାଳିତ ହୋଇଥାଏ ।

ଏ ନେଇ ଆଜି ପ୍ରତ୍ୟୁଷରୁ ଅଞ୍ଚଳର ସମସ୍ତ ମନ୍ଦିର ସମେତ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିରରେ ମନ୍ଦିର ପୂଜକ ଓ ଭକ୍ତ ମାନେ ଭୋର ସକାଳୁ ରୀତି ନୀତି ଅନୁଯାୟୀ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଶ୍ରୀ ରାଧା କୃଷ୍ଣଙ୍କୁ ଏକ ସୁସଜ୍ଜିତ ବିମାନରେ ବସାଇ ସମଗ୍ର ନଗର ପରିକ୍ରମା କରାଯାଇଥିଲା ।

ଏହି ସମୟରେ ସହରବାସୀ ଘର ଦୁଆର ମୁହଁରେ ଝୋଟି ପକାଇ କଳସ ସ୍ଥାପନା କରି ଶ୍ରୀ ରାଧାକୃଷ୍ଣ ଙ୍କୁ ବନ୍ଦାପନା କରିବା ସହ ଅବିର ହୋଲି ଖେଳିଥିଲେ । ଅବିର ରଙ୍ଗରେ ରଙ୍ଗୀନ ହୋଇ ଉଠିଥିଲା ଗାଁ ଦାଣ୍ଡ। ଠାକୁରଙ୍କୁ ଘରେ ଘରେ ବନ୍ଦାପନା କରିବା ସହ ସମସ୍ତେ ଅବିର ଲଗାଇଥିଲେ । ରଙ୍ଗ ଅବିରରେ ରଙ୍ଗାୟିତ ହୋଇ ଉଠିଥିଲା ସମଗ୍ର ସହର l

ନିଜ ପ୍ରିୟଜନ ଓ ସାଙ୍ଗସାଥୀଙ୍କ ସହ ସମସ୍ତେ ଏହି ରଙ୍ଗର ପର୍ବକୁ ଧୁମଧାମରେ ପାଳନ କରିଛନ୍ତି lରଣପୁର ନିର୍ବାଚନ ମଣ୍ଡଳୀର ସମସ୍ତ ବରିଷ୍ଠ ନାଗରିକଙ୍କୁ ଧରି ପୂର୍ବତନ ବିଧାୟକ ରବି ନାରାୟଣ ମହାପାତ୍ର ରଙ୍ଗ ଖେଳିଥିବା ଦେଖିବାକୁ ମିଳିଛି । ଏଥି ସହ ସମସ୍ତ ଜନସାଧାରଣ ଙ୍କ ମଧ୍ୟରେ ହୋଲି ର ଉତ୍କଣ୍ଠା ଦେଖାଦେଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ : ୨୯ ରେ କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ – ଶିକ୍ଷକ ଓ କର୍ମଚାରୀଙ୍କୁ ଡ୍ୟୁଟିରେ ରହିବା ନିର୍ଦ୍ଦେଶ

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବାଲିଗୁଡ଼ାରେ ଲଗାଣ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ : ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

October 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version